ଅଲ ଇଣ୍ଡିଆ ଓପନ୍‌ ଚେସ୍‌: ଶୀର୍ଷରେ ଗୁସେନ

କଟକ ଅଫିସ,୨୦ା୪- ଟ୍ରିପଲ ସି’ ଚେସ୍‌ କ୍ଲବ ଆନୁକୂଲ୍ୟରେ ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ୪ର୍ଥ ଅଲ ଇଣ୍ଡିଆ ଓପନ ଚେସ୍‌ ଚାମ୍ପିୟନଶିପରେ ଶୁକ୍ରବାର ତୃତୀୟ ଦିବସ ଖେଳ ଶେଷ ହୋଇଛି। ୬ ରାଉଣ୍ଡ ଖେଳ ଶେଷ ସୁଦ୍ଧା ଇଣ୍ଟରନ୍ୟାଶନାଲ ମାଷ୍ଟର (ଆଇଏମ) ଗୁସେନ ହିମାଲ ୫.୫ ପଏଣ୍ଟ ପାଇ ଶୀର୍ଷରେ ରହିଛନ୍ତି। ସମାନ ପଏଣ୍ଟ ପାଇ ଗୁସେନଙ୍କ ପଛକୁ ରହିଛନ୍ତି ପ୍ରତିଯୋଗିତାର ଟପ୍‌ସିଡ ଖେଳାଳି ତଥା ଗ୍ରାଣ୍ଡମାଷ୍ଟର ଆର୍‌.ଆର. ଲକ୍ଷ୍ମଣ। ୪ର୍ଥ ରାଉଣ୍ଡ ଶେଷ ସୁଦ୍ଧା ଅଗ୍ରଣୀ ରହିଥିବା ଓଡ଼ିଶାର ଆଇଏମ୍‌ ରାକେଶ କୁମାର ଜେନା ୫.୫ ପଏଣ୍ଟ ସହ ୩ୟ ସ୍ଥାନରେ ରହିଛନ୍ତି। ୫ମ ରାଉଣ୍ଡରେ ରାକେଶ ପଶ୍ଚିମବଙ୍ଗର ଆୟୁଷ ଝାଙ୍କୁ ହରାଇଥିଲେ। ୬ଷ୍ଠ ରାଉଣ୍ଡରେ ରାକେଶଙ୍କର ମୁକାବିଲା ହୋଇଥିଲା ଗ୍ରାଣ୍ଡମାଷ୍ଟର ଲକ୍ଷ୍ମଣଙ୍କ ସହ । ଏହି ମ୍ୟାଚ୍‌ଟି ଅମୀମାଂସିତ ରହିଥିବା ବେଳେ ଉଭୟ ୦.୫ ପଏଣ୍ଟ ଲେଖାଏ ବାଣ୍ଟି ନେଇଥିଲେ। ଆନ୍ଧ୍ରପ୍ରଦେଶର ଭି. ତୋଶାଳୀ ମଧ୍ୟ ୫.୫ ପଏଣ୍ଟ ସହ ୪ର୍ଥ ସ୍ଥାନରେ ଅଛନ୍ତି । ୫ ପଏଣ୍ଟ ହାସଲ କରି ୧୫ ଜଣ ପ୍ରତିଯୋଗୀ ୫ମରୁ ୧୯ତମ ସ୍ଥାନ ମଧ୍ୟରେ ଅଛନ୍ତି। ଓଡ଼ିଶାର ଅନ୍ୟତମ ଆଇଏମ୍‌ ଅନ୍ବେଷ ଉପାଧ୍ୟାୟ ୪ ପଏଣ୍ଟ ପାଇବା ସହ ୩୨ତମ ସ୍ଥାନକୁ ଖସିଛନ୍ତି। ୪ ରାଉଣ୍ଡ ଶେଷ ସୁଦ୍ଧା ସେ ୩.୫ ପଏଣ୍ଟ ପାଇ ୧୦ମ ସ୍ଥାନରେ ଥିଲେ। ୫ମ ରାଉଣ୍ଡରେ ପଶ୍ଚିମବଙ୍ଗର ରୂପମ ମୁଖାର୍ଜୀଙ୍କ ସହ ମୁକାବିଲା ହୋଇଥିଲା। ମ୍ୟାଚ୍‌ଟି ଅମୀମାଂସିତ ରହିଥିବା ବେଳେ ୦.୫ ପଏଣ୍ଟ ହାସଲ କରିଥିଲେ ଅନ୍ବେଷ। ଷଷ୍ଠ ରାଉଣ୍ଡରେ ଆନ୍ଧ୍ରପ୍ରଦେଶର ଭି. ତୋଷାଳୀଙ୍କଠାରୁ ଅନ୍ବେଷ ପରାସ୍ତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri