ଅସ୍ଥାୟୀ ଶିବିରରେ ଥିବା ୧୩୩ ଶ୍ରମିକ ଘରକୁ ଫେରିଲେ

ସୋନପୁର,୨୬।୪(ନି.ପ୍ର.):ଲକ୍‌ଡାଉନ୍‌ କାରଣରୁ ଅନ୍ୟ ଜିଲାର ବହୁ ଶ୍ରମିକ ସୁବର୍ଣ୍ଣପୁର ଜିଲାରେ ଫସି ରହିଥିଲେ। ସେମାନଙ୍କୁ ଜିଲାର ବିଭିନ୍ନ ଅସ୍ଥାୟୀ ଶିବିରରେ ରଖାଯାଇଥିଲା। ଶିବିରରେ ରହିବା ପାଇଁ ସମସ୍ତ ସୁବିଧା ସହ ଠିକ୍‌ ସମୟରେ ଖାଦ୍ୟ ଓ ପାନୀୟ ମିଳୁଥିଲା। କିନ୍ତୁ ଶ୍ରମିକମାନେ ନିଜ ଘରକୁ ଯିବାକୁ ଚାହୁଁଥିଲେ। ତେବେ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ନିର୍ଦ୍ଦେଶକ୍ରମେ ସୁବର୍ଣ୍ଣପୁର ଜିଲାପାଳ ମୋନିଷା ବାନାର୍ଜୀ ସମ୍ପୃକ୍ତ ଜିଲାର ଜିଲାପାଳ ମାନଙ୍କ ସହିତ କଥା ହୋଇ ୧୩୩ ଶ୍ରମିକଙ୍କୁ ନିଜ ଘରକୁ ଯିବା ପାଇଁ ବ୍ୟବସ୍ଥା କରିଛନ୍ତି। ଶ୍ରମିକମାନେ ରବିବାର ଓ ଶନିବାର ମାସ୍କ ପିନ୍ଧି, ଦୂରତା ବଜାୟ ରଖି ସ୍ବତନ୍ତ୍ର ବସ୍‌ ଯୋଗେ ନିଜ ଜିଲାକୁ ଯାଇଛନ୍ତି। ଦୀର୍ଘ ଦିନ ପରେ ଘରକୁ ଫେରୁଥିବା ଶ୍ରମିକମାନେ ବେଶ୍‌ ଖୁସି ଅନୁଭବ କରିଥିଲେ। ବଲାଙ୍ଗୀର, ବରଗଡ, ସମ୍ବଲପୁର, ବୌଦ୍ଧ, ଅନୁଗୋଳ, ଦେବଗଡ ଓ ନୟାଗଡ ଜିଲାର ଏହି ଶ୍ରମିକମାନେ ସୁବର୍ଣ୍ଣପୁର ଜିଲାର ଡୁଙ୍ଗୁରିପାଲି, ଉଲୁଣ୍ଡା, ବିନିକା ଓ ତରଭା ଅସ୍ଥାୟୀ ଶିବିରରେ ରହି ଆସୁଥିଲେ। ଉଲୁଣ୍ଡା, ବିନିକା ଓ ତରଭା ବ୍ଲକର ବିଡିଓଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଶ୍ରମିକମାନଙ୍କୁ ସେମାନଙ୍କ ଜିଲାକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି ଭାଲୁ: ବେଲସୁନ୍ଦରୀରେ ଆତଙ୍କ

ଆନନ୍ଦପୁର,୧୧।୨(ସୁଶାନ୍ତ କୁମାର ସାହୁ): ସଞ୍ଜ ନଇଁଲେ ଗାଁ ଦାଣ୍ତରେ ବୁଲୁଛନ୍ତି  ଭାଲୁ ପଲ। ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଆନନ୍ଦପୁର ବନ୍ୟପ୍ରାଣୀ ବନଖଣ୍ତ ଅଧୀନ ବରାଙ୍ଗ ସଂରକ୍ଷିତ…

ଚଳନ୍ତା କଣ୍ଟେନରକୁ ପଛପଟୁ ଧକ୍କା ଦେଲା କାର: ଆଉ ତା’ପରେ…

ବାହାନଗା, ୧୧।୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ତଳନଗରଠାରେ ଏକ ଚଳନ୍ତା କଣ୍ଟେନର ପଛକୁ ଏକ କାର ଧକ୍କା…

ଖେଳାଳିଙ୍କ ପ୍ରତି କଠୋର ହେଲା BCCI: ଏହି ସର୍ତ୍ତ ପୂରଣ କରିବାକୁ କଲା ମନା

ନୂଆଦିଲ୍ଲୀ,୧୧।୨: ICC ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ, BCCI ଟିମ ଇଣ୍ଡିଆର ଖେଳାଳିମାନଙ୍କ ପ୍ରତି କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୋର୍ଡ ସ୍ପଷ୍ଟ ଭାବରେ କହିଛି,…

ଭାଇର ମୃତ୍ୟୁ ଖବର ଶୁଣି ଟଳିପଡିଲେ ବଡ଼ ଭାଇ, ଜଳିବ ଦୁଇ ଭାଇଙ୍କ ଜୁଇ, ଦୁଃଖରେ ଭାଙ୍ଗିପଡିଛି ପରିବାର

ମୋରଡା,୧୧।୨(ସ୍ମାରକ ମାଜୀ): ଜଳିବ ଦୁଇ ଭାଇଙ୍କ ଜୁଇ। ଦିନେ ହାତ ଧରା ଧରି ଛୋଟରୁ ବଡ଼ ହୋଇଥିଲେ। ଦୁହେଁ ଦୁହିଁଙ୍କୁ ନ ଦେଖିଲେ ରହି ପାରୁନଥିଲେ। ଦୁଇ…

୧୫ ଦିନ ତଳେ କିଣିଥିଲେ ବ୍ୟାଟେରୀ ସ୍କୁଟି, ରାତିରେ ହୁତୁହୁତୁ ହୋଇ ଜଳିଗଲା…

ରାୟଗଡ଼ା,୧୧।୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ମହକୁମା ଠାରୁ ମାତ୍ର ୩ କିମି ଦୂରରେ ଅବସ୍ଥିତ ପିତାମହଲ ଗ୍ରାମ ବାସିନ୍ଦା ତଥା ବରିଷ୍ଠ ଆଇନଜୀବୀ ବିଭୁ ପ୍ରଧାନଙ୍କ…

ପିଲା ଏବେ ଭାବପ୍ରବଣ

ଗୋଟିଏ ସପ୍ତାହ ଭିତରେ ଦୁଇଟି ଆତ୍ମହତ୍ୟାଜନିତ ଘଟଣା ଏବେ ଦେଶର ବିବେକକୁ ଦୋହଲାଇ ଦେଇଛି। ୪ ଫେବୃଆରୀରେ ଉତ୍ତରପ୍ରଦେଶର ଗାଜିଆବାଦରେ ଏକ ବହୁତଳ ପ୍ରାସାଦର ୯ମ ମହଲାରୁ…

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri