Posted inଖେଳ

ଅଷ୍ଟ୍ରେଲିଆନ ଓପନ: ଚତୁର୍ଥ ରାଉଣ୍ଡରେ ନାଡାଲ, ଥିମ୍‌, ଓ୍ବାରିଙ୍କା

ମେଲବୋର୍ନ, ୨୬।୧(ଏଏଫ୍‌ପି)- ବିଶ୍ୱର ୧ ନମ୍ବର ଖେଳାଳି ସ୍ପେନର ରାଫାଲ ନାଡାଲ ବର୍ଷ ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନରେ ଜୟଯାତ୍ର ଜାରି ରଖିଛନ୍ତି। ଶନିବାର ଟୁର୍ନାମେଣ୍ଟର ଷଷ୍ଠ ଦିବସରେ ନାଡ଼ାଲ ପୁରୁଷ ସିଙ୍ଗଲ୍ସ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ୨୭ ତମ ସିଡ ଖେଳାଳି ସ୍ପେନର ପାବ୍ଲୋ କାରେନୋ ବୁଷ୍ଟାଙ୍କୁ ୬-୧, ୬-୨, ୬-୪ ସେଟ୍‌ରେ ପରାସ୍ତ କରି ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ୩୩ ବର୍ଷୀୟ ନାଡାଲ ଏଥର ସଫଳ ହେଲେ ୨୦ତମ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତି ଅଭିଜ୍ଞ ତଥା ସିନିୟର ସୁଇଜରଲାଣ୍ଡର ରୋଜର ଫେଡରରଙ୍କ ସମକକ୍ଷ ହେବେ। ଏବେ ସେ ୨୩ତମ ସିଡ ଅଷ୍ଟ୍ରେଲିଆର ନିକ୍‌ କିର୍ଗିୟସଙ୍କୁ ପରବର୍ତ୍ତୀ ରାଉଣ୍ଡରେ ଭେଟିବେ। କିର୍ଗିୟସ ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ମାରାଥନ ୬-୨, ୭-୬, ୬-୭, ୬-୭, ୭-୬ ସେଟ୍‌ରେ ୧୬ତମ ସିଡ୍‌ ରୁଷିଆର କାରେନ ଖାଚାନୋଭଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ୧୦ମ ସିଡ ଫ୍ରାନ୍ସର ଗାଏଲ ମନଫିଲ୍ସ ଓ ପଞ୍ଚମ ସିଡ୍‌ ଡୋମିନିକ୍‌ ଥିମ୍‌ ପରସ୍ପରକୁ ଭେଟିବେ। ମନ୍‌ଫିଲ୍ଡ ୭-୬. ୬-୪, ୬-୩ ସେଟ୍‌ରେ ଲାଟଭିଆ କ୍ୱାଲିଫାୟର ଏର୍ନେଷ୍ଟ ଗଲବିସ୍‌ଙ୍କୁ ଓ ଅଷ୍ଟ୍ରିଆର ଥିମ୍‌ ୬-୨, ୬-୪, ୭-୭, ୬-୪ ସେଟ୍‌ରେ ୨୯ତମ ସିଡ୍‌ ଆମେରିକାର ଟେଲର ଫ୍ରିଜ୍‌ଙ୍କୁ ହରାଇ ଚତୁର୍ଥ ରାଉଣ୍ଡକୁ ଉନ୍ନୀତ ହୋଇଛନ୍ତି। ସେହିପରି ଅନ୍ୟଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ଚତୁର୍ଥ ସିଡ୍‌ ରୁଷିଆର ଡାନିଏଲ ମେଡଭେଡେଭ ଓ ୨୦୧୪ ଚାମ୍ପିୟନ ୧୫ତମ ସିଡ୍‌ ସୁଇଜରଲାଣ୍ଡର ଷ୍ଟାନିସ୍‌ଲାସ ଓ୍ବାରିଙ୍କା ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ମେଡଭେଡେଭ ୬-୪, ୬-୩, ୬-୨ ସେଟ୍‌ରେ ଆଲେକ୍ସେଇ ପପିରିନଙ୍କୁ ଓ ୧୯ତମ ସିଡ୍‌ ଜନ୍‌ ଇସ୍ନର ରିଟାୟାର୍ଡ ହର୍ଟ ହେବା କାରଣରୁ ଓ୍ବାରିଙ୍କା ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି। ସେହିପରି ସପ୍ତମ ସିଡ୍‌ ଜର୍ମାନୀର ଆଲେକଜାଣ୍ଡାର ଭେରେଭ ଓ ୧୭ତମ ସିଡ୍‌ ଆନ୍ଦ୍ରେ ରୁବ୍ଲେଭ ଚତୁର୍ଥ ରାଉଣ୍ଡରେ ମୁହଁାମୁହିଁ ହେବା ସ୍ପଷ୍ଟ ହୋଇଛି। ରୁବ୍ଲେଭ ୨-୬, ୭-୬, ୬-୪, ୭-୬ ସେଟ୍‌ରେ ୧୧ତମ ସିଡ ଡେଭିଡ ଗଫିନ୍‌ ଓ ଭେରେଭ ୬-୨,୬-୨,୬-୪ ସେଟ୍‌ରେ ଫର୍ନାଣ୍ଡୋ ଭର୍ଡାସ୍କୋଙ୍କୁ ହରାଇ ଚତୁର୍ଥ ରାଉଣ୍ଡରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ରାଜସ୍ଥାନକୁ ହରାଇ ଫାଇନାଲ୍‌ରେ ଗୁଜରାଟ, ମେ’ ୩୧ରେ RCB ସହ ମହାମୁକାବିଲା

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ରେ ଗୁଜରାଟ ଟାଇଟନ୍ସ (GT) ଚମତ୍କାର ପ୍ରଦର୍ଶନ କରି ରାଜସ୍ଥାନ ରୟାଲ୍ସ (RR) କୁ ୮ ୱିକେଟ୍‌ରେ ପରାସ୍ତ କରିଛି। ଏହି…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ହାରିଗଲେ ସିନ୍ଧୁ, ସାତ୍ତ୍ୱିକ-ଚିରାଗ ଯୋଡ଼ି ସେମିରେ

ସିଙ୍ଗାପୁର, ୨୯ା୫: ସ୍ଥିର ପ୍ରଦର୍ଶନ ଅଭାବରୁ ଭାରତର ଷ୍ଟାର ବ୍ୟାଡ୍‌ମିଣ୍ଟନ ଖେଳାଳି ପି.ଭି. ସିନ୍ଧୁ ଏଠାରେ ଚାଲିଥିବା ସିଙ୍ଗାପୁର ଓପନ ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ…

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର…

ଆଇପିଏଲ ମଝିରେ ଲକ୍ଷ୍ନୌ କଲା ବଡ଼ ଘୋଷଣା: ଅଧିନାୟକ ପଦ ଛାଡ଼ିଲେ ରିଷଭ ପନ୍ତ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୨୯।୫: ୨୦୨୬ ଆଇପିଏଲ ମଝିରେ ରିଷଭ ପନ୍ତ ଲକ୍ଷ୍ନୌ ସୁପରଜାଏଣ୍ଟସର ଅଧିନାୟକ ପଦ ଛାଡି ଦେଇଛନ୍ତି। ଶୁକ୍ରବାର ଫ୍ରାଞ୍ଚାଇଜ ସୋସିଆଲ ମିଡିଆରେ ପନ୍ତଙ୍କୁ ଅଧିନାୟକ ପଦରୁ…

ଖେଳାଳିଙ୍କ ପାଇଁ ନୂଆ ନିର୍ଦ୍ଦେଶ ଜାରି କଲା BCCI, ନିଷିଦ୍ଧ ଅଞ୍ଚଳରେ ସ୍ମାର୍ଟ ଚଷମା ପିନ୍ଧିବା ଉପରେ ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୫: ଇଣ୍ଡିଆନ୍ ପ୍ରିମିୟର ଲିଗ୍‌ରେ ଅତ୍ୟାଧୁନିକ ଯୋଗାଯୋଗ ଉପକରଣର ବର୍ଦ୍ଧିତ ବ୍ୟବହାର ମଧ୍ୟରେ, ଖେଳାଳି ଏବଂ ସହାୟକ କର୍ମଚାରୀଙ୍କ ପାଇଁ ଏକ ନୂତନ ପରାମର୍ଶ ଜାରି କରାଯାଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri