ଅସମ୍ଭାଳ ତାତି: ୧୫ ଯାଏ ନିସ୍ତାର ନାହିଁ

ଭୁବନେଶ୍ୱର,୧୧ା୪(ବ୍ୟୁରୋ):  ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ଅସ୍ତବ୍ୟସ୍ତ । ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଅପରାହ୍ନ ୫ଟା ଯାଏ ନିସ୍ତାର ନାହିଁ। ଜଳିପୋଡ଼ି ଯାଉଛି ଦେହମୁଣ୍ଡ । ତାତିର ପ୍ରକୋପରେ ମଣିଷଠାରୁ ଜୀବଜନ୍ତୁ ସମସ୍ତେ କଲବଲ ହେଉଛନ୍ତି। ଗତ କିଛିଦିନ ହେବ ସମଗ୍ର ରାଜ୍ୟ ସତେଯେମିତି ତତଲା ତାଓ୍ବାରେ ସିଝୁଛି।
ପାରଦ ୪୧ଡିଗ୍ରୀ ପାରହୋଇଛି। ମଙ୍ଗଳବାର ରାଜ୍ୟର ୯ ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ବାରିପଦାରେ ସର୍ବାଧିକ ୪୧.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଝାରସୁୁଗୁଡ଼ା ୪୧.୨, ଭୁବନେଶ୍ୱର ୪୦.୭, ସମ୍ବଲପୁର ୪୦.୮, କଟକ ୪୦, ଅନୁଗୋଳ ୪୦.୧, ସୁନ୍ଦରଗଡ଼ ୪୦, ଟିଟିଲାଗଡ଼ ୪୦.୫, ବୌଦ୍ଧ ୪୦.୫, ସୋନପୁର ୩୯.୭, ନୟାଗଡ଼ ୩୯, ପାରଳାଖେମୁଣ୍ଡି ୩୯.୭, ଭଦ୍ରକ ୩୯, ଢେଙ୍କାନାଳ ୩୯, ଜଗତ୍‌ସିଂହପୁର ୩୯ ଏବଂ ରାଉରକେଲାରେ ସର୍ବାଧିକ ୩୯.୬ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି।
ଏଭଳି ଉତ୍ତପ୍ତ ପରିବେଶ ଆସନ୍ତା ୧୫ ତାରିଖ ଯାଏ ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri