ଅସହାୟଙ୍କୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ବଣ୍ଟନ

ଯୋଡ଼ା, ୧୯।୪ (ଡି.ଏନ.ଏ.)-କରୋନା ମହାମାରୀର ମୁକାବିଲା ପାଇଁ ସରକାର ଦେଶରେ ଲକଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକଡାଉନ୍‌ ନିୟମାନୁଯାୟୀ ଲୋକେ ନିଜ ଜୀବିକାରୁ ବଞ୍ଚିତ ରହି ଘରେ ରହୁଛନ୍ତି। ଏହି କାରଣରୁ ସରକାରଙ୍କ ପକ୍ଷରୁ ଗରିବ , ଅସହାୟ ଓ ନିରାଶ୍ରୟ ଲୋକମାନଙ୍କୁ ରନ୍ଧା ଖାଦ୍ୟ, ରାଶନ ସାମଗ୍ରୀ ଯୋଗାଇ ଦିଆଯାଉଛି ା କେନ୍ଦୁଝର ଜିଲା ଯୋଡା ବ୍ଲକ ଚମକପୁର ପଞ୍ଚାୟତର ଧୋବାକୁଚୁଡା ଗ୍ରାମରେ ପଞ୍ଚାୟତ ପକ୍ଷରୁ ୨୩ ଜଣ ଅସହାୟ ଗରିବଙ୍କୁ ରନ୍ଧା ଖାଦ୍ୟ ଦିଆଯାଇଥିଲା। ମାତ୍ର ଗତ ୧୫ ଏପ୍ରିଲ ଠାରୁ ଏହି ରନ୍ଧା ଖାଦ୍ୟ ଦେବା ବନ୍ଦ କରିଦିଆଯାଇଥିଲା। ଫଳରେ ଉକ୍ତ ୨୩ ଜଣ ଭୋକ ଉପାସରେ ଥିଲେ। ଏହି ଖବର ପାଇ ଯୋଡା ଆରଏସଏସ୍‌ର କର୍ମକର୍ତ୍ତା ଶୁକ୍ରବାର ଧୋବାକୁଚୁଡା ଗ୍ରାମରେ ପହଞ୍ଚି ୨୪ ଜଣ ଗରିବ ଅସହାୟଙ୍କୁ ୫ କେଜି ଚାଉଳ, ୧କେଜି ଡାଲି, ୧କେଜି ଆଳୁ , ୨୪ ପ୍ୟାକେଟ୍‌ ଲୁଣ ସେମାନଙ୍କୁ ପ୍ରଦାନ କରିଥିଲେ। ଏହା ପୂର୍ବରୁ ଆରଏସଏସର ସଦସ୍ୟ ଗଣ ସେମାନଙ୍କୁ ଲକଡାଉନ୍‌ ନିୟମ ପାଳନ କରିବା, ସାମାଜିକ ଦୂରତା ରକ୍ଷା କରିବା , ସାବୁନ୍‌ ଓ ସାନିଟାଇଜରରେ ହାତ ଧୋଇବା ନେଇ ସଚେତନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଯୋଡା ଆରଏସ୍‌ଏସ୍‌ ଶାଖାର ସଦସ୍ୟ ପିଣ୍ଟୁ ସିଂ, ଅଗନୁ ଚରଣ ମହାନ୍ତ, ଚନ୍ଦନ ଗୁପ୍ତା, ଆନନ୍ଦ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ସଚେତନ ନାଗରିକ ମଞ୍ଚ ନୂତନ ସଭାପତି ହେଲେ ଗୋବିନ୍ଦ ବନଛୋର, ଛୁଟିଲା ଶୁଭେଚ୍ଛାର ସୁଅ

କେସିଙ୍ଗା,୧୨ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଅଗ୍ରଣୀ ସାମାଜିକ ସଂଘ ସଚେତନ ନାଗରିକ ମଞ୍ଚ କେସିଙ୍ଗାର ନୂତନ ସଭାପତି ଭାବେ ପୂର୍ବତନ କେସିଙ୍ଗା ଏନଏସି ଉପାଧ୍ୟକ୍ଷ ଗୋବିନ୍ଦ ବନଛୋର…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri