ଅସ୍ତରଙ୍ଗ ଉପକୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଲା ଲୁଣା ଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର, ୨।୭(ଡି.ଏନ୍‌.ଏ.)-ଲଘୁଚାପ ଏବଂ ଅମାବାସ୍ୟା ତିଥି ପାଇଁ ଅଶାନ୍ତ ହୋଇପଡ଼ିଛି ସମୁଦ୍ର। ମଙ୍ଗଳବାର ମଧ୍ୟାହ୍ନରେ ଅସ୍ତରଙ୍ଗ ଉପକୂଳର ଉଦୟକଣି ଗଁା ନିକଟରେ ଉଚ୍ଚ ଜୁଆର କୂଳ ଲଙ୍ଘିଛି। ଅଶାନ୍ତ ସମୁଦ୍ର ବାଲିସ୍ତୁପ ଡେଇଁ ସ୍ଥଳଭାଗ ମୁହାଁ ହୋଇଥିବାବେଳେ ଗର୍ଜନ ଛାତି ଥରାଇ ଦେଉଛି ବୋଲି କହିଛନ୍ତି ତଣ୍ଡାହାର ଗ୍ରାମର ସୁବାସ ପ୍ରଧାନ। ଲୁଣା ଜୁଆର ଅସ୍ତରଙ୍ଗ ବ୍ଲକର ତଣ୍ଡାହାର, ଛେନୁ, ଉଦୟକଣି ଏବଂ କଟକଣା ପ୍ରଭୃତି ୪ଟି ଗାଁରେ ସମୁଦ୍ର ପାଣି ପଶିଯାଇଛି। ଯଦି ସମୁଦ୍ରରର ଏଭଳି ସ୍ଥିତି ଜାରି ରହେ ବୁଧବାର ସକାଳ ସୁଦ୍ଧା ଉପରୋକ୍ତ ୪ଟି ଗ୍ରାମ ଜଳବନ୍ଦୀ ହୋଇଯିବାର ଆଶଙ୍କା ସୃଷ୍ଟି ହୋଇଛି। ଫଳରେ ଏହି ୪ଗ୍ରାମବାସୀଙ୍କ ସହ ଉପକୂଳବର୍ତ୍ତୀ ସମସ୍ତ ଗାଁର ଲୋକେ ଆଶଙ୍କ ମଧ୍ୟରେ ରହିଛନ୍ତି। ଖବର ପାଇ କାକଟପୁର ଜଳସେଚନ ଉପଖଣ୍ଡର ଉପନିର୍ବାହୀ ଯନ୍ତ୍ରୀ ପ୍ରତାପ କୁମାର ବିଶ୍ୱାଳ, କନିଷ୍ଠ ଯନ୍ତ୍ରୀ ତପନ କୁମାର ନାୟକ, ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚତ୍ ଅନୁଧ୍ୟାନ କରିବା ସହ ଉଦୟକଣି ଗ୍ରାମବାସୀଙ୍କ ସହିତ ଆଲୋଚନା କରିଥିଲେ।

ପ୍ରତିବର୍ଷ ବର୍ଷା ରୁତିରେ ଏଠାରେ ସମୁଦ୍ର ସ୍ଥଳଭାଗ ମୁହାଁ ହେଉଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି ସ୍ଥାୟୀ ପ୍ରତିକାର କରାଯାଉ ନ ଥିବାରୁ ରାତିରେ ଶୋଇପାରୁ ନାହୁଁ ବୋଲି ଛେନୁ ଗ୍ରାମର ବାପି ପ୍ରଧାନ, ଉଦୟକଣି ଗ୍ରାମର ଭଗବାନ ବେହେରା କହିଛନ୍ତି। ଗତବର୍ଷ ଏପରି ଘଟଣା ଘଟିବାରୁ ଜଳସେଚନ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀଙ୍କ ସମେତ ଏକ ବିଶେଷଜ୍ଞ ଦଳ ଏଠାକୁ ଆସି ଘଟଣାର ଅନୁଧ୍ୟାନ କରିଥିଲେ। ତେବେ କୌଣସି ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯାଇ ନ ଥିବାରୁ ଉପକୂଳବର୍ତ୍ତୀ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ସମସ୍ୟାର ସମାଧାନ ପାଇଁ ଦୀର୍ଘ ମିଆଦୀ ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବା ଦରକାର ନଚେତ ଉପରୋକ୍ତ ୪ଟି ଗାଁ ସମୁଦ୍ର ଗର୍ଭରେ ଲୀନ ହେବ ବୋଲି କହିଛନ୍ତି ଅସ୍ତରଙ୍ଗ ବ୍ଲକ ଅଧ୍ୟକ୍ଷ। ବିଭାଗୀୟ ଉଚ୍ଚଅଧିକାରୀଙ୍କୁ ଏ ସମ୍ପର୍କରେ ଅବଗତ କରାଯାଇଛି ଏବଂ ବିଶେଷଜ୍ଞ ଦଳଙ୍କ ପରାମର୍ଶକୁ ଅପେକ୍ଷା କରାଯାଇଛି। ଚଳିତବର୍ଷ ଏହି ସମସ୍ୟାର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରାଯିବ ବୋଲି କହିଛନ୍ତି ଜଳସେଚନ ବିଭାଗ କାକଟପୁର ଉପନିର୍ବାହୀ ଯନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ବଢ଼ିବନି ରାତି ତାପମାତ୍ରା, ୩ ଜିଲାକୁ କୁହୁଡ଼ି ଓ୍ୱାର୍ନିଂ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳୁଛି। ବିଶେଷକରି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

ସେବାଶ୍ରମର ପ୍ରଥମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ବାହୁନି ବାହୁନି କାନ୍ଦୁଛି…

ନୂଆପଡ଼ା/କୋମନା,୨୧ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ସୋସେଙ୍ଗ ସେବାଶ୍ରମରେ ଶନିବାର ଜଣେ ପ୍ରଥମଶ୍ରେଣୀ ଛାତ୍ରଙ୍କ ଅସ୍ବାଭାବିକ ମୃତ୍ୟୁ ଘଟିଛି। ସେ ହେଲେ ଅଡାର...

ଅଡୁଆରେ ବବି, ହେବ ବଡ଼ କାର୍ଯ୍ୟାନୁଷ୍ଠାନ!

କାଏମା,୨୧ା୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ପଞ୍ଚାୟତସ୍ଥିତ ପନ୍ତୁରୀଠାରେ ସରକାରୀ ଜମି ଜବରଦଖଲ କରାଯାଇ ପୂର୍ୱତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଫାର୍ମ...

୧୦ ଟଙ୍କାରେ ଧାନ ବିକିଲେ ଚାଷୀ

ବିନିକା, ୨୧ା୧୨(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲାରେ ଗତ ୯ ତାରିଖରୁ ମଣ୍ଡି ଖୋଲିଛି। ହେଲେ ଟୋକନ ମିଳି ନ ଥିବାରୁ ଚାଷୀମାନେ ଧାନ...

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

ପିକନିକ ବସ ଓଲଟି ୩୫ ଛାତ୍ର ଆହତ

ଜମ୍ମୁ,୨୧।୧୨: ଶନିବାର (ଡିସେମ୍ବର ୨୦) ରାତିରେ ଜମ୍ମୁର ବିଷ୍ନାହ ନିକଟବର୍ତ୍ତୀ ରିଙ୍ଗ ରୋଡରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ ସାରି ଫେରୁଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri