ଅସୁରକ୍ଷିତ ଶ୍ରେଣୀଗୃହ: ବାରଣ୍ଡାରେ ବସି ପାଠପଢୁଛନ୍ତି ପିଲା

ଖଣ୍ଡପଡା,୫।୧୨(ସ୍ବ.ପ୍ର.): ଦୀର୍ଘବର୍ଷରୁ ଅସୁରକ୍ଷିତ ଅବସ୍ଥାରେ ଥିବା ଶ୍ରେଣୀଗୃହ ଯୋଗୁ କୋସକା ଅଞ୍ଚଳର ଏକ ପ୍ରାଥମିକ ବିଦ୍ୟାଳୟର ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଛନ୍ତି। ଏ ନେଇ ଅଭିଭାବକ ମହଲରେ ଅସନ୍ତୋଷ ପ୍ରକାଶ ପାଉଥିଲେ ମଧ୍ୟ କୌଣସି ପ୍ରତିକାର ବ୍ୟବସ୍ଥା କରା ଯାଉନାହିଁ।
ପ୍ରକାଶ ଯେ, ୧୯୯୮ ମସିହାରେ ଖଣ୍ଡପଡା ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁ୍‌ଷିତ କୋସକା ପଞ୍ଚାୟତର ରାମଚନ୍ଦ୍ରପୁର ଗ୍ରାମକୁ ନୟାଗଡ ଜିଲାର ଫୋକସ ଭିଲେଜ ଭାବେ ମାନ୍ୟତା ମିଳିଥିଲା। ଏହି ଅବସରରେ ରାଜ୍ୟ ସରକାରଙ୍କ କଳାପଟା ଅଭିଯାନ ଯୋଜନାରେ ନିର୍ମାଣ କରାଯାଇଥିବା ରାମଚନ୍ଦ୍ରପୁର ପ୍ରାଥମିକ ବିଦ୍ୟାଳୟକୁ ତତ୍କାଳୀନ ବିଧାୟକ ଉଦ୍‌ଘାଟନ କରିଥିଲେ। ତେବେ ଉକ୍ତ ବିଦ୍ୟାଳୟ ପରିସରରେ ଥିବା ୫ ବଖରା ଶ୍ରେଣୀଗୃହ ମଧ୍ୟରୁ ୨ବଖରା ଅର୍ଦ୍ଧ ନିର୍ମିତ ଅବସ୍ଥାରେ ଥିବା ବେଳେ ଅନ୍ୟ ତିନୋଟି ଗୃହର କବାଟ, ଝରକା ନାହିଁ। ଅପରପକ୍ଷେ ଉକ୍ତ ଶ୍ରେଣୀଗୃହ ଦୁଇଟି ଅସୁରକ୍ଷିତ ଅବସ୍ଥାରେ ରହିଥିବାରୁ ବିଭଗୀୟ କର୍ତ୍ତୃପକ୍ଷ ବିଦ୍ୟାଳୟ ପରିଦର୍ଶନରେ ଆସି ଏହି ଅସୁରକ୍ଷିତ ଗୃହରେ ପିଲାମାନଙ୍କୁ ପାଠ ପଢାଇବାକୁ ବାରଣ କରିଯାଇଛନ୍ତି। ଫଳରେ ଦୀର୍ଘବର୍ଷରୁ ପିଲାମାନେ ବାରଣ୍ଡାରେ ବସି ପାଠ ପଢୁଥିବା ଜଣାପଡିଛି। ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ପଣ୍ଡାଙ୍କ ଅନୁରୋଧ କ୍ରମେ ସ୍ଥାନୀୟ ସରପଞ୍ଚ କୃଷ୍ଣଚନ୍ଦ୍ର ସାହୁ, ବିଦ୍ୟାଳୟକୁ ପରିଦର୍ଶନରେ ଆସି ଖୋଲାମେଲାରେ ରହିଥିବା ଶ୍ରେଣୀଗୃହରେ ଆବଶ୍ୟକ ଥିବା ଝରକା ଓ କବାଟଗୁଡିକୁ ଲଗାଇବାର ବ୍ୟବସ୍ଥା କରିବେ ବୋଲି ପ୍ରତିଶ୍ରୁତି ଦେଇଥିବା ଜଣା ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri