ଅସହାୟ ମନ୍ମଥଙ୍କୁ ମିଳିଲା ପକ୍କାଘର

ବନ୍ତ, ୨୭।୬(ଡି.ଏନ.ଏ.) – ଭଦ୍ରକ ଜିଲା ବନ୍ତ ବ୍ଲକ ଅଧୀନ ନିଳୋକ ପଞ୍ଚାୟତ ବାଲିଗଢିଆ ଗ୍ରାମର ଅସହାୟ ଭିନ୍ନକ୍ଷମ ମନ୍ମଥ ବିଶ୍ୱାଳଙ୍କ ଗୁହାରି ଶେଷରେ ପ୍ରଶାସନ ଶୁଣିଲା। ଦୀର୍ଘବର୍ଷ ଧରି ସଂଗ୍ରାମ କରିବା ପରେ ତାଙ୍କୁ ପକ୍କାଘରଟିଏ ମିଳିଥିବାର ଜଣାଯାଇଛି। ପ୍ରକାଶ ଯେ, ଏହି ଗ୍ରାମର ପ୍ରଫୁଲ୍ଲ ବିଶ୍ୱାଳଙ୍କ ଦୃଷ୍ଟିହୀନ ପୁଅ ମନ୍ମଥ ୨୦୦୬ ମସିହା ଡିସେମ୍ବରରେ ଇନ୍ଦିରା ଆବାସ ଯୋଜନାରେ ଘର ପାଇଥିଲେ। ମାତ୍ର ତାଙ୍କୁ ସେତେବେଳେ ଅଗ୍ରିମ ଅର୍ଥ ମିଳି ନ ଥିଲା। ଫଳରେ ସେ ଘର ତିଆରି କରି ପାରି ନ ଥିଲେ। ନିୟମ ଅନୁଯାୟୀ ଯେଉଁ ହିତାଧିକାରୀ ଘର ତିଆରି କରି ନ ପାରିବେ ସେମାନଙ୍କୁ ନୂଆ କାର୍ଯ୍ୟାଦେଶ ପ୍ରଦାନ କରାଯିବାର ବ୍ୟବସ୍ଥା ଥିଲା। ସେ ବ୍ଲକ ପ୍ରଶାସନର ଦ୍ୱାରସ୍ଥ ହୋଇ ନୂତନ କାର୍ଯ୍ୟାଦେଶ ପାଇଁ ଆବେଦନ କରିଥିଲେ। ୧୩ ବର୍ଷ ମଧ୍ୟରେ ସେ ବହୁବାର ପଞ୍ଚାୟତଠାରୁ ଆରମ୍ଭ କରି ବ୍ଲକ ଓ ଜିଲା ପ୍ରଶାସନ ଏବଂ ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ଘରଟିଏ ପାଇବା ପାଇଁ ଆବେଦନ କରିଥିଲେ। ଏପରିକି ଏ ନେଇ ସେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଶେଷରେ ସେ ଗତ ତା ୨୦।୩।୨୦୧୭ ରିଖରେ ଡବ୍ଲ୍ୟୁପି(ସି) ନମ୍ବର ୪୨୭୮/୨୦୧୭ ମୂଳେ ମାନ୍ୟବର ଉଚ୍ଚ ନ୍ୟାୟାଳୟଙ୍କ ଦ୍ୱାରସ୍ଥ ହୋଇଥିଲେ। ଉଚ୍ଚ ନ୍ୟାୟାଳୟ ସମ୍ପୃକ୍ତ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ୧୫ ଦିନ ମଧ୍ୟରେ ଘର ଯୋଗାଇଦେବାକୁ ଭଦ୍ରକ ଜିଲାପାଳ, ଉପଜିଲାପାଳ ଓ ବନ୍ତ ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ଘର ଖଣ୍ଡିଏ ନ ଥିବାରୁ ସେହି ଚିନ୍ତାରେ ମନ୍ମଥଙ୍କ ସ୍ତ୍ରୀଙ୍କର ୨୦୧୮ ଏପ୍ରିଲ ୩ ତାରିଖରେ ପରଲୋକ ଘଟିଥିଲା। ପରେ ମନ୍ମଥ ୨୦୧୮ ଏପ୍ରିଲ ୧୮ ତାରିଖରେ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ। ସେତେବେଳେ ବିଡିଓ ତାଙ୍କୁ ତୁରନ୍ତ ଗୃହ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ପ୍ରତିଶ୍ରୁତି ଅନୁଯାୟୀ ମଙ୍ଗଳବାର ତାଙ୍କୁ ବିଜୁ ପକ୍କାଘର ଯୋଜନାରେ କାର୍ଯ୍ୟାଦେଶ ପ୍ରଦାନ କରାଯାଇଛି। କାର୍ଯ୍ୟାଦେଶ ପାଇବା ପରେ ସେ ଏବେ ଖୁସି ଥିବା ସହ ଖୁବ୍‌ଶୀଘ୍ର ଘର କାମ ଆରମ୍ଭ କରିବେ ବୋଲି ମନ୍ମଥ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri