Posted inଜାତୀୟ

ଅହମଦାବାଦରେ ହେବ ‘କେମ୍‌ ଛୋ ଟ୍ରମ୍ପ୍‌’ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୩ା୨(ଆଇଏଏନ୍‌ଏସ୍‌): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଗାମୀ ୨୪ ଓ ୨୫ ତାରିଖରେ ଭାରତ ଗସ୍ତରେ ଆସୁଥିବାବେଳେ ତାଙ୍କୁ ଗୁଜରାଟରେ ରେଡ୍‌ କାର୍ପେଟ ସ୍ବାଗତ ଲାଗି ବ୍ୟାପକ ଆୟୋଜନ ହେଉଥିବା ଜଣାପଡିଛି। ଗତବର୍ଷ ହ୍ୟୁଷ୍ଟନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସ୍ବାଗତ ଲାଗି ଆମେରିକା ସରକାର ‘ହାଓଡି ମୋଦି’ କାର୍ଯ୍ୟକ୍ରମର ଆୟୋଜନ କରିଥିଲେ। ଗୁଜରାଟରେ ଟ୍ରମ୍ପ୍‌ ଓ ତାଙ୍କ ପତ୍ନୀ ମେଲାନିଆଙ୍କୁ ତାହାଠାରୁ ବଡ଼ ଧରଣର ସ୍ବାଗତ ସମ୍ବର୍ଦ୍ଧନା ଦେବା ପାଇଁ ପ୍ରସ୍ତୁତି ଚାଲିଥିବା ଜଣାପଡିଛି। ଏହି କାର୍ଯ୍ୟକ୍ରମର ନାଁ ରଖାଯାଇଛି, ‘କେମ୍‌ ଛୋ, ଟ୍ରମ୍ପ୍‌’। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟ୍ରମ୍ପ୍‌ଙ୍କ ଏହି ଗସ୍ତ ସ୍ବତନ୍ତ୍ର। ଏହା ଦୁଇଦେଶ ମଧ୍ୟରେ ସମ୍ପର୍କକୁ ଏକ ନୂତନ ସୋପାନକୁ ନେଇଯିବ ବୋଲି ମୋଦି ଟୁଇଟ୍‌ କରିଛନ୍ତି। ଟ୍ରମ୍ପ୍‌ ମଧ୍ୟ ଅହମଦାବାଦ ସ୍ବାଗତ ସମ୍ବର୍ଦ୍ଧନା ସମ୍ପର୍କରେ ଓ୍ବାଶିଂଟନ ଡିସିଠାରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏଥିରେ ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ ଯୋଗଦେବେ ବୋଲି ମୋଦି ଜଣାଇଥିବା ଟ୍ରମ୍ପ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ମୁକାବିଲା ପାଇଁ ପ୍ରଶାସନ ପ୍ରସ୍ତୁତ: ଜିଲାପାଳ

ରାୟଗଡ଼ା,୨୨।୯(ଜଗନ୍ନାଥ ଗୌଡ଼): ସମ୍ଭାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲା ପ୍ରଶାସନ ସଜାଗ ରହିଛି। ବାତ୍ୟା ମୁକାବିଲା କରିବା ସହ ଯେକୌଣସି ପରିସ୍ଥିତିରେ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ…

IMD ଡିଜିଙ୍କ ବଡ଼ ସୂଚନା, ୨୩ ରାତିରେ ଉପକୂଳ ଅତିକ୍ରମ କରିବ ବାତ୍ୟା

ଭୁବନେଶ୍ୱର,୨୨।୯: ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ସାରୁ ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ…

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟରେ ପ୍ରବଳ ବର୍ଷା: ଜିଲାରେ ସବୁ ସ୍କୁଲ୍ ୨ ଦିନ ବନ୍ଦ, ସେମିଳିଗୁଡ଼ାରେ…

କୋରାପୁଟ,୨୨।୯(ଅମିତାଭ ବେହେରା): ସମ୍ଭାବ୍ୟ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ମଙ୍ଗଳବାର ଦିନତମାମ ପ୍ରବଳ ବର୍ଷା ଜାରି ରହିଛି। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଜିଲାର ୧୪ଟି…

ଆକାଉଣ୍ଟଧାରୀ ସାବଧାନ! ୨୫ ସେପ୍ଟେମ୍ୱର ସୁଦ୍ଧା ସାରନ୍ତୁ ବ୍ୟାଙ୍କ୍‌ କାମ, ନହେଲେ ଉଠାଇପାରିବେନି ଟଙ୍କା?

ନୂଆଦିଲ୍ଲୀ,୨୨।୮: ଯଦି ଆପଣଙ୍କର ବ୍ୟାଙ୍କ ସହିତ ଜଡ଼ିତ କୌଣସି ଜରୁରୀ କାର୍ଯ୍ୟ ବାକି ଅଛି, ତେବେ ତାହାକୁ ଯଥାଶୀଘ୍ର ସାରିଦେବା ହିଁ ଆପଣଙ୍କ ପାଇଁ ଲାଭଦାୟକ ହେବ।…

ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୯: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତକୁ ନେଇ ସାଂସଦ ନବ ଚରଣ ମାଝୀ ମଙ୍ଗଳବାର…

୮ମ ବେତନ ଆୟୋଗକୁ ନେଇ ଆସିଲା ବଡ଼ ଅପଡେଟ୍‌: ଏହି ସରକାରୀ କର୍ମଚାରୀଙ୍କୁ ମିଳିବ ୧୮ ଲକ୍ଷ ଟଙ୍କାର…

ନୂଆଦିଲ୍ଲୀ,୨୨।୯: ୮ମ ବେତନ ଆୟୋଗକୁ ନେଇ କେନ୍ଦ୍ରୀୟ କର୍ମଚାରୀଙ୍କ ଅପେକ୍ଷା ଜାରି ରହିଛି। ବର୍ତ୍ତମାନ ଆୟୋଗ ବିଭିନ୍ନ କର୍ମଚାରୀ ସଂଗଠନ ସହ ଆଲୋଚନା କରୁଛି। ରିପୋର୍ଟ ଲାଗୁ…

ଅକ୍ଟୋବର ୧ରୁ ଏସବୁ ବ୍ୟାଙ୍କିଙ୍ଗ୍‌ କାମରେ ଲାଗିବ ଚାର୍ଜ, ଆକାଉଣ୍ଟରେ ଟଙ୍କା ରଖୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୨।୯:ସେପ୍ଟେମ୍ୱର ମାସ ଶେଷ ହେବାକୁ ଯାଉଛି ଏବଂ ଏବେ ଅକ୍ଟୋବର ମାସ ଆରମ୍ଭ ହେବାକୁ ଯାଉଛି। ଅକ୍ଟୋବର ମାସ ଆରମ୍ଭ ହେବା ସହିତ ବ୍ୟାଙ୍କ ସହିତ ଜଡ଼ିତ…

ଗଜପତିରେ ପର୍ଯ୍ୟଟନସ୍ଥଳୀ ବନ୍ଦ

ନବରଙ୍ଗପୁର,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେବାରେ ଲାଗିଛି। ଏନେଇ ଆସନ୍ତା ୨୩ ଏବଂ ୨୪ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?