ଆଇଆଇସିଙ୍କୁ ମାଡ଼ ଘଟଣା: ଅଭିଯୁକ୍ତ ଗିରଫ

ଖୁଣ୍ଟୁଣୀ,୨୬।୭(ଡି.ଏନ୍‌.ଏ.): କପୁରସିଂ ଗ୍ରାମରେ ଜଗତପୁର ଥାନା ଆଇଆଇସି ପ୍ରଦୀପ କୁମାର ନାୟକଙ୍କୁ ମାଡ଼ ମାରିବା ଘଟଣାରେ ଗୁରୁବାର ଗୁରୁଡିଝାଟିଆ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ କପୁରସିଂ ଗ୍ରାମର ପପିନା ରାଉତ। ଏହି ଘଟଣାରେ ସମ୍ପୃକ୍ତ ଥିବା ଅନ୍ୟ ୧୦ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢ଼ାଉ ଚାଲିଥିବା ପୋଲିସ କହିଛି। ମେ’ ୨୫ରେ ଜଗତପୁର ଅଞ୍ଚଳର ଜଣେ ନାବାଳିକାଙ୍କୁ ଚୌଦ୍ୱାର ଥାନା ମଇଁଷାଲଣ୍ଡା ଗ୍ରାମର ଅନ୍ତର୍ଯ୍ୟାମୀ ରାଉତ ଅପହରଣ କରିନେଇଥିବା ଜଗତପୁର ଥାନାରେ ଅଭିଯୋଗ ହୋଇଥିଲା। ଗତ ବୁଧବାର ସ୍ଥାନୀୟ ପୋଲିସକୁ ନ ଜଣାଇ ଅଭିଯୁକ୍ତଙ୍କୁ ସାଦା ପୋଷାକରେ ଗିରଫ କରିବାକୁ ଆସିଥିବା ଜଗତପୁର ଥାନା ଆଇଆଇସି ନାୟକଙ୍କୁ ଅଭିଯୁକ୍ତଙ୍କ ସମ୍ପର୍କୀୟ ଓ ସ୍ଥାନୀୟ ଲୋକେ ମାଡ଼ ମାରିଥିଲେ। ଏପରିକି ଆଇଆଇସିଙ୍କ ସହିତ ଯାଇଥିବା ଅନ୍ୟ ପୋଲିସ କର୍ମଚାରୀମାନେ ମଧ୍ୟ ମାଡ଼ରୁ ବର୍ତ୍ତି ନ ଥିଲେ। ଖବରପାଇ ଗୁରୁଡିଝାଟିଆ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆଇଆଇସି ନାୟକ ଓ ପୋଲିସ କର୍ମଚାରୀଙ୍କୁ ଉଦ୍ଧାର କରି ଥାନାକୁ ଆଣିଥିଲେ। ଆଇଆଇସି ନାୟକଙ୍କ ଅଭିଯୋଗକ୍ରମେ ଗୁରୁଡିଝାଟିଆ ପୋଲିସ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ମହିଳା ଉଦ୍ୟୋଗୀଙ୍କ ପାଇଁ ‘ଉଦ୍ୟମୀ ଶକ୍ତି’ ଜାତୀୟ ସେମିନାର

ଭୁବନେଶ୍ୱର, ୨୧।୮: ମହିଳା ଉଦ୍ୟୋଗୀଙ୍କୁ ବଜାର ସହ ଯୋଡ଼ିବା, ଡିଜିଟାଲ ପ୍ଲାଟଫର୍ମରେ ସୁଯୋଗ ସୃଷ୍ଟି କରିବା ଏବଂ ସରକାରୀ ଯୋଜନାର ଲାଭ ପହଞ୍ଚାଇବା ଲକ୍ଷ୍ୟରେ ‘ଉଦ୍ୟମୀ ଶକ୍ତି’…

ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ

କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…

ପ୍ରଶାସନିକ ଉଦାସୀନତା: ରାସ୍ତାରେ ଆଣ୍ଠୁଏ କାଦୁଅ, ଯାତାୟାତରେ ସମସ୍ୟା ନେଇ…

ଜମନକିରା,୨୧ା୮(ରବୀନ୍ଦ୍ର ପ୍ରସାଦ ଦାନୀ): ଗ୍ରାମାଞ୍ଚଳରେ ଯାତାୟାତ ସୁବିଧା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ପ୍ରଶାସନିକ ଉଦାସୀନତା ଓ ଦୂରଦୃଷ୍ଟିହୀନ କାର୍ଯ୍ୟ ଯୋଗୁ…

ବରିଷ୍ଠ IPS ସ୍ତରରେ ଅଦଳବଦଳ: ଜାଣନ୍ତୁ କାହାକୁ କେଉଁ ଦାୟିତ୍ୱ

ଭୁବନେଶ୍ୱର,୨୧।୮: ରାଜ୍ୟ ସରକାର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି। ପୋଲିସ ପ୍ରଶାସନକୁ ଅଧିକ ସୁଦୃଢ଼ ଓ ସକ୍ରିୟ କରିବା ଲକ୍ଷ୍ୟରେ ବରିଷ୍ଠ IPS ଅଧିକାରୀମାନଙ୍କୁ ବିଭିନ୍ନ…

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମସଭା, ପ୍ରଭାବିତ ଗ୍ରାମ୍ୟ କମିଟି ତରଫରୁ ଗାଁରେ ବିରୋଧ କରାଯିବାରୁ…

ପାଟଣା,୨୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅନ୍ତର୍ଗତ ଚେମେଣା ଓ ଯମୁନା ପୋଷି ପଞ୍ଚାୟତ ୧୨ଟି ମୌଜାକୁ ନେଇ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ…

ଚାଷୀ ପଞ୍ଜୀକରଣ ସରଳୀକରଣ ଓ ସମୟସୀମା ଅବଧି ବୃଦ୍ଧି ନେଇ ଆନ୍ଦୋଳନ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଅଖିଳ ଭାରତ କୃଷକ ସଭା ଅନୁବନ୍ଧିତ ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri