ଅସମ୍ଭାଳ ତାତି: ବରଗଡ଼ରେ ଅଂଶୁଘାତ ନେଲା ୨ ଜୀବନ

ବରଗଡ଼ ଅଫିସ୍‌,୧୨।୬: ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଛି । ଏ ନେଇ ଜିଲାରେ ବୁଧବାର ଅଂଶୁଘାତରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ସେମାନଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତକମାନେ ହେଲେ ବରଗଡ଼ ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ଗ୍ରନ୍ଥ ପ୍ରଧାନ(୫୮) ଏବଂ ଗାଇସିଲେଟ୍‌ ଥାନା ଟେଙ୍ଗନାପାଲି ଗ୍ରାମର ସହଦେବ ବରିହା(୮୦) । ଗ୍ରନ୍ଥ ସକାଳୁ କ୍ଷେତକୁ ଯାଇ ସେଠାରେ ଗୁରୁତର ହୋଇ ଘରକୁ ଫେରିଥିଲେ । ଏହାପରେ ତାଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେହିପରି ମୃତ ସହଦେବ ମଧ୍ୟ ସକାଳୁ ଧାନଖଳାକୁ ଯାଇଥିଲେ ଏବଂ ସେଠାରେ ଅସୁସ୍ଥ ହୋଇ ପଡ଼ିଥିଲେ। ତାଙ୍କୁ ମଧ୍ୟ ଡାକ୍ତରଖାନା ନିଆଯାଇଥିବା ବେଳେ ଡାକ୍ତର ମୃତ ଘୋଷଣା କରିଥିଲେ । ଅଂଶୁଘାତ ଯୋଗୁ ଉଭୟଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହେବା ପରେ ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଦୁଇ ମୃତଦେହ ବ୍ୟବଚ୍ଛେଦ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଟ୍ରମ୍ପଙ୍କ ବଡ଼ ପ୍ଲାନ, ଆଗାମୀ କିଛି ଘଣ୍ଟା ମଧ୍ୟରେ ଇରାନ ଉପରେ ଆକ୍ରମଣ କରିପାରେ ଆମେରିକା

ଆମେରିକା,୧୯ା୨: ଗତ କିଛି ଦିନ ଧରି ଆମେରିକା ଏବଂ ଇରାନ ମଧ୍ୟରେ ପରମାଣୁ ଚୁକ୍ତିନାମା ସମ୍ପର୍କରେ ଆଲୋଚନା ଜାରି ରହିଛି । ଏହି ଆଲୋଚନାରେ ଉଭୟ ଦେଶର…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri