Posted inଖେଳ

ଅଷ୍ଟ୍ରେଲିଆନ ଓପନ୍‌: ଜୋକୋଭିଚ୍‌- ଥିମ୍‌ ଫାଇନାଲ

ମେଲବୋର୍ନ,୧।୨ (ଏଏଫ୍‌ପି)- ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ରବିବାର ଟାଇଟଲ ପାଇଁ ଫାଇନାଲ ମୁକାବିଲାରେ ଦ୍ୱିତୀୟ ସିଡ ସର୍ବିୟାର ଅଭିଜ୍ଞ ଖେଳାଳି ନୋଭାକ ଜୋକେଭିଚ ଓ ପଞ୍ଚମ ସିଡ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ ପରସ୍ପରକୁ ଭେଟିବେ। ଶୁକ୍ରବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଥିମ୍‌ ମାରାଥନ ୩-୬, ୬-୪, ୭-୬, ୭-୬ ସେଟ୍‌ରେ ସପ୍ତମ ସିଡ ଖେଳାଳି ଜର୍ମାନୀର ଆଲେକ୍‌ଜାଣ୍ଡର ଜେଭରେଭଙ୍କୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛନ୍ତି। ଗୁରୁବାର ୧୬ଟି ଗ୍ରାଣ୍ଡସ୍ଳାମ ଟାଇଟଲ ହାସଲ କରିଥିବା ଜୋକୋଭିଚ୍‌ ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ୭-୬, ୬-୪, ୬-୩ ସେଟ୍‌ରେ ତୃତୀୟ ସିଡ ସୁଇଜରଲାଣ୍ଡର ଅଭିଜ୍ଞ ଖେଳାଳି ରୋଜର ଫେଡରରଙ୍କୁ ହରାଇ ଫାଇନାଲରେ ପ୍ରବେଶ କରିଥିଲେ। ଏହାପୂର୍ବରୁ ଥିମ୍‌ କ୍ୱାର୍ଟର ଫାଇନାଲରେ ବିଶ୍ୱର ୧ ନମ୍ବର ଖେଳାଳି ରାଫାଲ ନାଡାଲଙ୍କୁ ମାରାଥନ ୭-୬, ୭-୬, ୪-୬, ୭-୬ ସେଟ୍‌ରେ ହରାଇ ସେମିରେ ପ୍ରବେଶ କରିଥିଲେ। ସେହିପରି ଜୋକୋଭିଚ୍‌ ୬-୪, ୬-୩, ୭-୬ ସେଟ୍‌ରେ ୩୨ ତମ ସିଡ୍‌ କାନାଡାର ମିଲୋସ ରାଓନିକଙ୍କୁ ହରାଇ ସେମି ଟିକେଟ ହାସଲ କରିଥିଲେ। ଥିମ୍‌ ଓ ଜେଭରେଭଙ୍କ ମଧ୍ୟରେ ଅନୁଷ୍ଠିତ ସେମିଫାଇନାଲ ମ୍ୟାଚ୍‌ରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ନିଜ ପ୍ରଦର୍ଶନରେ ଥିମ୍‌ ଖୁସି ଜାହିର କରିଛନ୍ତି। ଜେଭରେଭଙ୍କ ପ୍ରଦର୍ଶନକୁ ସେ ପ୍ରଶଂସା କରିଛନ୍ତି। ତେବେ ଫାଇନାଲ ମ୍ୟାଚ୍‌ରେ ପ୍ରକୃତ ଚ୍ୟାଲେଞ୍ଜର ସମ୍ମୁଖୀନ ହେବେ ବୋଲି ସେ ସ୍ବୀକାର କରିଛନ୍ତି। ଜୋକୋଭିଚ୍‌ଙ୍କୁ ଗତ ଦୁଇଟି ମ୍ୟାଚ୍‌ରେ ଥିମ ପରାସ୍ତ କରିଥିଲେ ମଧ୍ୟ ଫାଇନାଲରେ କୋକୋଭିଚ୍‌ ଫେଭରାଇଟ୍‌ ବିବେଚିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି ନେଇ…

ବଲାଙ୍ଗୀର,୬ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ରବିବାର ହାଇକୋର୍ଟ ଜ୍ୟୋତିଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ବଲାଙ୍ଗୀରଠାରେ ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା କରାଯିବାକୁ…

ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରାସ୍ତାରୁ ଖାଲକୁ ଖସିଲା ଚଳନ୍ତା ବସ୍‌: ୫୦ ଯାତ୍ରୀ…

ଢେଙ୍କାନାଳ, ୬।୯: ଢେଙ୍କାନାଳ ଶକ୍ତି ସୁଗାର ନିକଟରେ ରବିବାର ଏକ ଚଳନ୍ତା ଯାତ୍ରୀବାହୀ ବସ୍‌ ରାସ୍ତାରୁ ଖାଲକୁ ଖସିପଡ଼ିଥିବା ଜଣାପଡ଼ିଛି। ବସ୍‌ଟି କେନ୍ଦୁଝର ଜିଲାର ତେଲକୋଇରୁ ଭୁବନେଶ୍ୱର…

‘ଜମ୍ମୁ କଶ୍ମୀର-ଲଦାଖ ଆମର’: ନୂଆ UN ମାନଚିତ୍ର ପ୍ରତି ଭାରତର ପ୍ରତିକ୍ରିୟା ପାକିସ୍ତାନକୁ ବିଚଳିତ କରିବ

ନୂଆଦିଲ୍ଲୀ,୬।୯: ଭାରତ ଜାତିସଂଘ ବା UN ସାଧାରଣ ସଭାର ପ୍ରସ୍ତାବ ସମ୍ପର୍କରେ ଏକ ବିବୃତ୍ତି ଜାରି କରିଛି ଯାହା ଶୀର୍ଷକ ‘ମାନଚିତ୍ର ସଂଶୋଧନ କରନ୍ତୁ’। ବୈଦେଶିକ ମନ୍ତ୍ରଣାଳୟର…

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

ଅରୁଣାଚଳରେ ପ୍ରଥମ ପ୍ରମୁଖ ଭାରତ-ଚାଇନା କୋର କମାଣ୍ଡରସ୍ତରୀୟ ବୈଠକ; ଜାଣନ୍ତୁ କ’ଣ ରହିଛି ଏଜେଣ୍ଡା

ନୂଆଦିଲ୍ଲୀ,୬।୯: ଅରୁଣାଚଳ ପ୍ରଦେଶରେ ଭାରତ ଏବଂ ଚାଇନା କୋର କମାଣ୍ଡରମାନଙ୍କ ମଧ୍ୟରେ ଏକ ପ୍ରମୁଖ ସୀମା କର୍ମଚାରୀ ବୈଠକ (BPM) ଅନୁଷ୍ଠିତ ହେବାକୁ ଯାଉଛି। ରବିବାର (ସେପ୍ଟେମ୍ବର…

୪ ଥର ପାଇଁ ପିସିସି ସମ୍ପାଦକ ହେଲେ ସଂଗ୍ରାମ ଦାସ

କେନ୍ଦୁଝର,୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବରିଷ୍ଠ କଂଗ୍ରେସ ନେତା ସଂଗ୍ରାମ ଦାସ ୪ ଥର ପାଇଁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସମ୍ପାଦକ ଭାବେ ମନୋନୀତ ହୋଇଛନ୍ତି। ଏଆଇସିସିର…

ଠକେଇ-ବ୍ଲାକ୍‌ମେଲିଂ ଘଟଣାର ପର୍ଦ୍ଦାଫାଶ: ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଧରି…

ସମ୍ବଲପୁର,୬ା୯(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଘଟିଥିବା ଦୁଇଟି ପୃଥକ୍‌ ସାଇବର ଅପରାଧ ମାମଲାରେ ସାଇବର ପୋଲିସକୁ ବଡ଼ ସଫଳତା ମିଳିଛି। ଉତ୍ତରାଖଣ୍ଡରୁ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା…

ପାକିସ୍ତାନୀ ଖେଳାଳିଙ୍କ ଫୋନ ଜବତ କଲା PCB; ମ୍ୟାଚ ଫିକ୍ସିଂ ସନ୍ଦେହ? ଉଠିଲାଣି ପ୍ରଶ୍ନ

ଇସଲାମାବାଦ,୬।୯: ପାକିସ୍ତାନ କ୍ରିକେଟ ବୋର୍ଡ (PCB) ସମ୍ପ୍ରତି ଏପରି ନିଷ୍ପତ୍ତି ନେଇଛି ଯାହାକୁ ନେଇ ବିଶ୍ୱବ୍ୟାପୀ ହାସ୍ୟରସ ସୃଷ୍ଟି ହୋଇଛି। ଏବେ, ଇଂଲଣ୍ଡ ଗସ୍ତ ସମୟରେ ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri