ଗୋପାଳପୁର,୬ା୯-ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଦୁଇଦିନ ହେଲା ଗଞ୍ଜାମ ଜିଲାରେ ବର୍ଷା ଲାଗି ରହିଛି। ବୁଧବାର ସକାଳ ୮.୩୦ରୁ ଗୁରୁବାର ୮.୩୦ ପର୍ଯ୍ୟନ୍ତ ଜିଲାରେ ୧୦୮ ମିିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି । ସେହିପରି ଗୁରୁବାର ସକାଳ ୮.୩୦ରୁ ସନ୍ଧ୍ୟା ୫.୩୦ମଧ୍ୟରେ ଗୋପାଳପୁର ଅଞ୍ଚଳରେ ୨୯.୪ ମିମି ବର୍ଷା ରେକର୍ଡ ହୋଇଛି। ଫଳରେ ଗତ କିଛିଦିନ ହେଲା ଗୋପାଳପୁର ସମୁଦ୍ର ଅଶାନ୍ତ ହୋଇ ବଡ଼ ବଡ଼ ଜୁଆର ଆସି କ୍ଷୟକ୍ଷତି କରୁଛି । ପର୍ଯ୍ୟଟକମାନେ ବେଳାଭୂମିର ମଜା ଉଠାଇ ପାରୁ ନ ଥିବା ବେଳେ ପାହାଚ ନିକଟକୁ ପାଣି ମାଡ଼ି ଆସୁଛି। ପାଣିପାଗ ବିଭାଗ ପକ୍ଷରୁ ଗୁରୁବାର ରେଡ୍ ଆଲର୍ଟ ଜାରି କରାଯାଇଥିବା ବେଳେ ଶୁକ୍ରବାର ଏଲୋ ଆଲର୍ଟ ରହିିବ। ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏଥିସହ ବର୍ଷା ଲାଗି ରହିବ ବୋଲି ଡପଲର ଇନ୍ଚାର୍ଜ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି । ଅପରପକ୍ଷରେ ଗୋପାଳପୁର ଅଞ୍ଚଳରେ ଥିବା ମତ୍ସ୍ୟଜୀବୀମାନେ ମାଛ ନ ମାରିପାରି ଚିନ୍ତାରେ ଥିବା ଦେଖିବାକୁ ମିଳିଛି ।
Posted inଆମ ଜିଲା ଖବର, ଗଞ୍ଜାମ View All
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ
ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…
ଘରୋଇ କଲେଜ ସିଲ୍ କଲା ପ୍ରଶାସନ, ତଦନ୍ତ ଆରମ୍ଭ
ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…
ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

