ଆଇଆଇସିଙ୍କ ଥାର୍ଡ ଡିଗ୍ରୀ ଘଟଣା ନ୍ୟାୟ ପାଇଁ ଅଣ୍ଟା ଭିଡ଼ିଲା କୁଡୁମୀ ସେନା

ପାଟଣା,୨୦।୫(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାରେ ଜଣେ ଅଭିଯୁକ୍ତଙ୍କୁ ଥାନାଧିକାରୀ ଥାନା ଭିତରେ ଥାର୍ଡ ଡିଗ୍ରୀ କରୁଥିବାର ଭିଡିଓ ସୋମବାର ଭାଇରାଲ ହେବା ସହ ଜିଲାରେ ଚର୍ଚ୍ଚାର ବିଷୟ ପାଲଟି ଥିଲା। ଅଭିଯୁକ୍ତ ଯୁବକ ଜଣକ କୁଡୁମୀ ସମ୍ପ୍ରଦାୟର ହୋଇଥିବାରୁ ଓଡିଶା କୁଡୁମୀ ସେନା ପକ୍ଷରୁ ତାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଏହି ଅନୁଷ୍ଠାନର କର୍ମକର୍ତ୍ତାମାନେ ଅଣ୍ଟା ଭିଡ଼ିଛନ୍ତି। ମଙ୍ଗଳବାର ଅପରାହ୍ନରେ ଓଡିଶା କୁଡ଼ୁମୀ ସେନା ପକ୍ଷରୁ ସମ୍ପୃକ୍ତ ଆଇଆଇସିଙ୍କ ବିରୋଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଘଟଗାଁ ଏସ୍‌ଡିପିଓ ରବୀନ୍ଦ୍ର କୁମାର ମଲ୍ଲିକଙ୍କୁ ଭେଟି ଦାବିପତ୍ର ଦେଇଛନ୍ତି। କୁଡୁମୀ ସେନାର ରାଜ୍ୟ ଉପସଭାପତି ଦିବ୍ୟସିଂ ମହାନ୍ତ, ଦିନେଶ କୁମାର ମହାନ୍ତ ,ରୁଦ୍ର ସେନମହାନ୍ତ, ଗୋପାଳ ମହାନ୍ତ, ତ୍ରିଲୋଚନ ମହାନ୍ତ ନାରାୟଣ ମହାନ୍ତ ଓ ବେଣୁଧର ମହାନ୍ତ ପ୍ରମୁଖ ସାମିଲ ହୋଇ ଦାବିପତ୍ର ଦେଇଥିଲେ। ଏହି ଦାବିପତ୍ରର ନକଲ ମାନବିକ ଅଧିକାର କମିଶନ, ମନ୍ତ୍ରୀ ପ୍ରେମାନନ୍ଦ ନାୟକ, ପାଟଣା ଜିଲା ଆରକ୍ଷୀ ଅଧୀକ୍ଷକ ଓ ଘଷିପୁରା ବିଧାୟକଙ୍କୁ ପ୍ରଦାନ କରିଥିବା ଦିବ୍ୟ ସିଂହ ମହାନ୍ତ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri