Posted inଖେଳ

ଅଶୋକ ସାହୁ ଜିଏଫ୍‌ଆଇ ଚୟନ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର, ୩୦।୫(କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଜିମ୍ନାଷ୍ଟିକ୍‌ ଆସୋସିଏଶନ(ଓଜିଏ) ସମ୍ପାଦକ ଅଶୋକ ସାହୁ ଜିମ୍ନାଷ୍ଟିକ୍ସ ଫେଡେରେଶନ ଅଫ୍‌ ଇଣ୍ଡିଆ( ଜିଏଫଆଇ) ଚୟନ କମିଟି ଅଧ୍ୟକ୍ଷଭାବେ ନିଯୁକ୍ତ ହୋଇଛନ୍ତି। ସେ ୪ ବର୍ଷ ପାଇଁ ଏହି ପଦବୀରେ ରହିବେ। ଅନ୍ୟ ୬ ସଦସ୍ୟଙ୍କ ସହ ମିଶି ସେ ଏଣିକି ଜାତୀୟ ଦଳ ଚୟନ କରିବେ। ରାଜ୍ୟରେ କୌଣସି ବ୍ୟକ୍ତି ଏପରି ଏକ ପଦବୀରେ ଅବସ୍ଥାପିତ ହେବା ପ୍ରଥମ ଘଟଣା। ତେଣୁ ଏହି ଖବର ରାଜ୍ୟ କ୍ରୀଡ଼ା ମହଲରେ ଖୁସି ଆଣିଦେଇଛି। କଟକରେ ଜନ୍ମିତ ଅଶୋକ ଜଣେ ଜିମ୍ନାଷ୍ଟିକ ଖେଳାଳି ମଧ୍ୟ । ସେ ରାଜ୍ୟ ପକ୍ଷରୁ ବିଭିନ୍ନ ଜାତୀୟ ସ୍ତରୀୟ ଟୁର୍ନାମେଣ୍ଟରେ ପ୍ରତିନିଧିତ୍ୱ କରିଛନ୍ତି । ସେ ପୂର୍ବରୁ ଜିଏଫଆଇର ଯୁଗ୍ମ ସମ୍ପାଦକ ଏବଂ ଉପସଭାପତି ଦାୟିତ୍ୱ ତୁଲାଇଥିଲେ। ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତା ସମୟରେ ସେ ଭାରତୀୟ ଦଳର ମ୍ୟାନେଜର ଦାୟିତ୍ୱ ମଧ୍ୟ ସଫଳତାର ସହ ତୁଲାଇ ଆସିଛନ୍ତି। ଏହା ମଧ୍ୟରେ ରହିଛି ୨୦୧୦ ଟୋକିଓ ଅନ୍ତର୍ଜାତୀୟ ଜୁନିୟର ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌, ୨୦୧୦ ନୂଆଦିଲ୍ଲୀ ରାଜ୍ୟଗୋଷ୍ଠୀ କ୍ରୀଡ଼ା, ୨୦୧୧ ଟୋକିଓ ବିଶ୍ୱ ଜିମ୍ନାଷ୍ଟିକ୍ସ ଚାମ୍ପିୟନଶିପ୍‌ ଏବଂ ୨୦୧୪ ଇଞ୍ଚତ୍ଅନ (ଦକ୍ଷିଣ କୋରିଆ) ଏସିଆନ ଗେମ୍ସ। ଓଡ଼ିଶା ଆଥଲେଟିକ୍‌ ଆସୋସିଏଶନ ସମ୍ପାଦକ ଆଶୀର୍ବାଦ ବେହେରା, ଓଜିଏ ସଭାପତି ସମୀର ଦେ, ଓଡ଼ିଶା କ୍ରିକେଟ ଆସୋସିଏଶନ ସମ୍ପାଦକ ସଞ୍ଜୟ ବେହେରା, ଓଡ଼ିଶା ଅଲିମ୍ପିକ ଆସୋସିଏଶନ ସଭାପତି ଅଭିଜିତ ପାଲ ପ୍ରମୁଖ ଅଶୋକଙ୍କୁ ଅଭିନନ୍ଦନ ଜଣାଇଥିବା ରାଜ୍ୟ ଜିମ୍ନାଷ୍ଟିକ ଆସୋସିଏଶନ ସୂତ୍ରରୁ ପ୍ରକାଶ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri