Posted inଖେଳ

ଅଷ୍ଟ୍ରେଲିଆ ବ୍ୟାଟ୍‌ କମ୍ପାନୀ ବିରୋଧରେ ମକଦ୍ଦମା ଦାୟକ କଲେ ସଚିନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଏକ ବ୍ୟାଟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦଓ୍ବୋନୀ ମକଦ୍ଦମା ଦାୟର କରିଛନ୍ତି। ଉକ୍ତ କମ୍ପାନୀ ବ୍ୟାଟ୍‌ ବିକ୍ରି କରିବା ପାଇଁ ସଚିନଙ୍କ ନାମ ଓ ଫଟୋ ବ୍ୟବହାର କରିଛି। କିନ୍ତୁ ପରେ ଚୁକ୍ତି ଅନୁଯାୟୀ ୨ ନିୟୁତ ଡଲାର ଦେବାରେ ବିଫଳ ହେବାରୁ ସଚିନ ଚଳିତ ମାସ ଏକ ଫେଡେରାଲ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସିଡ୍‌ନୀସ୍ଥିତ କମ୍ପାନୀ ସ୍ପାର୍ଟନ ସ୍ପୋଟର୍‌ସ ଇଣ୍ଟରନ୍ୟାଶନାଲ ୨୦୧୬ରେ ସଚିନଙ୍କ ଫଟୋ ବ୍ୟବହାର କରିବା ଲାଗି ବର୍ଷକୁ ଅତିକମ୍‌ରେ ଏକ ନିୟୁତ ଡଲାର ଦେବାକୁ ରାଜି ହୋଇଥିଲା। ଏହାପରେ ଅବସରପ୍ରାପ୍ତ ବ୍ୟାଟ୍ସମ୍ୟାନ ଉକ୍ତ କମ୍ପାନୀ ଲାଗି ଲଣ୍ଡନ ଓ ମୁମ୍ବାଇ ଭଳି ସ୍ଥାନରେ ପ୍ରଚାର କାର୍ଯ୍ୟକ୍ରମରେ ଯୋଗଦେଇଥିଲେ, ଯାହାର ଡକୁମେଣ୍ଟ ସେ କୋର୍ଟରେ ଦାଖଲ କରିଛନ୍ତି। ୨୦୧୮ ପର୍ଯ୍ୟନ୍ତ କମ୍ପାନୀ ପକ୍ଷରୁ କୌଣସି ଅର୍ଥ ପୈଠ କରାଯାଇ ନ ଥିଲା। ଫଳରେ ସଚିନ ଚୁକ୍ତି ରଦ୍ଦ କରିବା ସହ କମ୍ପାନୀକୁ ତାଙ୍କ ନାମ ଆଉ ବ୍ୟବହାର ନ କରିବାକୁ କହିଥିଲେ। ଏହି ମାମଲା ସମ୍ପର୍କରେ ସ୍ପାର୍ଟନ କମ୍ପାନୀ ପକ୍ଷରୁ କୌଣସି ଉତ୍ତର ମିଳିନାହିଁ। ସଚିନ ପୈଠ କରିଥିବା ତଥ୍ୟରେ କମ୍ପାନୀର କାର୍ଯ୍ୟକାରୀ ମୁଖ୍ୟ ଲେସ୍‌ ଗାଲବ୍ରେଥଙ୍କ ସହ ମଧ୍ୟ ଯୋଗାଯୋଗ କରାଯାଇପାରି ନାହିଁ। ତେବେ ସଚିନ ଗତ ୫ ତାରିଖରେ ଏହି ମାମଲା ରୁଜୁ କରିଥିଲେ। ଏହାର ପ୍ରଥମ ଶୁଣାଣି ଆସନ୍ତା ୨୬ ତାରିଖରେ ହେବ ବୋଲି କୋର୍ଟର ଓ୍ବେବସାଇଟ୍‌ରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

ସଇଁତଳାକୁ ଏନଏସି ମାନ୍ୟତା ଦାବି ଜୋର ଧରିଲା:ସାମିଲ ହେଲେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ କାର୍ଯ୍ୟକର୍ତ୍ତା

ବଲାଙ୍ଗୀର, ୭।୯(ସୁନିଲ କୁମାର ମହାନ୍ତି): ସଇଁତଳାକୁ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନଏସି) ମାନ୍ୟତା ପ୍ରଦାନ ଦାବିରେ ଚାଲିଥିବା ଧାରଣା ଆଜି ଷଷ୍ଠ ଦିନରେ ପହଞ୍ଚିଛି। ଏହି ଧାରଣାସ୍ଥଳରେ…

ଇଶାନଙ୍କ ବଡ଼ ଉପଲବ୍ଧି: ସ୍ବତନ୍ତ୍ର କ୍ଲବ୍‌ରେ ହେଲେ ସାମିଲ

ଚେନ୍ନାଇ,୭ା୯: ଭାରତୀୟ ବ୍ୟାଟର ଇଶାନ କିଷନ ସୋମବାର ମହାନ ଭାରତୀୟ ବ୍ୟାଟର କ୍ଲବରେ ସ୍ଥାନ ପାଇଛନ୍ତି। ସେ ଦେଶର ଷଷ୍ଠ ବ୍ୟାଟର ଭାବେ ଦୁଲୀପ ଟ୍ରଫି ଫାଇନାଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri