ଅସ୍ତ୍ରୋପଚାର ପରେ ନର୍ସିଂ ଛାତ୍ରୀଙ୍କ ଛାତିରୁ ବାହାରିଲା ଛୁଞ୍ଚତ୍

ଫିରିଙ୍ଗିଆ,୩୦ା୬-କନ୍ଧମାଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ତ୍ରୋପଚାର ପରେ ଜଣେ ନର୍ସିଂ ଛାତ୍ରୀଙ୍କ ଛାତିରେ ଛୁଞ୍ଚତ୍ ରହିଯାଇଥିଲା। ଶନିବାର ଭୁବନେଶ୍ୱରସ୍ଥିତ ଏମ୍‌ସ ହସ୍ପିଟାଲରେ ତାଙ୍କର ଅସ୍ତ୍ରୋପଚାର କରାଯାଇ ଛୁଞ୍ଚତ୍ ବାହାର କରାଯାଇଛି। ଏହି ଘଟଣାରେ ଛାତ୍ରୀଙ୍କ ପରିବାର ଅସ୍ତ୍ରୋପଚାର ପରେ ବାହାରିଥିବା ଫଟୋ ଗଣମାଧ୍ୟମକୁ ଦେଇଛନ୍ତି। ମେଡିକାଲ ପ୍ରଶାସନର ତ୍ୱରିତ ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି। ସମ୍ପୃକ୍ତ ଛାତ୍ରୀ ଏବେ ସୁସ୍ଥ ଥିବା ମେଡିକାଲ କତ୍ତୃପକ୍ଷ କହିଥିବା ପରିବାର ଲୋକେ ସୂଚନାଦେଇଛନ୍ତି। ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ପଞ୍ଚାୟତ ମାଶ୍ରିପଡା ଗ୍ରାମର ସୁଜାତା ମଲ୍ଲିକ ଫୁଲବାଣୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଥିବା ସରକାରୀ ନର୍ସିଂ କଲେଜରେ ଏଏନ୍‌ଏମ୍‌ ପ୍ରଥମ ବର୍ଷର ଛାତ୍ରୀ। କିଛିମାସ ହେଲା ସେ ଛାତିରେ ଯନ୍ତ୍ରଣା ଅନୁଭବ କରୁଥିଲେ। ଫୁଲବାଣୀ ମେଡିକାଲରେ ପରୀକ୍ଷା ନିରୀକ୍ଷା ପରେ ଟ୍ୟୁମର ହୋଇଥିବା ଜଣାପଡିଥିଲା। ଗତ ଜାନୁୟାରୀ ୩ରେ ଡାକ୍ତର ତାଙ୍କର ଅସ୍ତ୍ରୋପଚାର କରାଇଥିଲେ। ହେଲେ ଅସାବଧାନତାବଶତଃ ଏକ ଛୁଞ୍ଚତ୍ ରହିଯାଇଥିଲା। ଯନ୍ତ୍ରଣା ହେବାରୁ ପୁଣି ୬ ତାରିଖରେ ପୁନର୍ବାର ଅସ୍ତ୍ରୋପଚାର ହୋଇଥିଲା। ହେଲେ ଛୁଞ୍ଚତ୍ ବାହରି ପାରିଲା ନାହିଁ। ତାଙ୍କୁ ଡାକ୍ତର ବ୍ରହ୍ମପୁର ମେଡିକାଲ ଯିବାକୁ ପରାମର୍ଶ ଦେଇଥିଲେ। ୮ ତାରିଖରେ ସୁଜାତା ବ୍ରହ୍ମପୁର ଯାଇଥିବାବେଳେ ୩/୪ ମାସ ପରେ ଆସିବାକୁ ସେଠିକାର ଡାକ୍ତର କହିଲେ। ଅର୍ଥାଭାବରୁ ସୁଜାତା ବ୍ରହ୍ମପୁର ଯାଇ ପାରି ନ ଥିଲେ। ଏ ନେଇ ଏକ ଖବର ଗତ ୨୩ ଏବଂ ୨୯ରେ ଧରିତ୍ରୀରେ ପ୍ରକାଶ ପାଇଥିଲା। ମେଡିକାଲ କର୍ତ୍ତୃପକ୍ଷ ଘଟଣାକୁ ଗୁରୁତ୍ୱର ସହ ନେଇ ଛାତ୍ରୀଙ୍କ ଚିକିତ୍ସା ତଥା ଛାତିରୁ ଛୁଞ୍ଚତ୍ କାଢିବା ଲାଗି ଏମ୍‌ଏସ୍‌ ପଠାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୧ କେଭି ତାରରେ ଲାଗି ୩ ଦଣ୍ଡୁଆ ମୃତ, ୨ ଗୁରୁତର

ଢେଙ୍କାନାଳ, ଅନୁଗୋଳ, ୧୨ା୪ (ରତନ ନାୟାର/ଜ୍ୟୋତିରଞ୍ଜନ ସାହୁ): ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବାଲିମି ଥାନା ଅଧୀନ ପାଟଳା ଗ୍ରାମରେ ରବିବାର ସନ୍ଧ୍ୟାରେ ଏକ ଦୁଃଖଦ ଘଟଣା…

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri