Posted inଖେଳ

ଅଷ୍ଟ୍ରେଲିଆର ବାଂଲାଦେଶ ଗସ୍ତ ସ୍ଥଗିତ

ସିଡନୀ,୧୦।୪(ଏପି)- ଏକ ଦୁଇଟିକିଆ ଟେଷ୍ଟ ସିରିଜ ଖେଳିବା ପାଇଁ ଅଷ୍ଟ୍ରେଲିଆ ଆଗାମୀ ଜୁନ୍‌ରେ ବାଂଲାଦେଶ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ତେବେ କରୋନା ଭାଇରସ ସଂକ୍ରମଣ ତଥା ମହାମାରୀକୁ ଦୃଷ୍ଟିରେ ରଖି ଏହାକୁ ସ୍ଥଗିତ ରଖାଯାଇଛି। ଚଟ୍ଟୋଗ୍ରାମ୍‌ରେ ଜୁନ୍‌ ୧୧ ତାରିଖରୁ ପ୍ରଥମ ଟେଷ୍ଟ ଓ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ ଢାକାରେ ୧୯ ତାରିଖରୁ ଆରମ୍ଭ ହେବାର କାର୍ଯ୍ୟକ୍ରମ ଥିଲା। ଏହି ଦୁଇଟି ମ୍ୟାଚ୍‌ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଅଂଶବିଶେଷ। କ୍ରିକେଟ ଅଷ୍ଟ୍ରେଲିଆ ମୁଖ୍ୟ କାର୍ଯ୍ୟନିର୍ବାହୀ କେଭିନ ରୋବର୍ଟ ବାଂଲାଦେଶ ସହ ମିଳିତ ଭାବେ କାର୍ଯ୍ୟ କରିବାକୁ ବଦ୍ଧପରିକର ଓ ନୂଆ ତାରିଖରେ ଏହି ଦୁଇ ଟେଷ୍ଟ ଖେଳିବାକୁ ମିଳିତ ଭାବେ ନିଷ୍ପତ୍ତି ନେବୁ ବୋଲି ସେ କହିଛନ୍ତି। ଉଲ୍ଲେଖଥାଉ କି, ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଦ୍ୱିତୀୟ ସିରିଜ ଭାବେ ଏହି ଶୃଙ୍ଖଳା ପ୍ରଭାବିତ ହୋଇଛି। ପୂର୍ବରୁ ଇଂଲଣ୍ଡ- ଶ୍ରୀଲଙ୍କା ଟେଷ୍ଟ ସିରିଜ ମଧ୍ୟ କରୋନା ଭାଇରସ କାରଣରୁ ସ୍ଥଗିତ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କାହିଁକି ହକି ଦଳର ଜର୍ସି ରଙ୍ଗ ବଦଳାଗଲା, ପ୍ରଶ୍ନ ଉଠାଇଲା ଖାର୍ଗେ

ନୂଆଦିଲ୍ଲୀ,୧ା୮: ଭାରତୀୟ ହକି ଦଳର ଜର୍ସିର ରଙ୍ଗ ଗେରୁଆ କରାଯିବା ଘଟଣାକୁ ନେଇ ଏବେ ବିବାଦ ଦେଖାଦେଇଛି। ସରକାରଙ୍କ ଏହି ନିଷ୍ପତ୍ତି ଉପରେ କଂଗ୍ରେସ ସଭାପତି ମଲିକାର୍ଜୁନ…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

CWG 2026: ଜୁଡୋରେ ଭାରତର ଐତିହାସିକ ସଫଳତା, ଅସ୍ମିତାଙ୍କ ପରେ ହର୍ଷ ସିଂହ ଜିତିଲେ ସ୍ୱର୍ଣ୍ଣ

ନୂଆଦିଲ୍ଲୀ,୩୧।୭: କମନୱେଲଥ୍ ଗେମ୍ସ ୨୦୨୬ରେ ଭାରତୀୟ କ୍ରୀଡ଼ା ଜଗତ ପାଇଁ ଆଜିର ଦିନଟି ଏକ ଐତିହାସିକ ଦିନ ହୋଇଛି। ଜୁଡୋରେ ଅସ୍ମିତା ଦେ ସ୍ୱର୍ଣ୍ଣ ପଦକ ଜିତିବାର…

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟଗୋଷ୍ଠୀ କ୍ରୀଡା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri