Posted inଖେଳ

ଅଷ୍ଟ୍ରେଲିଆ ଟି୨୦ ଦଳର ଜର୍ସି ଚୟନ କରିବେ ଫ୍ୟାନ

ମେଲବୋର୍ନ, ୨୦।୩- ଅଷ୍ଟ୍ରେଲିଆନ ପ୍ରଶଂସକ ଏବେ ଜାତୀୟ ଦଳର ଟି୨୦ ଜର୍ସି ଚୟନ କରିପାରିବେ। ‘ଡିଜାଇନ ଦି କିଟ୍‌’ ଅନଲାଇନ ପ୍ରୋଗ୍ରାମରେ ଫ୍ୟାନଙ୍କ ଦ୍ୱାର ପ୍ରସ୍ତୁତ ୧୨୦ ଷ୍ଟାଇଲର ଜର୍ସି ସ୍ଥାନ ପାଇଥିଲା। ଏଥିରୁ ୫ଟି ଜର୍ସିକୁ ଶର୍ଟଲିଷ୍ଟ କରାଯାଇଛି। ଆଗାମୀ ୪ ଦିନ ପର୍ଯ୍ୟନ୍ତ ଅର୍ଥାତ ମଙ୍ଗଳବାର ମଧ୍ୟରାତି ପର୍ଯ୍ୟନ୍ତ ପ୍ରଶଂସକ ଭୋଟ କରିପାରିବେ। ବିଜୟୀ କିଟ୍‌କୁ ଏଏସ୍‌ଆଇସିଏସ୍‌ ପ୍ରସ୍ତୁତ କରିବ। ଏହି ଜର୍ସିକୁ ଉଭୟ ପୁରୁଷ ଓ ମହିଳା କ୍ରିକେଟ ଦଳ ୨୦୨୧-୨୨ରେ ପରିଧାନ କରିବ। ପ୍ରଶଂସକ ବାଛିଥିବା ଜର୍ସିରେ କେବଳ ପ୍ରାୟୋଜକଙ୍କ ଲୋଗୋ ରହିବ। ଗତବର୍ଷ ମଧ୍ୟ ‘ପିକ୍‌ ଦ କିଟ୍‌’ ଅନଲାଇନ ପ୍ରତିଯୋଗିତା ମାଧ୍ୟମରେ ପ୍ରଶଂସକ ୧୯୯୦ ବେଳର ଅଷ୍ଟ୍ରେଲିଆ ଜର୍ସି ବାଛିଥିଲେ, ଯାହାକୁ ପରିଧାନ କରି ଅଷ୍ଟ୍ରେଲିଆ ଦଳ ନ୍ୟୁଜିଲାଣ୍ଡ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରେ ଖେଳିଥିଲା। କିନ୍ତୁ କରୋନା ଭାଇରସ ଯୋଗୁ ପ୍ରଥମ ମ୍ୟାଚ୍‌ ଖାଲି ଷ୍ଟାଡିୟମରେ ଖେଳାଯିବା ପରେ ବଳକା ଦୁଇ ମ୍ୟାଚ୍‌ ବାତିଲ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହଙ୍ଗେରୀ ନିର୍ବାଚନ ଫଳାଫଳ, କିଏ ହେବେ ନୂଆ ପ୍ରଧାନମନ୍ତ୍ରୀ ଜାଣନ୍ତୁ…

ବୁଦାପେଷ୍ଟ,୧୩ା୪: ୧୬ ବର୍ଷ ଧରି କ୍ଷମତାରେ ରହିଥିବା ହଙ୍ଗେରୀ ପ୍ରଧାନମନ୍ତ୍ରୀ ଭିକ୍ଟର ଓର୍ବାନ୍‌ ରବିବାର ଅନୁଷ୍ଠିତ ନିର୍ବାଚନରେ ପରାଜିତ ହୋଇଛନ୍ତି। ହଙ୍ଗେରୀୟ ଭୋଟର ତାଙ୍କ ଏକଚ୍ଛତ୍ରବାଦ ନୀତି…

ଦାଦନ ଖଟିବାକୁ ଯାଇଥିଲେ, ଫେରିଲା ଯୁବତୀଙ୍କ ମୃତଦେହ

ମୋହନା୧୩।୪(ମନ୍ମଥ ମିଶ୍ର): ଚାନ୍ଦା ଆଦାୟ କରି ମୁମ୍ବାଇରୁ ଆସିଲା ମୃତଦେହ। ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଦମାଦୁଆ…

ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖି ଯାଇଥିଲେ, ଶବ ହୋଇ ଫେରିଲେ… ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ଲୋଇସିଂହା,୧୩।୪(ସୁଶାନ୍ତ ବାରିକ): ସାଙ୍ଗମାନଙ୍କ ସହିତ ଯାତ୍ରା ଦେଖିଯିବା ହେଲା କାଳ। ଶୁକ୍ରବାର ରାତିରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା କୁଟେନପାଲି ନିକଟରେ ଏକ ଅଜଣା ଗାଡି ଧକ୍କାରେ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ଅନୁସୂଚିତ ଜାତି ମୋର୍ଚ୍ଚା ଜିଲା ସଭାପତି ଭାବେ ନିଯୁକ୍ତ ହେଲେ ବିକ୍ରମ ତାଣ୍ଡି, ରାଜ୍ୟ ସଭାପତିଙ୍କୁ ଜଣାଇଲେ କୃତଜ୍ଞତା

ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ…

ମାଟି ତଳେ ଲୁଚାଇ ରଖିଥିଲେ ୨କୋଟି ଟଙ୍କାର ଗଞ୍ଜେଇ, ଧରିଲା ପୋଲିସ

ମୋହନା,୧୩।୪(ମନ୍ମଥ ମିଶ୍ର): ଜଙ୍ଗଲରେ ଲୁଚାଇ ରଖାଯାଇଥିବା ବିପୁଳ ପରିମାଣର ଗଞ୍ଜେଇ ଜବତ କରିଛି ରା.ଉଦୟଗିରି ପୋଲିସ। ବିଶେଷ ସୂତ୍ରରୁ ଖବର ପାଇ ସୋମବାର ରା. ଉଦୟଗିରି ଏସ୍‌ଡ଼ିପିଓ…

ଚାଷୀଙ୍କ ଧାରଣାକୁ ପୂରିଲା ୩୫ଦିନ: ଏବେ ନ୍ୟାୟିକ ସହଯୋଗ କରିବ ଜିଲା ଓକିଲ ସଂଘ

ବରଗଡ଼,୧୩।୪(ପ୍ରେମାନନ୍ଦ ଖମାରୀ): ରବିଧାନ ଅମଳ ଆଉମାତ୍ର ୨ସପ୍ତାହ ପରେ ଆରମ୍ଭ ହୋଇଯିବ। ହେଲେ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ହୋଇଥିବା ଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri