Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌ ବାତିଲ ସମ୍ଭାବନା

ସିଡ୍‌ନୀ,୭।୫(ଏଏଫ୍‌ପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି। ଏପରିକି ଅଷ୍ଟ୍ରେଲିଆ ଓପନ ବାତିଲ ହେବା ସମ୍ଭାବନା ରହିଛି ବୋଲି ଟେନିସ ଅଷ୍ଟ୍ରେଲିଆ ସ୍ବୀକାର କରିଛି। ଯଦି କୋଭିଡ୍‌-୧୯ ସଂକ୍ରମଣ ନିୟନ୍ତ୍ରଣକୁ ନ ଆସିଥାଏ ତା’ହେଲେ ଏହି ଟୁର୍ନାମେଣ୍ଟ ବାତିଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।
ଚଳିତବର୍ଷ ଜୁଲାଇ ୧୩ତାରିଖ ପର୍ଯ୍ୟନ୍ତ ଟେନିସ କ୍ୟାଲେଣ୍ଡରକୁ ସସ୍‌ପେଣ୍ଡ କରାଯାଇଛି। ପୁଣି ସବୁଦେଶ ସେମାନଙ୍କ ସୀମା ସିଲ୍‌ କରିଥିବାରୁ ଅନ୍ତର୍ଜାତୀୟସ୍ତରରେ କୌଣସି ଟୁର୍ନାମେଣ୍ଟ ଆୟୋଜନ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଅଷ୍ଟ୍ରେଲିଆନ ଓପନ ମେଲବୋର୍ନରେ ଜାନୁୟାରୀ ୧୮ରୁ ୩୧ ତାରିଖ ମଧ୍ୟରେ ଆୟୋଜନ ହୋଇଥାଏ। ଆହୁରି ୮ ମାସ ବାକିଥିଲେ ମଧ୍ୟ ଏହି ଟୁର୍ନାମେଣ୍ଟ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି। ତେବେ ଟୁର୍ନାମେଣ୍ଟ ଆୟୋଜନ ନେଇ ଆମେ ଆଶାବାଦୀ ଅଛୁ ଓ ସବୁ ପ୍ରକାର ପରିସ୍ଥିତି ପାଇଁ ଯୋଜନା କରୁଛୁ ବୋଲି କ୍ରିକେଟ ଟେନିସର ଜଣେ ମୁଖପାତ୍ର କହିଛନ୍ତି। ସବୁ ବିକଳ୍ପ ନେଇ ଆମେ ଚିନ୍ତା କରୁଛୁ। ବହୁତ କିଛି ନିଷ୍ପତ୍ତି ଆମ ହାତରେ ନାହିଁ। ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନିର୍ଦ୍ଦେଶାବଳୀ ଓ କଟକଣା ଉପରେ ମଧ୍ୟ ସବୁକିଛି ନିର୍ଭର କରେ ବୋଲି ସେ କହିଛନ୍ତି।
କୋଭିଡ୍‌-୧୯ ମହାମାରୀ କାରଣରୁ ଚଳିତବର୍ଷ ଓ୍ବିମ୍ବେଲଡନ ଟୁର୍ନାମେଣ୍ଟକୁ ବାତିଲ କରାଯାଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପ୍ରଥମଥର ପାଇଁ ଓ୍ବିମ୍ବେଲଡନକୁ ବାତିଲ କରାଯାଇଛି। ପୁଣି ଫ୍ରେଞ୍ଚ୍‌ ଓପନ୍‌କୁ ମଧ୍ୟ ସେପ୍ଟେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସେହିପରି ଅଗଷ୍ଟରେ ନ୍ୟୁୟର୍କରେ ୟୁଏସ୍‌ ଓପନ୍‌ ଆୟୋଜନ କରାଯିବା ନେଇ ୟୁନାଇଟେଡ୍‌ ଷ୍ଟେଟ୍ସ ଟେନିସ ଆସୋସିଏଶନ ଜୁନ୍‌ ମାସ ମଝିରେ ନିଷ୍ପତ୍ତି ନେବ। ଅଷ୍ଟ୍ରେଲିଆ ମଧ୍ୟ ତା’ର ସୀମା ସିଲ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri