ଅସହାୟଙ୍କୁ ରାଶନ ସାମଗ୍ରୀ ବାଣ୍ଟିଲେ ରିଚା

ମୁମ୍ବାଇ: କରୋନା ଭାଇରସ୍‌ ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ବହୁଲୋକ କାମ ନ ଥିବାରୁ ଖାଇବାକୁ ପାଉନାହାନ୍ତି। ଏମାନଙ୍କୁ ସାହାଯ୍ୟ କରିବା ପାଇଁ ବଲିଉଡ୍‌ ତାରକାମାନେ ଯଥାସମ୍ଭବ ଚେଷ୍ଟା କରୁଛନ୍ତି। ବଲିଉଡ୍‌ ଅଭିନେତ୍ରୀ ରିଚା ଚଡ୍ଡା ତାଙ୍କ ଘର ନିକଟରେ ଥିବା ଏକ ଗୁରୁଦ୍ୱାରରେ ରହୁଥିବା ଅସହାୟଙ୍କୁ ଖାଦ୍ୟ ଦେବା ପାଇଁ ଯାଇଥିଲେ। କିନ୍ତୁ ସେମାନଙ୍କ ନିକଟରେ କିଛି ସମୟ ରହି ଜାଣି ପାରିଥିଲେ ଯେ, ସେମାନଙ୍କ ପାଖରେ ରାଶନ ସାମଗ୍ରୀ ମଧ୍ୟ ନାହିଁ। ତେଣୁ ସେ ତୁରନ୍ତ ରାଶନ ସାମଗ୍ରୀ ନେଇ ସେଠାରେ ପହଞ୍ଚି ଯାଇଥିଲେ। ସେ ଏହି ସମୟରେ ମାସ୍କ ପିନ୍ଧିଥିଲେ ଓ ସାମାଜିକ ଦୂରତା ମଧ୍ୟ ପାଳନ କରିଥିଲେ। ରିଚା ଏହାକୁ ସୋସିଆଲ ମିଡିଆରେ ଶେୟାର କରି ଉଲ୍ଲେଖ କରିଛନ୍ତି ଯେ, ବର୍ତ୍ତମାନ ମନୁଷ୍ୟ କଠିନ ପରିସ୍ଥିତିରେ ଗତି କରୁଛି। ଏହାପରେ ଭଲ ସମୟ ନିଶ୍ଚୟ ଆସିବ। ସେତେବେଳ ପର୍ଯ୍ୟନ୍ତ ଆମକୁ ଧୈର୍ଯ୍ୟ ଧରିବାକୁ ପଡ଼ିବ। ଏହି ସମୟରେ ଶତ୍ରୁତାକୁ ଭୁଲି ସମସ୍ତଙ୍କୁ ସହଯୋଗ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ଅଧା ଦାମ୍‌ରେ ମିଳିବ ପେଟ୍ରୋଲ-ଡିଜେଲ୍‌: ବଡ଼ ଘୋଷଣା କଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୮।୯: ଇରାନ ସହିତ ଉତ୍ତେଜନା ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ଅଶୋଧିତ ତୈଳ ମୂଲ୍ୟ ହ୍ରାସ କରିବାକୁ…

ଘୋଷଣାରେ ସୀମିତ ଶିଳ୍ପ ପ୍ରତିଷ୍ଠା: ଷ୍ଟିଲ ପ୍ଲାଣ୍ଟ ନୁହେଁ, ଜାହଜ ନିର୍ମାଣ ଚିନ୍ତା

ମହାକାଳପଡ଼ା, ୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ ):ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ ଶିଳ୍ପ ପ୍ରତିଷ୍ଠା ସ୍ବପ୍ନ ଭଳି ମନେହେଉଛି। ମହାକାଳପଡ଼ା ବ୍ଲକ୍‌ ଉପକୂଳ ଅଞ୍ଚଳରେ ପୂର୍ବ ବିଜେଡି ସରକାର ସମୟରେ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ଭଙ୍ଗାଘରେ ଅସୁରକ୍ଷିତ ଜୀବନ: ଆବାସ ଯୋଜନାରୁ ବଞ୍ଚିତ ଉର୍ବଶୀ

ଲୋଇସିଂହା,୮।୯(ସୁଶାନ୍ତ ବାରିକ):ଆଉ କିଛିଦିନ ପରେ ପଶ୍ଚିମ ଓଡିଶାର କୃଷିଭିତ୍ତିକ ଗଣପର୍ବ ନୂଅଁାଖାଇ। ଏଥିପାଇଁ ଗାଁଠାରୁ ସହର ସବୁଠି ଆରମ୍ଭ ହୋଇଛି ପ୍ରସ୍ତୁତି। ଘରେ ଘରେ ଖୁସି ଓ…

ଗାଁ ସାଥୀ ସଂଘର ୬ ଦଫା ଦାବିପତ୍ର: ଦାବି ପୂରଣ ନ ହେଲେ ଆନ୍ଦୋଳନ ଚେତାବନୀ

ଭବାନୀପାଟଣା,୮ା୯(ଉତ୍ତମ କୁମାର ଦାଶ):ରାଜ୍ୟ ସଂଘର ଆହ୍ବାନ କ୍ରମେ କଳାହାଣ୍ଡି ଗାଁ ସାଥୀ (ମେଟ) ସଂଘ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସୋମବାର ୬ ଦଫା ଦାବି ନେଇ…

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri