ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ୧୪୪ ଧାରା ଜାରି

କେନ୍ଦୁଝର, ୧୧ା୫(ଡି.ଏନ୍‌.ଏ.)-କେନ୍ଦୁଝର ଜିଲାରେ ମହାମାରୀ କରୋନା ଭାଇରସ କୋଭିଡ୍‌-୧୯ର ସଂକ୍ରମଣ ପ୍ରତିରୋଧ ଉଦ୍ଦେଶ୍ୟରେ ଜିଲାର ସମସ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟର, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ଓ ଆଇସୋଲେସନ ସେଣ୍ଟରରେ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ଆଶିଷ ଠାକ୍‌ରେ ସିଆର୍‌ପିସିର ୧୪୪ ଧାରା ଜାରି କରିଛନ୍ତି। ରାଜ୍ୟ ସରକାରଙ୍କ ପଦକ୍ଷେପ ଅନୁଯାୟୀ ଲକ୍‌ଡାଉନ୍‌ରେ ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଶ୍ରମଜୀବୀ, ଛାତ୍ରୀଛାତ୍ର, ତୀର୍ଥ ଯାତ୍ରୀମାନେ ନିଜ ଜିଲାକୁ ଫେରୁଛନ୍ତି। ଜିଲାରେ ପହଞ୍ଚିବା ପରେ ପ୍ରବାସୀମାନେ ଗ୍ରାମ ପଞ୍ଚାୟତସ୍ତରୀୟ କ୍ୱାରାଣ୍ଟାଇନ ସେଣ୍ଟରରେ ୨୧ଦିନ ରହିବେ। ଏହି କେନ୍ଦ୍ରମାନଙ୍କରେ ସାମାଜିକ ଦୂରତ୍ୱ କଡ଼ାକଡ଼ି ଭାବେ ପାଳନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଉପରୋକ୍ତ କେନ୍ଦ୍ରମାନଙ୍କରେ ବାହାର ଲୋକମାନଙ୍କର ବେନିୟମ ପ୍ରବେଶ ଫଳରେ ସରକାରଙ୍କ ନିର୍ଦ୍ଦେଶାବଳୀ ଉଲ୍ଲଂଘନ ଏବଂ କରୋନା ଭାଇରସ ସଂକ୍ରମଣର ଆଶଙ୍କା ରହିଛି। ଏଣୁ କରୋନା ଭାଇରସ ପ୍ରତିରୋଧ ନିମନ୍ତେ ଜିଲାପାଳ ଓ ଜିଲା ମାଜିଷ୍ଟ୍ରେଟ ରବିବାର ଜିଲାର ସମସ୍ତ କ୍ୱାରାଣ୍ଟାଇନ ସେଣ୍ଟର ଗୁଡ଼ିକରେ ୧୪୪ ଧାରା ଜାରି କରିଛନ୍ତିି। ଏହା ଆସନ୍ତା ୩୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ।


Enter your email to get our daily news in your inbox.

All Right Reserved By Dharitri.Com

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?