Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌ ବାତିଲ ସମ୍ଭାବନା

ସିଡ୍‌ନୀ,୭।୫(ଏଏଫ୍‌ପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି। ଏପରିକି ଅଷ୍ଟ୍ରେଲିଆ ଓପନ ବାତିଲ ହେବା ସମ୍ଭାବନା ରହିଛି ବୋଲି ଟେନିସ ଅଷ୍ଟ୍ରେଲିଆ ସ୍ବୀକାର କରିଛି। ଯଦି କୋଭିଡ୍‌-୧୯ ସଂକ୍ରମଣ ନିୟନ୍ତ୍ରଣକୁ ନ ଆସିଥାଏ ତା’ହେଲେ ଏହି ଟୁର୍ନାମେଣ୍ଟ ବାତିଲ ହେବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ଆୟୋଜକମାନେ ସୂଚନା ଦେଇଛନ୍ତି।
ଚଳିତବର୍ଷ ଜୁଲାଇ ୧୩ତାରିଖ ପର୍ଯ୍ୟନ୍ତ ଟେନିସ କ୍ୟାଲେଣ୍ଡରକୁ ସସ୍‌ପେଣ୍ଡ କରାଯାଇଛି। ପୁଣି ସବୁଦେଶ ସେମାନଙ୍କ ସୀମା ସିଲ୍‌ କରିଥିବାରୁ ଅନ୍ତର୍ଜାତୀୟସ୍ତରରେ କୌଣସି ଟୁର୍ନାମେଣ୍ଟ ଆୟୋଜନ ନେଇ ଅନିଶ୍ଚିତତା ସୃଷ୍ଟି ହୋଇଛି। ଅଷ୍ଟ୍ରେଲିଆନ ଓପନ ମେଲବୋର୍ନରେ ଜାନୁୟାରୀ ୧୮ରୁ ୩୧ ତାରିଖ ମଧ୍ୟରେ ଆୟୋଜନ ହୋଇଥାଏ। ଆହୁରି ୮ ମାସ ବାକିଥିଲେ ମଧ୍ୟ ଏହି ଟୁର୍ନାମେଣ୍ଟ ଆୟୋଜନ ନେଇ ଆଶଙ୍କା ପ୍ରକାଶ ପାଇଛି। ତେବେ ଟୁର୍ନାମେଣ୍ଟ ଆୟୋଜନ ନେଇ ଆମେ ଆଶାବାଦୀ ଅଛୁ ଓ ସବୁ ପ୍ରକାର ପରିସ୍ଥିତି ପାଇଁ ଯୋଜନା କରୁଛୁ ବୋଲି କ୍ରିକେଟ ଟେନିସର ଜଣେ ମୁଖପାତ୍ର କହିଛନ୍ତି। ସବୁ ବିକଳ୍ପ ନେଇ ଆମେ ଚିନ୍ତା କରୁଛୁ। ବହୁତ କିଛି ନିଷ୍ପତ୍ତି ଆମ ହାତରେ ନାହିଁ। ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ନିର୍ଦ୍ଦେଶାବଳୀ ଓ କଟକଣା ଉପରେ ମଧ୍ୟ ସବୁକିଛି ନିର୍ଭର କରେ ବୋଲି ସେ କହିଛନ୍ତି।
କୋଭିଡ୍‌-୧୯ ମହାମାରୀ କାରଣରୁ ଚଳିତବର୍ଷ ଓ୍ବିମ୍ବେଲଡନ ଟୁର୍ନାମେଣ୍ଟକୁ ବାତିଲ କରାଯାଇଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପ୍ରଥମଥର ପାଇଁ ଓ୍ବିମ୍ବେଲଡନକୁ ବାତିଲ କରାଯାଇଛି। ପୁଣି ଫ୍ରେଞ୍ଚ୍‌ ଓପନ୍‌କୁ ମଧ୍ୟ ସେପ୍ଟେମ୍ବର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ସେହିପରି ଅଗଷ୍ଟରେ ନ୍ୟୁୟର୍କରେ ୟୁଏସ୍‌ ଓପନ୍‌ ଆୟୋଜନ କରାଯିବା ନେଇ ୟୁନାଇଟେଡ୍‌ ଷ୍ଟେଟ୍ସ ଟେନିସ ଆସୋସିଏଶନ ଜୁନ୍‌ ମାସ ମଝିରେ ନିଷ୍ପତ୍ତି ନେବ। ଅଷ୍ଟ୍ରେଲିଆ ମଧ୍ୟ ତା’ର ସୀମା ସିଲ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri