ଅସନ୍ତୁଷ୍ଟ ହେଲେଣି ଅଭିଭାବକ

ବଇଣ୍ଡା,୧୮।୪: (ଡି.ଏନ.ଏ.) ଆଠମଲ୍ଲିକ ଉପଖଣ୍ଡରେ ଥିବା ହାଇସ୍କୁଲଗୁଡ଼ିକ ମଧ୍ୟରୁ ସର୍ବାଧିକ ଛାତ୍ରୀଛାତ୍ର ଏଠାରେ ପଢ଼ୁଛନ୍ତି। ହଷ୍ଟେଲ ସୁବିଧା ଥିବାରୁ ଜିଲା ବାହାରର ଛାତ୍ରୀମାନେ ଏହି ବିଦ୍ୟାଳୟରେ ପଢ଼ିବାକୁ ଆଗ୍ରହ ଦେଖାଉଛନ୍ତି। ହେଲେ ଶିକ୍ଷକ ଅଭାବ ପାଇକସାହି ରାଧାମାଧବ ଉଚ୍ଚ ବିଦ୍ୟାଳୟ ପାଇଁ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ବାରମ୍ବାର ପ୍ରଶାସନକୁ ଅବଗତ କରାଯିବା ସତ୍ତ୍ୱେ ଏହି ପୁରାତନ ଶିକ୍ଷାନୁଷ୍ଠାନ ପ୍ରତି ଅବହେଳା କରାଯାଉଥିବାରୁ ଗ୍ରାମବାସୀ ଓ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ଏ ନେଇ ପାଇକସାହି ଗ୍ରାମବାସୀ ସୋମବାର ଅନୁଗୋଳ ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଅଭିଯୋଗପତ୍ରର ଏକ ନକଲ ଜିଲା ଶିକ୍ଷା ଅଧିକାରୀଙ୍କୁ ମଧ୍ୟ ପ୍ରଦାନ କରିଛନ୍ତି। ତୁରନ୍ତ ଶିକ୍ଷକ ନିଯୁକ୍ତି ଦିଆ ନ ଗଲେ ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ଚେତାବନୀ ଦେଇଛନ୍ତି।
ଗ୍ରାମବାସୀ ଉଲ୍ଲେଖ କରିଛନ୍ତି, ୧୯୭୬ ମସିହାରେ ସେମାନେ ଏହି ବିଦ୍ୟାଳୟ ସ୍ଥାପନ କରିଥିଲେ। ଏଠାରେ ଷଷ୍ଠରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପଢାଯାଉଥିବା ବେଳେ ବର୍ତ୍ତମାନ ୪୮୯ ଛାତ୍ରୀଛାତ୍ର ପଢ଼ୁଛନ୍ତି। ହେଲେ ଦୀର୍ଘଦିନ ହେବ କଳାର ୩ ଜଣ ଓ ବିଜ୍ଞାନର ଜଣେ ଶିକ୍ଷକ ପଦବୀ ଖାଲିପଡିଛି। ଏଥିସହ ଏକ ପିଅନ ପଦବୀ ମଧ୍ୟ ପୂରଣ କରାଯାଉ ନାହିଁ। ଏତେ ସଂଖ୍ୟକ ଶିକ୍ଷକ ଖାଲି ପଡିଥିବା ଯୋଗୁ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହି ବିଦ୍ୟାଳୟରେ ଜାତି ଓ ଅନୁସୂଚିତ ଜନଜାତି ବିଭାଗ ପକ୍ଷରୁ ଛାତ୍ରୀ ନିବାସ ଥିବା ଯୋଗୁ ଜିଲା ଓ ଜିଲା ବାହାରୁ ଅନେକ ଛାତ୍ରୀ ଆସି ଏଠାରେ ରହି ପଢୁଛନ୍ତି। କିନ୍ତୁ ବାରମ୍ବାର ଅଭିଯୋଗ ସତ୍ତ୍ୱେ ଶିକ୍ଷକ ପଦବୀ ପୂରଣ କରାଯାଉ ନ ଥିବାରୁ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି। ସେହିପରି ଆବଶ୍ୟକ ଶୌଚାଳୟ ଥିଲେ ମଧ୍ୟ ସେଗୁଡିକର ରକ୍ଷଣାବେକ୍ଷଣ କରାଯାଉ ନ ଥିବାରୁ ଛାତ୍ରୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏ ନେଇ ବହୁବାର ଜିଲାଶିକ୍ଷା ଅଧିକାରୀଙ୍କ ଠାରେ ଅଭିଯୋଗ କରିଥିଲେ ମଧ୍ୟ ସୁଫଳ ମିଳୁନାହିଁ। ତୁରନ୍ତ ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ଏ ସମ୍ପର୍କରେ ପ୍ରଧାନ ଶିକ୍ଷକ ଶୁକଦେବ ସାହୁ କହିଛନ୍ତି, ଶିକ୍ଷକ ଅଭାବ ସମସ୍ୟା ସମ୍ପର୍କରେ ପୂର୍ବରୁ ଶିକ୍ଷା କମିଟି ସହ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଯାଇଛି। ତୁରନ୍ତ ପଦକ୍ଷେପ ନିଆଯାଉ।

ସମସ୍ୟା ପ୍ରତି ଦୃଷ୍ଟି ଦିଆଯାଉ ନାହିଁ
ଶିକ୍ଷକ ଅଭାବ ଥିବାରୁ ପାଠପଢ଼ାରେ ବହୁ ସମସ୍ୟା ହେଉଛି। ପୁରାତନ ବିଦ୍ୟାଳୟ ହୋଇଥିଲେ ମଧ୍ୟ ରାଜ୍ୟ ସରକାର ଏହି ସମସ୍ୟା ପ୍ରତି ଦୃଷ୍ଟି ଦେଉନାହାନ୍ତି। ଫଳରେ ପ୍ରାୟ ୫ଶହ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ ବାଧାପ୍ରାପ୍ତ ହେଉଛି।
-ଦିଲୀପ କୁମାର ପ୍ରଧାନ, ପୁରାତନ ଛାତ୍ର
ତୁରନ୍ତ ପ୍ରଶାସନ ଧ୍ୟାନ ଦେଉ
ପାଇକସାହି ହାଇସ୍କୁଲ ଏ ଅଞ୍ଚଳର ପୁରାତନ ଶିକ୍ଷାନୁଷ୍ଠାନ ହୋଇଥିଲେ ମଧ୍ୟ ଶିକ୍ଷକ ଅଭାବ ସମସ୍ୟା ଦୂର କରାଯାଉ ନାହିଁ। ଜିଲା ତଥା ଜିଲା ବାହାର ଅଞ୍ଚଳରୁ ଛାତ୍ରୀମାନେ ଏଠାରେ ରହି ପଢ଼ୁଥିବାରୁ ତୁରନ୍ତ ପ୍ରଶାସନ ଏଥିପ୍ରତି ଦୃଷ୍ଟି ଦେଉ।
-ପହଲି ପ୍ରଧାନ, ଆମ୍ବନାଳୀ
ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଯାଇଛି
ପାଇକସାହି ହାଇସ୍କୁଲରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ବେଶ୍‌ ଅଧିକ। ଶିକ୍ଷାଦାନରେ ସୁବିଧା ପାଇଁ ସେକ୍ସନମାନ କରାଯାଇଛି। ହେଲେ ଏତେ ସଂଖ୍ୟକ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷାଦାନ ନିମନ୍ତେ ଆବଶ୍ୟକ ଶିକ୍ଷକ ନାହାନ୍ତି। ଏ ନେଇ ଜିଲା ଶିକ୍ଷା ଅଧିକାରୀଙ୍କୁ ଅବଗତ କରାଯାଇଛି।
-ନିରୋଜକାନ୍ତ ସାହୁ, ସରପଞ୍ଚ
ପୁରାତନ ବିଦ୍ୟାଳୟକୁ ଉପେକ୍ଷା
ପୁରାତନ ବିଦ୍ୟାଳୟକୁ ପ୍ରଶାସନ ପକ୍ଷରୁ ଉପେକ୍ଷା କରାଯାଉଛି। ଏହି ବିଦ୍ୟାଳୟରେ ଏବେ ଅନେକ ସମସ୍ୟା ଲାଗିରହିଛି। ସେଗୁଡିକ ସମାଧାନ କରିବା ଦିଗରେ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ। ତୁରନ୍ତ ଶିକ୍ଷକ ଯୋଗାଇ ଦିଆଯାଉ।

 


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

କାଲି ବର୍ଷର ଶେଷ ଅମାବାସ୍ୟା, ଭୂଲରେ ବି ଏ କାମ ଜମା କରନ୍ତୁନି, ନ ହେଲେ…

ହିନ୍ଦୁ ଧର୍ମରେ, ଅମାବାସ୍ୟା ତିଥିର ବିଶେଷ ମହତ୍ତ୍ୱ ରହିଛି, ଏବଂ ଯେତେବେଳେ ବର୍ଷର ଶେଷ ଅମାବାସ୍ୟା ଆସେ, ଏହାର ଗୁରୁତ୍ୱ ଆହୁରି ବୃଦ୍ଧି ପାଏ। ଶାସ୍ତ୍ରରେ,...

ମାତ୍ର ୧୦୦ଟଙ୍କାରୁ ଆରମ୍ଭ ଟିକେଟ, ଇଡେନ ଗାର୍ଡେନରେ ଟି-୨୦ ବିଶ୍ୱକପ ଦେଖିବାକୁ ଚାହୁଁଥିଲେ ଜାଣିରଖନ୍ତୁ ପୂରା ପ୍ରାଇସ

ନୂଆଦିଲ୍ଲୀ,୧୮।୧୨: ଆଇସିସି ପୁରୁଷ ଟି-୨୦ ବିଶ୍ୱକପ ସମୟରେ କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସରେ ହେବାକୁ ଥିବା ମ୍ୟାଚ ପାଇଁ ଟିକେଟ ମୂଲ୍ୟ ପ୍ରକାଶ ପାଇଛି। କ୍ରିକେଟ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

୬,୧୧୭ ଷ୍ଟେଶନରେ ମାଗଣା ୱାଇ-ଫାଇ

ଭୁବନେଶ୍ୱର,୧୮।୧୨(ଅନୁରାଧା ମହାରଣା): ଭାରତୀୟ ରେଳପଥର ୬୧୧୭ ରେଳ ଷ୍ଟେଶନରେ ମାଗଣା ୱାଇ-ଫାଇ ସେବା ଯୋଗାଇ ଦିଆଯାଇଛି। ରେଳ ଷ୍ଟେଶନରେ ଏହି ସେବା ପାଇଁ ରେଳ ମନ୍ତ୍ରଣାଳୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri