ଅସହାୟ ୨ ଶିଶୁଙ୍କୁ ଉଦ୍ଧାର କଲା: ପ୍ରଶାସନମୁକ୍ତ ଆଶ୍ରୟ ସ୍ଥଳରେ ଥଇଥାନ

ନୂଆପଡା ଅଫିସ,୧।୮: ନୂଆପଡା ଜିଲା ସିନାପାଲି ବ୍ଲକ ନୂଆପଡା ଗ୍ରାମପଞ୍ଚାୟତ ସଦର ଗାଁର ମା’ବାପାଙ୍କ ମୃତ୍ୟୁ ପରେ ଅସହାୟ ଭାବେ ଜୀବନ କାଟୁଥିବା ୨ ଶିଶୁଙ୍କୁ ଜିଲା ପ୍ରଶାସନ ଉଦ୍ଧାର କରି ମୁକ୍ତ ଆଶ୍ରମ ସ୍ଥଳରେ ଥଇଥାନ କରିଛି । ଜିଲାପାଳଙ୍କ ମଧୁସ୍ମିତା ସାହୁଙ୍କୁ ନିର୍ଦ୍ଦେଶକ୍ରମେ ଜିଲା ଶିଶୁ ସୁରକ୍ଷା ଅଧିକାରୀ ଉଦ୍ଧାର କରିଛି। ଆଜକୁ ୨ ବର୍ଷ ତଳେ ବାପା ବଳରାମ ଜ୍ୱରରେ ଆକ୍ରାନ୍ତ ହୋଇ ଆରପାରିକୁ ଚାଲିଯାଇଥିଲେ । ସେହି ଦିନଠାରୁ ୨ ଶିଶୁ ଏବଂ ରୋଗୀଣା ମା’ଙ୍କୁ ସ୍ଥାନୀୟ ସରପଞ୍ଚ ନିଜର ତତ୍ୱାବଧାନରେ ଆଶ୍ରୟ ଦେଇଥିଲେ । ହେଲେ ଆଜିକୁ ମାସକ ତଳେ ମା’ ଯଶୋବନ୍ତୀ ଅଜଣା ରୋଗରେ ମୃତ୍ୟୁବରଣ କରିଥିଲେ। ସେହି ଦିନଠାରୁ ଶିଶୁ ୨ ଜଣ କାନ୍ଦି କାନ୍ଦି ଦିନ କାଟୁଛନ୍ତି । ଶେଷରେ ଶିଶୁଙ୍କ ବଡବାପା ସିନାପାଲିଠାରେ ଚାଲିଥିବା ଅଭିଯୋଗ ଶୁଣାଣି ଶିବିରରେ ଜିଲାପାଳଙ୍କୁ ଭେଟି ଜଣାଇଥିଲେ । ଜିଲାପାଳ ତୁରନ୍ତ ହସ୍ତକ୍ଷେପ କରି ଦୁହିଁଙ୍କୁ ଉଦ୍ଧାର କରି ଥଇଥାନ କରିବାକୁ ଜିଲା ଶିଶୁ ସୁରକ୍ଷା ଅଧିକାରୀଙ୍କୁ ଦାୟିତ୍ୱ ଦେଇଥିଲେ । ଅଧିକାରୀ ବଳଦେବ ରଥ ନିଜ ସହ ଯୋଗୀଙ୍କ ସହ ନୂଆପଡାକୁ ଯାଇ ଶିଶୁ ଦୁହିଁଙ୍କୁ ଉଦ୍ଧାର କରି ଜିଲା ଶିଶୁ କଲ୍ୟାଣ ସମିତିରେ ହାଜର କରିଥିଲେ । ପରେ ଖଡିଆଳସ୍ଥିତ ମୁକ୍ତ ଆଶ୍ରୟ ସ୍ଥଳରେ ରଖାଯାଇଛି। ଉଦ୍ଧାର ଟିମରେ ଅନ୍ୟମାନଙ୍କ ମଧ୍ୟରେ ପୋନିକ ରବୀନ୍ଦ୍ର କୁମାର ମହାଲିକ, ଶ୍ରୀନିବାସ ବେହେରା, ସ୍ଥାନୀୟ ସରପଞ୍ଚ ବିଦ୍ୟାଧର ବୋଡିିକିଆ ପ୍ରମୁଖ ସାମିଲ ଥିଲେ । ବର୍ତ୍ତମାନ ଶିଶୁ ୨ ଜଣ ସୁସ୍ଥ ଏବଂ ସୁରକ୍ଷିତ ଅବସ୍ଥାରେ ରହିଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା କଲେଜରେ ୬କୋଟିରୁ ଉର୍ଦ୍ଧ୍ବ ଟଙ୍କା ହେରଫେର ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ପାଟଣା,୬।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ମୁଖ୍ୟାଳୟସ୍ଥିତ ସର୍ବ ପ୍ରଥମ ୪୪ବର୍ଷ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବାମପାଟଣାରେ ୬ କୋଟି ୬୦ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ଅଭିଯୋଗ…

ପୋଲିସକୁ କାହିଁକି ଡାକିଲୁ…. ସ୍ତ୍ରୀଙ୍କୁ ହତ୍ୟା ଉଦ୍ୟମ, ବନ୍ଧାହେଲେ ସ୍ବାମୀ

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମ ଢେପ ସାହିର ଟି.ବିଜୟ ଦୋରା ତାଙ୍କ ସ୍ତ୍ରୀ ଟି.ଲିଲି ଦୋରାଙ୍କୁ ମରଣାନ୍ତକ ମାଡ଼ ମାରି…

ପୌର ନିର୍ବାଚନ ପାଇଁ ଦିଗପହଣ୍ଡି ବିଜେଡିର ସଜବାଜ, ପ୍ରତି ୱାର୍ଡରେ ଗଠନ ହେବ ଦଳୀୟ କମିଟି

ଦିଗପହଣ୍ଡି,୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କମାପଡିଆ ସ୍ଥିତ ଶ୍ରୀ ନୀଳକଣ୍ଠେଶ୍ଵର ଶୈବ ପୀଠ ପ୍ରାଙ୍ଗଣରେ ଦିଗପହଣ୍ଡି ନଗର ବିଜୁ ଜନତା ଦଳ…

ଚଳନ୍ତା କାର୍‌ରେ ନିଆଁ

ଝାରସୁଗୁଡ଼ା,୬।୯(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହରର ମୁଖ୍ୟ ରାସ୍ତା ମନମୋହନ ସ୍କୁଲ ନିକଟରେ ରବିବାର ସନ୍ଧ୍ୟାରେ ଏକ ଚଳନ୍ତା କାରରେ ହଠାତ୍‌ ନିଆଁ ଲାଗିଯାଇଥିଲା। ଦେଖୁ ଦେଖୁ…

ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…

ଯନ୍ତ୍ରୀ ଅନୁପମା ସାହୁ ଗିରଫ, ଗାଡ଼ିରୁ ବାହାରିଥିଲା ବିଡ଼ାବିଡ଼ା ଟଙ୍କା, ଭୁବନେଶ୍ୱରରେ ଫ୍ଲାଟ୍‌ ସହ ଅନେକ ସହରରେ ରହିଛି…

କଟକ,୬ା୯(ପ୍ରଭୁକଲ୍ୟାଣ ପାଲ): ଲାଞ୍ଚ ଟଙ୍କାରେ ଫସିଲେ ଲେଡି ଅଫିସର। ଗିରଫ ହୋଇ କୋର୍ଟ ଚାଲାଣ ହୋଇଛନ୍ତି କେନ୍ଦ୍ରାପଡ଼ା ଡ୍ରେନେଜ ଡିଭିଜନର ସହକାରୀ ନିର୍ବାହୀ ଯନ୍ତ୍ରୀ ଅନୁପମା ସାହୁ।…

ଫୁଟବଲ ଖେଳ ଚାଲିଥିବା ବେଳେ ଆକାଶରୁ ଖସିଲା ମୃତ୍ୟୁ

କୁଆଁରମୁଣ୍ଡା,୬।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ କାଲୋଷିହିରିଆ ଗେଲ୍‌ଇଣ୍ଡିଆ ଖଡିଆବସ୍ତି ଫୁଟବଲ ପଡ଼ିଆରେ ରବିବାର ଏକ ଅଘଟଣ ଘଟିଛି। ପଡ଼ିଆରେ…

ଗାଁରେ ମାଙ୍କଡ଼ ଆତଙ୍କ: ଦୁଇଜଣଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ ପରେ…

ବଞ୍ଚୋ,୬ା୯(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ମୋଚିନ୍ଦା ଗ୍ରାମରେ ଏକ ବୁଲା ମାଙ୍କଡ଼ର ଉତ୍ପାତକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଭୟ ଓ ଆତଙ୍କ ଦେଖାଦେଇଛି। ଗ୍ରାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri