ଅହମ୍ମଦାବାଦ୍‌ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ

ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ତରଫରୁ ନିବେଦନ କରାଯାଇଛି । ୪୫ବର୍ଷରୁ ଊର୍ଦ୍ଧ୍ୱ ଏହି ୬୧ଜଣ ବ୍ୟକ୍ତି ଫେବୃୟାରୀ ୧୩ ତାରିଖରେ ତୀର୍ଥ କରିବାକୁ ଉତ୍ତର ଓ ପଶ୍ଚିମ ଭାରତ ଯାଇଥିଲେ । ଫେରିବା ବେଳେ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ତଥା ଲକଡାଉନ ଯୋଗୁ ୨୩ ତାରିଖରୁ ଅହମ୍ମଦାବାଦ ଷ୍ଟେଶନରେ ଅଟକି ରହିଥିଲେ । ପରିବାର ଲୋକେ ଭାଜପା ଯୁବମୋର୍ଚ୍ଚାର ରାଷ୍ଟ୍ରୀୟ ଉପସଭାପତି ତଥା ଖଇରା ବ୍ଲକ ବାସିନ୍ଦା ଠାକୁର ରଣଜିତ ଦାସଙ୍କୁ ଜଣାଇବା ପରେ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଜରିଆରେ ଅହମ୍ମଦାବାଦ ଜିଲାପାଳଙ୍କୁ ଅବଗତ କରାଯାଇଥିଲା । ସେଠାକାର ଜିଲାପାଳ ଫସି ରହିଥିବା ଏହି ତୀର୍ଥଯାତ୍ରୀଙ୍କୁ ଦିଲଦରବାଜା ଅତିଥିଭବନରେ ରଖାଇବାର ବ୍ୟବସ୍ଥା କରିଛନ୍ତି । ସେମାନେ ଭଲରେ ଅଛନ୍ତି । ପରିବାର ଲୋକ ବ୍ୟସ୍ତ ନ ହେବାକୁ ଠାକୁର ଦାସ ନିବେଦନ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ…

CBSE ଦ୍ଵାଦଶ ପରୀକ୍ଷା: ପ୍ରଗତି କନ୍‌ସେପ୍ଟ ସ୍କୁଲ ଛାତ୍ରୀଛାତ୍ରଙ୍କ ସଫଳତା; ବିଜ୍ଞାନରେ ପ୍ରୀତି ମଞ୍ଜରୀ,କଳାରେ…

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)-ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷା ଫଳାଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଭବାନୀପାଟଣା ସହର ପ୍ରଗତି କନ୍‌ସେପ୍ଟ ସ୍କୁଲର ଛାତ୍ରୀଛାତ୍ର ସଫଳତା ପାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri