Posted inଖେଳ

ଅଷ୍ଟ୍ରେଲିଆ ଓ୍ବେବ୍‌ସାଇଟ୍‌: କୋହଲି ଟେଷ୍ଟ, ଧୋନୀ ଦିନିକିଆ ଅଧିନାୟକ

ମେଲବୋର୍ନ, ୨୪ା୧୨ (ପି.ଟି.)-କ୍ରିକେଟ ଅଷ୍ଟ୍ରେଲିଆର ଅଫିସିଆଲ ନ୍ୟୁଜ୍‌ ଓ୍ବେବ୍‌ସାଇଟ୍‌ ଦ୍ୱାରା ବିରାଟ କୋହଲି ଦଶନ୍ଧିର ଟେଷ୍ଟ ଏକାଦଶ ଦଳର ଅଧିନାୟକ ମନୋନୀତ ହୋଇଛନ୍ତି। ଅନ୍ୟପକ୍ଷରେ ମହେନ୍ଦ୍ର ସିଂ ଧୋନୀଙ୍କୁ ଦଶନ୍ଧିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ଦଳର ଅଧିନାୟକ କରାଯାଇଛି। କୋହଲି ଉଭୟ ଦଳରେ ସ୍ଥାନ ପାଇବା ସ୍ବାଭାବିକ। ଏହି ୩୧ବର୍ଷୀୟ ଖେଳାଳି ଗତ ୧୦ବର୍ଷରୁ ଅଧିକ ଦିନ ଧରି ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ ବିବେଚିତ ହୋଇ ଆସୁଛନ୍ତି। ଇତିମଧ୍ୟରେ ସେ ୭୦ ଅନ୍ତର୍ଜାତୀୟ ଶତକ ହାସଲ କରିବା ସହ ସଚିନ ତେନ୍ଦୁଲକର (୧୦୦) ଏବଂ ରିକି ପଣ୍ଟିଂ (୭୧)ଙ୍କ ପଛରେ ରହିଛନ୍ତି। ସମସ୍ତ ଫର୍ମାଟରେ କୋହଲିଙ୍କ ଆଭରେଜ ୫୦ରୁ ଅଧିକ ରହିଛି। ୨୧,୪୪୪ ରନ ସହ ସର୍ବକାଳୀନ ରନ ସଂଗ୍ରହକାରୀ ବ୍ୟାଟ୍ସମ୍ୟାନ ତାଲିକାରେ ସେ ତେନ୍ଦୁଲକର (୩୪,୩୫୭) ଏବଂ ପଣ୍ଟିଂ(୨୭,୪୮୩)ଙ୍କ ପଛରେ ରହିଛନ୍ତି। ଭାରତୀୟ ଅଧିନାୟକ କହିବାକୁ ଗଲେ ବିଶ୍ୱର ସମସ୍ତ ଦେଶ ବିପକ୍ଷରେ ଶତକ ହାସଲ କରିଛନ୍ତି। ଅଷ୍ଟ୍ରେଲିଆ ବିପକ୍ଷ ଡାଉନ୍‌ ଅଣ୍ଡରରେ ସେ ୯ଟି ଶତକ(୬ଟି ଟେଷ୍ଟ ଓ ୩ଟି ଦିନିକିଆ) ହାସଲ କରିଛନ୍ତି। ଦଶନ୍ଧିର ଟେଷ୍ଟ ଏକାଦଶ ଦଳରେ ସ୍ଥାନ ପାଇଥିବା ଅନ୍ୟ ଖେଳାଳିମାନେ ହେଲେ, ଆଲିଷ୍ଟର କୁକ୍‌, ଡେଭିଡ୍‌ ଓ୍ବାର୍ନର, କେନ୍‌ ଓ୍ବିଲିୟମସନ, ଷ୍ଟିଭ ସ୍ମିଥ୍‌, ଏବି ଡି’ଭିଲର୍ସ, ବେନ୍‌ ଷ୍ଟୋକ୍ସ, ଡେଲ୍‌ ଷ୍ଟେଇନ୍‌, ଷ୍ଟୁଆର୍ଟ ବ୍ରଡ୍‌, ନାଥାନ ଲିଅନ୍‌ ଏବଂ ଜେମ୍ସ ଆଣ୍ଡରସନ। ଏହି ଓ୍ବେବ୍‌ସାଇଟ୍‌ ଦଶନ୍ଧିର ଅନ୍ତର୍ଜାତୀୟ ଦିନିଆ ଦଳର ଅଧିନାୟକ ଭାବେ ଧୋନୀଙ୍କୁ ଚୟନ କରିଛି। ଧୋନୀଙ୍କ ଅଧିନାୟକତ୍ୱରେ ଭାରତ ଦୁଇଥର ୨୦୦୭ ଓ ୨୦୧୧ରେ ବିଶ୍ୱକପ୍‌ ଟାଇଟଲ ଜିତିଛି। ବିଶ୍ୱକପ୍‌ରେ ୫ ଶତକ ସହ ୨୦୧୯ରେ ଜବରଦସ୍ତ ପ୍ରଦର୍ଶନ କରିଥିବା ରୋହିତ ଶର୍ମାଙ୍କ ସହିତ ହାଶିମ ଅମ୍‌ଲାଙ୍କୁ ଓପନର ଭାବେ ଦଳରେ ସାମିଲ କରାଯାଇଛି। କୋହଲି ନିର୍ଦ୍ୱନ୍ଦ୍ୱରେ ବ୍ୟାଟିଂ ଅର୍ଡରର ୩ୟ ସ୍ଥାନରେ ଅଛନ୍ତି। ତାଙ୍କ ପଛକୁ ପଛ ଯଥାକ୍ରମେ ରହିଛନ୍ତି ଡି’ ଭିଲର୍ସ, ଶକିବ ଅଲ ହସନ, ଜୋସ୍‌ ବଟଲର, ଧୋନୀ, ରଶିଦ୍‌ ଖାଁ, ମିଚେଲ୍‌ ଷ୍ଟାର୍କ, ଟ୍ରେଣ୍ଟ ବୋଲ୍ଟ ଏବଂ ଲସିଥ ମାଲିଙ୍ଗା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri