ବ୍ରହ୍ମପୁର ଅଫିସ,୧୭ା୫- ଗେଟବଜାର ଛକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ରାତିରେ ମାଟିଖାଲ ଆଇଆରଇ ପ୍ଲାଣ୍ଟରେ କାମ କରୁଥିବା ଆର. ଗୋପୀ ରେଡ୍ଡୀ (୩୫)ଙ୍କ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ନେଇ ଟାଉନ ଥାନାରେ ଅଭିଯୋଗ ହୋଇଛି। ଗୋପୀଙ୍କ ସ୍ତ୍ରୀ ଆର. ଭାରତୀ ରେଡ୍ଡୀଙ୍କ ଅଭିଯୋଗକ୍ରମେ ପୋଲିସ ନଂ.୧୦୭/୧୯ ଦଫା ୩୦୪/୩୪ ଆଇପିସିରେ ଏକ ମାମଲା ରୁଜୁ କରିଛି। ଗୁରୁବାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏପରିକି ଗୋପୀଙ୍କ ମୃତ୍ୟୁର କାରଣ ଜାଣିବା ପାଇଁ ପୋଲିସ ‘ଭିସାରା’ ସଂଗ୍ରହ କରି ଭୁବନେଶ୍ୱର ଏସଏଫଏଲ(ଷ୍ଟେଟ୍ ଫୋରେନ୍ସିକ୍ ଲାବୋରେଟୋରୀ)କୁ ପଠାଇଥିବା କହିଛି। ଅଭିଯୋଗକୁ ଆଧାର କରି ଘରୋଇ ହସ୍ପିଟାଲର ମାଲିକ ତଥା ମୃତ ଯୁବକଙ୍କ ପେଟରେ ଷ୍ଟୋନ ଥିବା ବେଳେ ଲାପାରୋସ୍କୋପି ଜରିଆରେ ଅସ୍ତ୍ରୋପଚାର କରିଥିବା ଡ଼ାକ୍ତରଙ୍କୁ ପୋଲିସ ଗୁରୁବାର ଜେରା କରିଛି ବୋଲି ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି। ଅସ୍ତ୍ରୋପଚାର ବେଳେ ଡ଼ାକ୍ତର ଏବଂ ନର୍ସମାନଙ୍କ ତ୍ରୁଟି ଯୋଗୁ ଏଭଳି ଘଟଣା ଘଟିଥିଲା କି ନାହିଁ ସେ ଦିଗ ଉପରେ ପୋଲିସ ଜେରା ବେଳେ ଡ଼ାକ୍ତରଙ୍କୁ ପଚାରିଥିବା ଜଣାପଡ଼ିଛି।
ଯେ, ପେଟରେ ଯନ୍ତ୍ରଣା ଯୋଗୁ ଗୋପୀଙ୍କୁ ଏପ୍ରିଲ ୩୦ ତାରିଖରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡ଼ାକ୍ତରଙ୍କ କହିବାନୁଯାୟୀ, ଗତ ୧୦ ତାରିଖରେ ତାଙ୍କ ପେଟରେ ଲାପାରୋସ୍କୋପି ଅସ୍ତ୍ରୋପଚାର କରାଯାଇଥିଲା। ତେବେ ବୁଧବାର ରାତିରେ ହଠାତ୍ ସେ ଗୁରୁତର ହୋଇପଡ଼ିଥିଲେ। ପରିବାରବର୍ଗଙ୍କ କହିବାନୁଯାୟୀ, ଡ଼ାକ୍ତର ଓ ନର୍ସଙ୍କୁ ଡ଼ାକିଲେ ମଧ୍ୟ କେହି ଏଥିପ୍ରତି ଧ୍ୟାନ ଦେଇ ନ ଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା ବୋଲି ସମ୍ପର୍କୀୟ ଓ ପରିବାର ବର୍ଗ ଥାନାରେ ଅଭିଯୋଗ କରିଥିଲେ। ଏଭଳି ଘଟଣା ଘଟିଥିଲେ ମଧ୍ୟ ଘରୋଇ ମେଡିକାଲ କର୍ତ୍ତୃପକ୍ଷଙ୍କ ମଧ୍ୟ ଦେଖା ମିଳି ନ ଥିବାରୁ ପରିସ୍ଥିତି ଆହୁରି ଉତ୍ତେଜନାପୂର୍ଣ୍ଣ ହୋଇଥିଲା। ଖବର ପାଇ ଟାଉନ ଥାନା ପୋଲିସ ହସ୍ପିଟାଲରେ ପହଞ୍ଚତ୍ ରୋଗୀଙ୍କ ସମ୍ପର୍କୀୟଙ୍କୁ ବୁଝାଶୁଝା କରିଥିଲେ। ପରିବାର ଲୋକେ ଚିକିତ୍ସା ଅବହେଳାରୁ ମୃତ୍ୟୁ ଘଟିଥିବା ପୋଲିସକୁ ସୂଚନା ଦେଇଛନ୍ତି।
ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…
ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…
ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…
ମୋବାଇଲ୍ଠାରୁ ଦୂରେଇ ରହିବାକୁ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଲେ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୫।୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଡିଗ୍ରୀ କଲେଜ ପରିସରରେ ସେବା ସଂକଳ୍ପ ଅଭିଯାନ ଆନୁକୂଲ୍ୟରେ ଯୁକ୍ତ ୩ ଛାତ୍ରୀଛାତ୍ରଙ୍କୁ ନେଇ…
ଗାଁରେ ଚାଲିଥିଲା ଜୁଆ ଖେଳ: ମାଡ଼ିବସିଲା ପୋଲିସ, ଆଉ ତା’ପରେ…
ଦିଗପହଣ୍ଡି,୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଗାଁରେ ଜୁଆ ଖେଳ ଚାଲିଥିଲା। ଖବର ପାଇ ଦିଗପହଣ୍ଡି ପୋଲିସର ଏକ ଟିମ୍ ଚଢ଼ାଉ କରି…
ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମର ନବୀନ ମହାଙ୍କୁଡ଼ ଙ୍କୁ ଗ୍ରାମର ଗୋପୀନାଥ ଡାକୁଆ ରବିବାର ଅପରାହ୍ନ ପ୍ରାୟ ସାଢେ ୪ ଟାରେ…
ଦକ୍ଷିଣପୁର ଗାଁ ପୋଖରୀରେ ୪ କୁମ୍ଭୀର: ଲୋକେ ଆତଙ୍କିତ
ଦିଗପହଣ୍ଡି,୫|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗୋକର୍ଣ୍ଣପୁର ପଞ୍ଚାୟତ ଦକ୍ଷିଣପୁର ଗାଁ ଦାନ୍ତା ପୋଖରୀ(ବନ୍ଧ) ରେ ୪ ଟି କୁମ୍ଭୀର ଥିବା ଲୋକେ ଦେଖିବା ପରେ…
ପୋଖରୀରୁ ମାଛ ଚୋରି ଉଦ୍ୟମ: ଧରାପଡ଼ିବାରୁ ତେଣ୍ଟାରେ ଭୁଷି ହତ୍ୟା ଉଦ୍ୟମ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି, ୫/୧୦ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ ଅନ୍ତର୍ଗତ ସିନ୍ଧୁଖାଳି ଗ୍ରାମ ନିକଟସ୍ଥ ପୋଖରୀରୁ ମାଛ ଚୋରି ଉଦ୍ୟମକୁ କେନ୍ଦ୍ର…
ହୃଦ୍ଘାତରେ ଅନିତା ଆରୁଖଙ୍କ ପରଲୋକ: ଖେଳିଗଲା ଶୋକର ଛାୟା
ଭଞ୍ଜନଗର, ୫।୧ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏସନର ବରିଷ୍ଠ ସଦସ୍ୟ ତଥା ବରିଷ୍ଠ ବିଜେଡି ନେତା ଦିବାକର ନାୟକଙ୍କ ଧର୍ମପତ୍ନୀ ଅନିତା ଆରୁଖଙ୍କ…

