Posted inଖେଳ

ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ରେକର୍ଡ ଭଲ ରହିଛି

ବର୍ମିଂହାମ,୧୦।୭(ପି.ଟି.)- ଚଳିତ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଇଂଲଣ୍ଡ ଓ ଅଷ୍ଟେଲିଆ ଏଜ୍‌ବାଷ୍ଟନ ଗ୍ରାଉଣ୍ଡରେ ପରସ୍ପରକୁ ଭେଟିବେ। ଗତ ୪ ବର୍ଷରେ ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡର ପ୍ରଦର୍ଶନ ଅପେକ୍ଷାକୃତ ଭଲ ରହିଛି। ଲିଗ୍‌ ପର୍ଯ୍ୟାୟରେ ଅଷ୍ଟ୍ରେଲିଆଠାରୁ ଇଂଲଣ୍ଡ ପରାସ୍ତ ହୋଇଥିଲା। ଫଳରେ ସେମିରେ ଏହି ପରାଜୟର ପ୍ରତିଶୋଧ ନେବୁ ବୋଲି ଇଂଲଣ୍ଡ ତାରକା ବ୍ୟାଟ୍ସମ୍ୟାନ ଜୋ ରୁଟ୍‌ କହିଛନ୍ତି। ଲଡର୍‌ସରେ ଗତମାସରେ ଖେଳାଯାଇଥିବା ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠାରୁ ଆୟୋଜକ ଇଂଲଣ୍ଡ ବୃହତ୍‌ ୬୪ ରନରେ ପରାସ୍ତ ହୋଇଥିଲା। ଫଳରେ ଇଂଲଣ୍ଡର ସେମିଫାଇନାଲ ଆଶା ବିପଦରେ ପଡିଥିଲା। ତେବେ ଏହାପରେ ଭାରତ ଓ ନ୍ୟୁଜିଲାଣ୍ଡକୁ କ୍ରମାଗତ ଦୁଇଟି ମ୍ୟାଚ୍‌ରେ ପରାସ୍ତ କରି ଇଂଲଣ୍ଡ ସେମିଫାଇନାଲରେ ପ୍ରବେଶ କରିଥିଲା। ବିଶ୍ୱର ୧ ନମ୍ବର ଦିନିକିଆ ଦଳ ଇଂଲଣ୍ଡ ୧୯୯୨ ପରେ ପ୍ରଥମଥର ପାଇଁ ସେମି ଟିକେଟ ହାସଲ କରିଥିଲା। ଅଭ୍ୟାସ ମ୍ୟାଚ୍‌ ସହ ଇଂଲଣ୍ଡ ଗତ ଦୁଇଟି ମ୍ୟାଚ୍‌ରେ ଅଷ୍ଟ୍ରେଲିଆଠାରୁ ହାରିଥିଲା। ତେବେ ଏହାପୂର୍ବରୁ ଘରୋଇ ମାଟିରେ ଇଂଲଣ୍ଡ ୫-୦ରେ ଅଷ୍ଟ୍ରେଲିଆକୁ ହରାଇ ସିରିଜ ମୂଳପୋଛ କରିଥିଲା। ଗତ ୧୧ଟି ମ୍ୟାଚ୍‌ରୁ ଇଂଲଣ୍ଡ ୯ଟିରେ ବିଜୟୀ ହୋଇଛି। ଅଷ୍ଟ୍ରେଲିଆ ବିପକ୍ଷରେ ଇଂଲଣ୍ଡ କ୍ରିକେଟରମାନେ ବେଶ୍‌ ସକାରାତ୍ମକ ଖେଳ ପ୍ରଦର୍ଶନ କରିଛନ୍ତି। ଇଂଲଣ୍ଡର ଆତ୍ମବିଶ୍ୱାସ ବେଶ୍‌ ଉଚ୍ଚରେ ରହିଛି। ବିଗତ ଦିନରେ ଆମେ ଅଷ୍ଟ୍ରେଲିଆକୁ ହରାଇଛୁ ଓ ଏହାକୁ ଗୁରୁବାର ଦୋହରାଇବୁ ବୋଲି ରୁଟ୍‌ କହିଛନ୍ତି। ଆଘାତ ସମସ୍ୟାରୁ ପ୍ରତ୍ୟାବର୍ତ୍ତନ କରିଥିବା ଓପନ ଜାସନ ରୟ ଚମତ୍କାର ପ୍ରଦର୍ଶନ କରୁଛନ୍ତି ଓ ସେ ଦଳ ପାଇଁ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହେବେ ବୋଲି ରୁଟ୍‌ ଆଶାପ୍ରକାଶ କରିଛନ୍ତି। ଗତ ଦୁଇଟି ମ୍ୟାଚ୍‌ରେ ମଧ୍ୟ ଆମେ ଚାପର ସମ୍ମୁଖୀନ ହୋଇଥିଲୁ ଓ ନକ୍‌ଆଉଟ ପରିସ୍ଥିତିର ସମ୍ମୁଖୀନ ହୋଇଥିଲୁ। କେଉଁ ଦଳ ଫେଭରାଇଟ ତାହା ଗୁରୁତ୍ୱପୂର୍ଣ୍ଣ ନୁହଁ। ଗୋଟିଏ ନିର୍ଦ୍ଦିଷ୍ଟ ଦିନରେ କେଉଁ ଦଳ ଭଲ ଖେଳୁଛି ତାହା ସବୁକିଛି। ଗତ ଦୁଇଟି ମ୍ୟାଚ୍‌ରେ ଆମେ ଏହା ପ୍ରମାଣ କରିଛୁ।
ଦୁଇ ଅଷ୍ଟ୍ରେଲୀୟ ବାମହାତୀ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ ଓ ଜାସନ ବେହରନଡୋର୍ଫ ଦମ୍‌ଦାର ପ୍ରଦର୍ଶନ କରି ଇଂଲଣ୍ଡର ପରାଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଏହି ପରାଜୟରୁ ଆମେ ବହୁତ କିଛି ଶିକ୍ଷା କରିଛୁ ବୋଲି ରୁଟ୍‌ କହିଛନ୍ତି। ନୂଆ ବଲ୍‌ରେ ଏହି ଦୁଇ ବୋଲର ଉଚ୍ଚକୋଟୀର ବୋଲିଂ କରିଥିଲେ। ଭଲ ଆରମ୍ଭ କଲେ ଆମେ ଅଷ୍ଟ୍ରେଲିଆ ଉପରେ ଚାପ ପ୍ରାୟୋଗ କରିପାରିବୁ। ବାମହାତୀ ବୋଲରଙ୍କୁ ସାହସର ସହ ସମ୍ମୁଖୀନ ହେବା ଆବଶ୍ୟକ। ଚାପ ଥିଲେ ମଧ୍ୟ ଏହାକୁ ସଫଳତାର ସହ ମୁକାବିଲା କରିବୁ। ଚାପ ପରୋକ୍ଷରେ ଆମକୁ ଶକ୍ତିଶାଳୀ କରାଇବ। ବିଜୟୀ ଫାଇନାଲରେ ପ୍ରବେଶ କରିବାକୁ ସବୁମତେ ଚେଷ୍ଟା କରିବୁ ବୋଲି ରୁଟ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

ଶିକ୍ଷକ ନିଯୁକ୍ତି ନେଇ ମୋହନ କଲେ ବଡ଼ ଘୋଷଣା, ଏତେଜଣଙ୍କୁ ମିଳିବ ଚାକିରି…

ଭୁବନେଶ୍ୱର,୧୫।୮: ଭୁବନେଶ୍ୱର ମହାତ୍ମା ଗାନ୍ଧୀ ମାର୍ଗରେ ୮୦ତମ ସ୍ୱାଧୀନତା ଦିବସ ଅବସରରେ ତ୍ରିରଙ୍ଗା ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ । ସ୍ୱାଧୀନତା ଦିବସ ଅବସରରେ ଓଡ଼ିଶାବାସୀ ଓ…

କର୍ଲାମୁଣ୍ଡାର ବିଭିନ୍ନ ଅନୁଷ୍ଠାନରେ ସ୍ବାଧୀନତା ଦିବସ, କୃତୀ ଛାତ୍ରୀଛାତ୍ରଙ୍କୁ…

କର୍ଲାମୁଣ୍ଡା,୧୫ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ୮୦ତମ ସ୍ବାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପରେଡ୍‌ ପଡ଼ିଆଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri