ଆଇଆଇଏମ୍‌ସିରେ ଓଏସ୍‌ଓୟୁ ଶିକ୍ଷାର୍ଥୀଙ୍କୁ ପ୍ରଶିକ୍ଷଣ : ନିରନ୍ତର ଲେଖା ଅଭ୍ୟାସ ରଖିବାକୁ ଆହ୍ବାନ

ଢେଙ୍କାନାଳ ଅଫିସ,୧୮ା୫ – ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ଢେଙ୍କାନାଳସ୍ଥିତ ଭାରତୀୟ ଜନସଞ୍ଚାର ସଂସ୍ଥାନରେ ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ(ଓଏସ୍‌ଓୟୁ)ର ସାମ୍ବାଦିକତା ଶିକ୍ଷାର୍ଥୀଙ୍କ ଦ୍ୱିତୀୟ ବ୍ୟାଚ୍‌ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଅପରାହ୍ନରେ ଆୟୋଜିତ ଉଦ୍‌ଯାପନୀ ସମାରୋହରେ ସଂସ୍ଥାନର ଆଞ୍ଚଳିକ ନିର୍ଦ୍ଦେଶକ ପ୍ରଫେସର ମୃଣାଳ ଚାଟାର୍ଜୀ ଅଧ୍ୟକ୍ଷତା କରିଥିଲେ। ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଏହି ଶିବିରରେ ୨୪ଜଣ ଶିକ୍ଷାର୍ଥୀ ଯୋଗ ଦେଇଥିଲେ ା ୫ ଦିନ ଧରି ଚାଲିଥିବା ଏହି କାର୍ଯ୍ୟକ୍ରମରେ ଟେଲିଭିଜନ, ରେଡିଓ ଓ ମୋବାଇଲ ସାମ୍ବାଦିକତାର ବ୍ୟବହାରୀ ପ୍ରଶିକ୍ଷଣ ପ୍ରଦାନ କରାଯାଇଥିଲା। ଅତିଥି ପ୍ରଶିକ୍ଷକ ଭାବେ ଯୋଗଦେଇ ରେଭେନ୍ସା ବିଶ୍ୱବିଦ୍ୟାଳୟ ସାମ୍ବାଦିକତା ବିଭାଗର ପୂର୍ବତନ ମୁଖ୍ୟ ଅବସରପ୍ରାପ୍ତ ପ୍ରାଧ୍ୟାପକ ବେଣୁଧର ପଣ୍ଡା, ଶିକ୍ଷାର୍ଥୀମାନଙ୍କୁ ନିରନ୍ତର ଭାବେ ଲେଖିବାର ଅଭ୍ୟାସ ରଖିବାକୁ ଆହ୍ବାନ ଦେଇଥିଲେ ା ଲେଖିବା କଳା ଥରେ ଶିଖିଗଲେ ପ୍ରବନ୍ଧ, ଲଳିତ ନିବନ୍ଧ, ଗଳ୍ପ, ଉପନ୍ୟାସ ଆଦି ଲେଖି ହୋଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ ା ବିଶ୍ୱର ଅନେକ ସାମ୍ବାଦିକ ସଫଳ ସାହିତ୍ୟ ସୃଷ୍ଟିକରି କାଳଜୟୀ ହୋଇଛନ୍ତି ା ଏଥିପାଇଁ କଠିନ ଅଧ୍ୟବସାୟ ଓ ଆଗ୍ରହର ଆବଶ୍ୟକତା ରହିଛି ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଓଏସ୍‌ଓୟୁ ସାମ୍ବାଦିକ ବିଭାଗର ସଂଯୋଜକ ଡ. ଆଶିଷ ଦ୍ୱିବେଦୀ ଉପସ୍ଥିତ ଥିଲେ। ଏହି ଅବସରରେ ପ୍ରଶିକ୍ଷାର୍ଥୀମାନଙ୍କୁ ଦୁଇଟି ଲେଖାଏଁ ଦେଶୀ ଆମ୍ବ ଟାକୁଆ ପ୍ରଦାନ କରାଯାଇଥିଲା। ଫନୀ ବାତ୍ୟାରେ ଉପକୂଳ ଓଡ଼ିଶାର ବ୍ୟାପକ କ୍ଷତି ହୋଇଥିବା ବେଳେ ଏହାକୁ ନଜରରେ ରଖି ଖୋଲାସ୍ଥାନ, ଜଙ୍ଗଲ, ରାସ୍ତାପାର୍ଶ୍ୱ ଆଦି ସ୍ଥାନ ମାନଙ୍କରେ ବର୍ଷାଋତୁ ଆରମ୍ଭରେ ଟାକୁଆ ଲଗାଇବାକୁ ଶିକ୍ଷାର୍ଥୀମାନଙ୍କୁ ପରାମର୍ଶ ଦିଆଯାଇଥିଲା। ସମାରୋହରେ ସଂସ୍ଥାନର ସହାୟକ ପ୍ରଫେସର ଜ୍ୟୋତି ପ୍ରକାଶ ମହାପାତ୍ର, ପ୍ରଶିକ୍ଷଣ ସଂଯୋଜନା ଜିତେନ୍ଦ୍ର ପତି, ସେକ୍ସନ ଅଫିସର କେଦାରନାଥ ଜେନା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

ପ୍ରବୋଧନ ତାଲିମ: ୨୯୪ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ…

ଦିଗପହଣ୍ଡି,୩୦ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଶା ପାଠ୍ୟକ୍ରମ ଆଧାର ବିଦ୍ୟାଳୟ ଶିକ୍ଷା-୨୦୨୫ ଓ ୨୦୨୦ ଜାତୀୟ ଶିକ୍ଷା…

ବନୀକରଣ ପ୍ରକଳ୍ପରୁ ଲୁହାବାଡ଼ ଚୋରି: ବନ ବିଭାଗ ଜାଲରେ ୪ ଅନ୍ତଃଜିଲା ଚୋର

ଥୁଆମୂଳରାମପୁର,୩୦।୧(ଦୁର୍ଗା କୀର୍ତ୍ତି): ସରକାରୀ ସମ୍ପତ୍ତି ଲୁଟ କରିବା ଚୋରଙ୍କୁ ପଡ଼ଲା ମହଙ୍ଗା । କାଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପାଳପୁର ପଞ୍ଚାୟତସ୍ଥିତ ପାଟଜୋର ଡଙ୍ଗର ବନୀକରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri