Posted inଖେଳ

ଅଶ୍ୱିନଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସତ୍ତ୍ୱେ ନଟ୍ଟିଂହାମ୍‌ଶାୟର ପରାସ୍ତ

ଟ୍ରେଣ୍ଟବ୍ରିଜ, ୧୬।୭- ପ୍ରମୁଖ ଭାରତୀୟ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନଙ୍କ ଚମତ୍କାର ଅଲ୍‌ରାଉଣ୍ଡ ପ୍ରଦର୍ଶନ ସତ୍ତ୍ୱେ ଏଠାରେ ଅନୁଷ୍ଠିତ କାଉଣ୍ଟି ଚାମ୍ପିୟନଶିପ୍‌ ଡିଭିଜନ-୧’ର ଏକ ମ୍ୟାଚ୍‌ରେ ନଟ୍ଟିଂହାମଶାୟର ୧୬୭ ରନରେ ସରେ ନିକଟରୁ ପରାସ୍ତ ହୋଇଛି। ନଟ୍ଟିଂହାମ୍‌ଶାୟର ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ୩୨ ବର୍ଷୀୟ ଅଶ୍ୱିନ ମ୍ୟାଚ୍‌ରେ ମୋଟ୍‌ ୧୨ ଉଇକେଟ୍‌ ସହ ୯୩ ରନ ସଂଗ୍ରହ କରିଥିଲେ ମଧ୍ୟ ତାହା ବୃଥା ଯାଇଥିଲା।
ସ୍ଥାନୀୟ ନଟ୍ଟିଂହାମ ଗ୍ରାଉଣ୍ଡରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ସରେ ପ୍ରଥମେ ବ୍ୟାଟିଂ କରି ୨୪୦ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଅଶ୍ୱିନ ୬୯ ରନରେ ୬ ଉଇକେଟ୍‌ ସଫଳତା ପାଇଥିଲେ। ଜବାବରେ ନଟ୍ଟିଂହାମଶାୟର ଅମର ଭିରଡି (୮/୬୧)ଙ୍କ ବୋଲିଂକୁ ସାମ୍ନା କରି ନ ପାରି ପ୍ରଥମ ଇନିଂସରେ ମାତ୍ର ୧୧୬ ରନରେ ଅଲ୍‌ଆଉଟ୍‌ ହୋଇଯାଇଥିଲା। ଅଶ୍ୱିନ ଦଳ ପକ୍ଷରୁ ସର୍ବାଧିକ ୨୭ ରନ କରିଥିଲେ। ୧୨୪ ରନରେ ଆଗରେ ଥାଇ ୨ୟ ଇନିଂସରେ ସରେ ୨୨୪ ରନ କରି ସମସ୍ତ ଉଇକେଟ୍‌ ହରାଇଥିଲା। ପ୍ରଥମ ଇନିଂସ ଭଳି ଏଥିରେ ମଧ୍ୟ ଅଶ୍ୱିନ ୬ ଉଇକେଟ୍‌ ନେଇଥିଲେ। ଫଳରେ ନଟ୍ଟିଂହାମଶାୟର ସମ୍ମୁଖରେ ୩୪୯ ରନର ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ନଟ୍ଟିଂହାମଶାୟର କିନ୍ତୁ ଅଶ୍ୱିନଙ୍କ ଅପରାଜିତ ୬୬ ରନ ସତ୍ତ୍ୱେ ୧୮୧ ରନରେ ସୀମିତ ରହିଥିଲା। କାଉଣ୍ଟି ଚାମ୍ପିୟନଶିପ୍‌ରେ ଚଳିତ ସିଜନରେ ଏହି ଭାରତୀୟ ଅଫ୍‌ସ୍ପିନର ୩ ମ୍ୟାଚ୍‌ ଖେଳି ମୋଟ୍‌ ୨୩ ଉଇକେଟ୍‌ ନେବା ସହ ୧୯୭ ରନ ସଂଗ୍ରହ କରି ବେଶ୍‌ ପ୍ରଭାବୀ ସାବ୍ୟସ୍ତ ହୋଇଛନ୍ତି। ଆସନ୍ତା ମାସରେ ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ଗସ୍ତରେ ଯାଉଥିବାରୁ ଏହି ପ୍ରଦର୍ଶନ ତାଙ୍କୁ ଚୟନରେ ସହାୟତା କରିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱର ୪ ନମ୍ବର ଯୋଡ଼ିକୁ ହରାଇ ସାତ୍ତ୍ୱିକ-ଚିରାଗ ଜିତିଲେ ଚାଇନା ମାଷ୍ଟର୍ସ ଟାଇଟଲ

ଶେନ୍‌ଝେନ୍‌,୬ା୯:ଭାରତର ଷ୍ଟାର ପୁରୁଷ ଡବଲ୍ସ ଖେଳାଳି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ୩ ଗେମ୍‌ ବିଶିଷ୍ଟ ଏକ ରୋମାଞ୍ଚକ ଫାଇନାଲରେ ଚାଇନାର ହି ଜି ତିଙ୍ଗ୍‌…

ପାକ୍‌ ଖେଳାଳିଙ୍କ ଫୋନ୍‌ ଜବତ କଲା ପିସିବି, କାହିଁକି ଜାଣନ୍ତୁ…

ଲଣ୍ଡନ,୬ା୯: ପାକିସ୍ତାନର ସମସ୍ୟାପୂର୍ଣ୍ଣ ଇଂଲଣ୍ଡ ଟୁର ଏକ ଅପ୍ରତ୍ୟାଶିତ ମୋଡ଼ ନେଇଛି। ଏଜବାଷ୍ଟନଠାରେ ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ତୃତୀୟ ଟେଷ୍ଟ ପୂର୍ବରୁ ଜାତୀୟ ଦଳର କିଛି…

ଟିମ୍‌ରୁ ବାଦ ପଡ଼ିବାର ରହସ୍ୟ ଖୋଲିଲେ ରାଇନା, କୋହଲିଙ୍କ ଅଧିନାୟକତ୍ୱକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଷ୍ଟାର୍ ବ୍ୟାଟର ସୁରେଶ ରାଇନା ଟିମ୍ ଇଣ୍ଡିଆରୁ ବାଦ ପଡ଼ିବାକୁ ନେଇ ବଡ଼ ବୟାନ ଦେଇଛନ୍ତି। ବିରାଟ କୋହଲି ଭାରତୀୟ…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

ରୋନାଲ୍ଡୋ-ମେସିଙ୍କୁ ନେଇ ଇତିହାସରେ ପ୍ରଥମ ଥର ଘଟିବାକୁ ଯାଉଛି ଏମିତି ଘଟଣା, ଅପେକ୍ଷାରେ ପ୍ରଶଂସକ

ନୂଆଦିଲ୍ଲୀ,୬।୯: ପର୍ତ୍ତୁଗାଲର କ୍ରିଷ୍ଟିଆନୋ ରୋନାଲ୍ଡୋ ଏବଂ ଆର୍ଜେଣ୍ଟିନାର ଲିଓନେଲ ମେସି ଫୁଟବଲ ଜଗତର ଦୁଇ କିମ୍ବଦନ୍ତୀ ତାରକା। ପ୍ରାୟ 15 ବର୍ଷ ଧରି, ସେମାନଙ୍କର ପ୍ରତିଦ୍ୱନ୍ଦ୍ୱିତା ବିଶ୍ୱ…

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri