ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି ଖୁଣ୍ଟିଆ, ଚିନ୍ମୟ ଖୁଣ୍ଟିଆ ଏବଂ କମଲେଶ ସିଂ। ଏହି ଖବର ଗଣମାଧ୍ୟମରେ ପ୍ରକାଶ ହେବା ପରେ ଯାଜପୁର ବିଧାୟକ ପ୍ରଣବ ପ୍ରକାଶ ଦାସ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୋ ପରିବାର ସଙ୍ଗଠନର ଆବାହକ ଅରୂପ ପଟ୍ଟନାୟକଙ୍କ ଦୃଷ୍ଟିକୁ ଆଣିଥିଲେ। ଏହା ପରେ ମୁଖ୍ୟମନ୍ତ୍ରୀଙ୍କ ରାଜନୈତିକ ସଚିବ ଡକ୍ଟର ଗୋପବନ୍ଧୁ ଦାଶ ରାଜ୍ୟ ଶ୍ରମ କମିଶନରଙ୍କ ସହାୟତା ନେଇ ଉପରୋକ୍ତ ୩ ଶ୍ରମିକ କାର୍ଯ୍ୟ କରୁଥିବା ଲୋଟସ୍ କଟନ ମିଲ୍ ସହ ଯୋଗାଯୋଗ କରିଥିଲେ। ଉକ୍ତ ଶ୍ରମିକମାନଙ୍କ ପରିବାରକୁ ଯେପରି ମୃତ୍ୟୁକାଳୀନ ସହାୟତା ମିଳିପାରିବ, ସେ ନେଇ ଚେଷ୍ଟା କରିଥିଲେ। ଏହା ପରେ ୩ ଶ୍ରମିକଙ୍କ ମୃତଦେହକୁ ଆମ୍ବୁଲାନ୍ସ ଯୋଗେ ସେମାନଙ୍କ ଜନ୍ମମାଟିକୁ ଆଣିବାକୁ ବିଧାୟକ ପ୍ରଣବ ପ୍ରକାଶ ଦାସ ସମସ୍ତ ସହାୟତା କରିଥିଲେ। ଏହାଦ୍ୱାରା ମୃତଶରୀର ସେମାନଙ୍କ ଜନ୍ମମାଟିରେ ପହଞ୍ଚିବା ସହ ଶେଷ କୃତ୍ୟ ସମ୍ପନ୍ନ ହୋଇପାରିଥିଲା। ଏହି ସମସ୍ତ ପ୍ରକ୍ରିୟାରେ ସହଯୋଗ ପାଇଁ ସେମାନଙ୍କ ପରିବାର ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଧାୟକ ପ୍ରଣବ ପ୍ରକାଶ ଦାସ ଏବଂ ମୋ ପରିବାର ସଙ୍ଗଠନ ପ୍ରତି କୃତଜ୍ଞତା ଜଣାଇଥିଲେ।
ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା
Posted inଆମ ଜିଲା ଖବର, ମେଟ୍ରୋ, ରାଜ୍ୟ View All
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

