ଅଶାନ୍ତ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ: କଲେଜ ଅନିର୍ଦ୍ଦିଷ୍ଟ କାଳ ସାଇନ-ଏ-ଡାଏ

ନୟାଗଡ଼ ଅଫିସ/ରଣପୁର (ସ୍ବ.ପ୍ର.),୨୮।୭-ଅଶାନ୍ତ ପାଲଟିଛି ନୟାଗଡ଼ ଜିଲା ରଣପୁର ବ୍ଲକ ଚାନ୍ଦପୁର ମୋହନ ମହିଳା ମହାବିଦ୍ୟାଳୟ । ଏ ନେଇ ଅଧ୍ୟକ୍ଷା ଅନିର୍ଦ୍ଦିଷ୍ଟ କାଳ ପାଇଁ ମହାବିଦ୍ୟାଳୟକୁ ସାଇନ-ଏ-ଡାଏ ଘୋଷଣା କରିଛନ୍ତି।

ଜଣେ ଅଧ୍ୟାପକ ଛାତ୍ରୀମାନଙ୍କୁ ଅସଦାଚରଣ କରିଥିବା ଅଭିଯୋଗ କରି ଶୁକ୍ରବାର ଗୋଟିଏ ଗୋଷ୍ଠୀର ଛାତ୍ରୀମାନେ ମହାବିଦ୍ୟାଳୟ ସମ୍ମୁଖରେ ଧାରଣା ଦେଇଥିଲେ। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ପର୍ଯ୍ୟନ୍ତ ଛାତ୍ରୀମାନେ ଧାରଣାରେ ବସି ରହି ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଅଡ଼ି ବସିଥିଲେ। ଏହା ପରେ କଲେଜ ଅଧ୍ୟକ୍ଷା ଝରଣା ସାହୁ ସେମାନଙ୍କୁ ପ୍ରତିଶ୍ରୁତି ଦେବା ପରେ ଧାରଣା ହଟିଥିଲା। ଶୁକ୍ରବାର ରାତିରେ ମହାବିଦ୍ୟାଳୟରେ ବୈଠକ ବସି ଅନିର୍ଦ୍ଦିଷ୍ଟ କାଳ ପାଇଁ ଅଧ୍ୟକ୍ଷା ମହାବିଦ୍ୟାଳୟକୁ ସାଇନ-ଏ- ଡାଏ ଘୋଷଣା କରିଥିଲେ। ସାଇନ-ଏ-ଡାଏ ଘୋଷଣା ହୋଇଥିଲେ ମଧ୍ୟ ଶନିବାର ଅନ୍ୟ ଏକ ଗୋଷ୍ଠୀର ଛାତ୍ରୀମାନେ ଆଉ ଜଣେ ଅଧ୍ୟାପକ ସେମାନଙ୍କୁ ଅସଦାଚରଣ କରିବା ସହ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ କରି ଧାରଣାରେ ବସିଥିଲେ। ସକାଳ ୧୦ଟାରୁ ଛାତ୍ରୀମାନେ ଫାଟକ ସମ୍ମୁଖରେ ଧାରଣାରେ ବସି ରହି ସମ୍ପୃକ୍ତ ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଜିଦ୍‌ ଧରି ବସିଥିଲେ। ଅପରାହ୍ନ ୪ଟାରେ ମହାବିଦ୍ୟାଳୟ ଅଧ୍ୟକ୍ଷା ଆସି ଅଧ୍ୟାପକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରତିଶ୍ରୁତି ଦେବା ପରେ ଛାତ୍ରୀମାନେ ଧାରଣାରୁ ଓହରିଥିଲେ।

ସୂଚନାଯୋଗ୍ୟ, ଉକ୍ତ ମହାବିଦ୍ୟାଳୟର ଦୁଇଜଣ ଅଧ୍ୟାପକ ଛାତ୍ରୀମାନଙ୍କୁ ବାହାରେ ଟିଉଶନ କରନ୍ତି। ଏହି ଘଟଣାକୁ କେନ୍ଦ୍ର କରି ଦୁଇ ଅଧ୍ୟାପକ ସମର୍ଥକ ଛାତ୍ରୀ ଗୋଷ୍ଠୀଙ୍କ ମଧ୍ୟରେ ଏପରି ଅସନ୍ତୋଷ ଦେଖାଦେଇଛି। ସମ୍ପୃକ୍ତ ଅଧ୍ୟାପକମାନେ ମହାବିଦ୍ୟାଳୟରେ କ୍ଲାସ ଚାଲୁଥିବାବେଳେ ଛାତ୍ରୀମାନଙ୍କୁ ଡାକି କାହିଁକି ତାଙ୍କ ନିକଟକୁ ଟିଉଶନ ହେବା ପାଇଁ ଯାଉନାହାନ୍ତି କହି ମାନସିକ ନିର୍ଯାତନା ଦିଅନ୍ତି। ସେହିଭଳି କେତେକ ଛାତ୍ରୀ ସମ୍ପୃକ୍ତ ଦୁଇ ଅଧ୍ୟାପକ ସେମାନଙ୍କୁ ଅସଦାଚରଣ କରୁଥିବା ନେଇ ମଧ୍ୟ ଅଭିଯୋଗ କରିଛନ୍ତି। ଗୋଟିଏ ଗୋଷ୍ଠୀ ଛାତ୍ରୀମାନେ ଗତ ୨୨ ତାରିଖରେ ଇଂଲିଶ ବିଭାଗର ଜଣେ ଅଧ୍ୟାପକ ଓ ଅନ୍ୟ ଏକ ଗୋଷ୍ଠୀର ଛାତ୍ରୀମାନେ ଗତ ୨୫ ତାରିଖରେ ସୋସିଓଲୋଜି ବିଭାଗର ଜଣେ ଅଧ୍ୟାପକଙ୍କ ବିରୋଧରେ କଲେଜ ଅଧ୍ୟକ୍ଷାକୁ ଲିଖିତ ଭାବେ ଅଭିଯୋଗ କରିଥିଲେ। ହେଲେ କୌଣସି ସୁଫଳ ନ ମିଳିବାରୁ ବାଧ୍ୟ ହୋଇ ସେମାନେ ଧାରଣା ଦେଇଥିବା ଛାତ୍ରୀମାନେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

ସମାଜବାଦୀ ପାର୍ଟି ଭାଙ୍ଗିବା ଅଭିଯୋଗକୁ ଖଣ୍ଡନ କଲେ ଅଖିଳେଶ, କହିଲେ ଦଳ ଆମର…

ଲକ୍ଷ୍ନୌ,୧୮।୬(ପି.ଟି.): ଆସନ୍ତାବର୍ଷ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ଥିବାବେଳେ ଏବେ ମୁଖ୍ୟ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି)ରେ ବଡ଼ ବିଭାଜନ ହେବାକୁ ଯାଉଥିବା ମନ୍ତ୍ରୀ ତଥା ସୁହେଲଦେବ…

‘ଇଣ୍ଡୋ-ପାସିଫିକ୍‌ କମାଣ୍ଡ’ ନାଁରୁ ‘ଇଣ୍ଡୋ’ ହଟାଇଲା ଆମେରିକା

ୱାଶିଂଟନ/ନୂଆଦିଲ୍ଲୀ, ୧୮।୬(ପି.ଟି.): ପ୍ରତିରକ୍ଷା ଓ ସାମରିକ ରଣନୀତି କ୍ଷେତ୍ରରେ ଆମେରିକା ବଡ଼ ପଦକ୍ଷେପ ଗ୍ରହଣ କରିଛି। ୮ ବର୍ଷ ତଳର ଏକ ନିଷ୍ପତ୍ତିକୁ ବଦଳାଇ ଆମେରିକା ସରକାର…

ଫିଫା ବିଶ୍ୱକପ୍‌: ରୋନାଲ୍ଡୋଙ୍କ ରେକର୍ଡ ଭାଙ୍ଗିଲେ ମେସି

ଇଷ୍ଟ ରଦରଫୋର୍ଡ (ଆମେରିକା),୧୮।୬: ଫୁଟ୍‌ବଲ ସୁପର ଷ୍ଟାର ଲିଓନେଲ ମେସିଙ୍କ ହାଟ୍ରିକ୍‌ ଗୋଲ ବଳରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ୩-୦ ଗୋଲରେ ଆଲ୍‌ଜେରିଆକୁ ପରାସ୍ତ କରିଛି। ଏହି…

୫୯ ମଣ୍ଡିରେ ପଡ଼ିରହିଛି ୪ ଲକ୍ଷ ବସ୍ତା ଧାନ, ବର୍ଷା ନେଇ ଚିନ୍ତାରେ ଚାଷୀ

ପଦ୍ମପୁର,୧୮।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଧାନ କିଣାବିକା ସମସ୍ୟା ସୁଧୁରୁ ନ ଥିବା ବେଳେ ଆଗାମୀ ମୌସୁମୀ ବର୍ଷାକୁ ନେଇ ଚାଷୀ ଚିନ୍ତାରେ ପଡ଼ିଛନ୍ତି।…

ଭିଜିଲାନ୍ସ ଜାଲରେ ମଞ୍ଚେଶ୍ୱର ଥାନା ASI, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ…

ଭୁବନେଶ୍ୱର,୧୭।୬: ରାଜଧାନୀରେ ପୁଣି ଜଣେ ପୋଲିସ ବାବୁଙ୍କ ଲାଞ୍ଚ କାରବାରର ପର୍ଦ୍ଦାଫାଶ ହୋଇଛି। ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଭୁବନେଶ୍ୱର ମଞ୍ଚେଶ୍ୱର ଥାନାର ଏଏସଆଇ (ASI)। ଏକ ମାମଲା…

ଝାରସୁଗୁଡ଼ା ସହ ଏହି ଜିଲାରେ ବଢ଼ିଲା ଖରାଛୁଟି ଅବଧି, ଜାଣନ୍ତୁ କେବେ ଖୋଲିବ ସ୍କୁଲ

ଭୁବନେଶ୍ୱର, ୧୭।୬: ଝାରସୁଗୁଡ଼ା ଜିଲାରେ ପଢୁଥିବା ସ୍କୁଲ୍ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଗୁରୁତ୍ଵପୂର୍ଣ୍ଣ ଖବର। ଜିଲାରେ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିଥିବାରୁ ଛାତ୍ରଛାତ୍ରୀଙ୍କ ସ୍ଵାସ୍ଥ୍ୟକୁ ଦୃଷ୍ଟିରେ ରଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri