ଅସରାଏ ବର୍ଷାରେ କଟକ ବେହାଲ : ଡ୍ରେନ୍‌ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତାରେ ଜମିରହୁଛି

କଟକ ଅଫିସ,୧।୭ : ଅସରାଏ ବର୍ଷାରେ କଟକ ସହର ବେହାଲ ହୋଇପଡିଛି। ଗତ ଶନିବାର ହୋଇଥିବା ବର୍ଷାରେ ସହରର ବିଭିନ୍ନ ସ୍ଥାନରେ ପାଣି ଜମି ରହିଥିଲା। ଫଳରେ ସହରବାସୀ ନାନା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନଭେମ୍ବର ପୂର୍ବରୁ ଡ୍ରେନେଜ ସଫେଇ କାର୍ଯ୍ୟ ଆରମ୍ଭ ହୋଇଥିବା ନେଇ ବାରମ୍ବାର କୁହାଯାଉଛି। ହେଲେ ଏ ପର୍ଯ୍ୟନ୍ତ ଡ୍ରେନେଜ ସଫେଇ ଶେଷ ହୋଇନାହିଁ। ଫଳରେ ସାମାନ୍ୟ ବର୍ଷା ହେଲେ ଡ୍ରେନ୍‌ରେ ପାଣି ନିଷ୍କାସନ ହୋଇ ନ ପାରି ରାସ୍ତା ଉପରେ ଜମି ରହୁଛି। ରବିବାର ସିଏମ୍‌ସି କମିଶନର ଅନନ୍ୟା ଦାସ ସହରର ରକ୍ସିଲେନ୍‌, ଦୋଳମୁଣ୍ଡାଇ, ଖାନ୍‌ନଗର ସ୍ଲୁଇସ ଗେଟ୍‌, ସଙ୍ଗମ ସିନେମା ହଲ୍‌ ରୋଡ୍‌, ମହତାବ ରୋଡ ସମେତ ଅନ୍ୟାନ୍ୟ ଅଞ୍ଚଳ ପରିଦର୍ଶନ କରି ବର୍ଷାଜଳ ନିଷ୍କାସନ ହେବା ପାଇଁ କେଉଁ ଜାଗାରେ ସମସ୍ୟା ଉପୁଜୁଛି ତାହା ଦେଖିଥିଲେ। ସହରରେ ଡ୍ରେନେଜ ସମସ୍ୟା ଯୋଗୁ ବର୍ଷାଜଳ ନିଷ୍କାସନରେ ବାଧା ସୃଷ୍ଟି ହେଉଛି। ଏ ନେଇ ଅଭିଯୋଗ ହେବା ପରେ ସିଏମ୍‌ସି କମିଶନର ବିଭିନ୍ନ ଅଞ୍ଚଳ ବୁଲି ଦେଖିବା ସହ ଡ୍ରେନେଜର କେଉଁ ଜାଗାରେ ପାଣି ଜମି ରହୁଛି, ଆବର୍ଜନା କଢା ହୋଇଛି କି ନାହିଁ ତାହାର ତଦାରଖ କରିବା ସହ ଏହାର ସମାଧାନ ପାଇଁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଡ୍ରେନେଜର ଯେଉଁ ସ୍ଥାନରେ ସ୍ଲାବ ଭାଙ୍ଗି ଯାଇଛି ସେଠାରେ ନୂତନ ସ୍ଲାବ ପକାଇବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏ ନେଇ ଅନନ୍ୟା କହିଛନ୍ତି, ତୁରନ୍ତ ଡ୍ରେନେଜ ସମସ୍ୟାକୁ ଦୂର କରି ଲୋକଙ୍କୁ ଜଳ ସମସ୍ୟାରୁ ମୁକ୍ତ କରିବା ନିମନ୍ତେ ସିଏମ୍‌ସି ସମସ୍ତ ପ୍ରକାର ପ୍ରସ୍ତୁତି ଜାରି ରଖିଛି। ଆଗାମୀ ବର୍ଷାକୁ ଯେପରି ମୁକାବିଲା କରାଯାଇପାରିବ ସେ ନେଇ ସିଏମ୍‌ସି ପ୍ରସ୍ତୁତ ରହିଛି। ଡ୍ରେନେଜର ଯେଉଁ ଛୋଟ ମୋଟ ସମସ୍ୟା ଲାଗି ରହିଛି ତାହା ତୁରନ୍ତ ସମାଧାନ କରାଯିବ। ବର୍ଷାଦିନରେ ଯେପରି ଲୋକେ ପାଣି ସମସ୍ୟାରୁ ନିବୃତ୍ତ ରହିବେ ସେ ନେଇ ଚେଷ୍ଟା ଜାରି ରହିଛି। ରବିବାର ବିଭିନ୍ନ ଅଞ୍ଚଳ ପରିଦର୍ଶନବେଳେ କମିଶନରଙ୍କ ସମେତ ସିଏମ୍‌ସି ଡେପୁଟି କମିଶନର ଦେବାଶିଷ ମହାନ୍ତି, ଇଞ୍ଜିନିୟର ଡି.ଆର୍‌. ତ୍ରିପାଠୀ, ସ୍ବାସ୍ଥ୍ୟ ବିଭାଗ ଟିମ୍‌ ଏବଂ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

ବସୁଧା ଯୋଜନା ଫେଲ୍: ଝରଣା ପାଣି ଭରସା, ଭୋଟ ବର୍ଜନ ଚେତାବନୀ ଦେଲେ ଗ୍ରାମବାସୀ

ଥୁଆମୂଳ ରାମପୁର,୧୫ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ତୁମୋନୀଖୋଲ ଗ୍ରାମରେ ପାନୀୟ ଜଳ ସମସ୍ୟା ଉତ୍କଟ ରୂପ ଧାରଣ କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri