Posted inଖେଳ

ଆଇଏଏଏଫ୍‌ ଉପସଭାପତି ପ୍ରାର୍ଥୀ ଏଏଫ୍‌ଆଇ ସଭାପତି ସୁମରିଓ୍ବାଲା

ନୂଆଦିଲ୍ଲୀ,୨୬।୭(ପିଟି)- ଭାରତୀୟ ଆଥ୍‌ଲେଟିକ୍ସ ଫେଡେରେଶନ (ଏଏଫ୍‌ଆଇ) ସଭାପତି ଆଦିଲେ ସୁମରିଓ୍ବାଲା ଏହି କ୍ରୀଡ଼ାର ବିଶ୍ୱ ପରିଚାଳନା ସଂସ୍ଥା ଆଇଏଏଏଫ୍‌ ଉପସଭାପତି ପଦ ପାଇଁ ନିର୍ବାଚନ ଲଢ଼ିବେ। ଆଇଏଏଏଫ୍‌ର ୫୨ତମ କଂଗ୍ରେସ ନିର୍ବାଚନ ବୈଠକ ସେପ୍ଟେମ୍ବର ୨୫ ଓ ୨୬ ତାରିଖରେ ଦୋହାଠାରେ ଅନୁଷ୍ଠିତ ହେବ। ସୁମରିଓ୍ବାଲା ଇଣ୍ଟନ୍ୟାଶନାଲ ଆସୋସିଏଶନ ଅଫ୍‌ ଆଥ୍‌ଲେଟିକ୍ସ ଫେଡେରେଶନ (ଆଇଏଏଏଫ୍‌) କାଉନ୍ସିଲର ଜଣେ ନିର୍ଭରଯୋଗ୍ୟ ସଦସ୍ୟ। ୪ ଉପସଭାପତି ପଦ ଲାଗି ୧୧ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି। ଏହି ୪ ଉପ ସଭାପତି ଆଇଏଏଏଫ୍‌ର ଶକ୍ତିଶାଳୀ କାର୍ଯ୍ୟକାରୀ ବୈଠକରେ ବସି ପାରିବେ। ଏମାନଙ୍କ ବ୍ୟତୀତ ବୈଠକରେ ସଭାପତି ଓ ୩ ପ୍ରୋଫେଶନାଲ କର୍ମକର୍ତ୍ତା ମଧ୍ୟ ଉପସ୍ଥିତ ରହିପାରିବେ। ସୁମରିଓ୍ବାଲା ଆଇଏଏଏଫ୍‌ ନିୟମ ଅନୁଯାୟୀ ବ୍ୟକ୍ତିଗତ କାଉନ୍ସିଲ ସଦସ୍ୟତା ପାଇଁ ମଧ୍ୟ ନାମାଙ୍କନ ଦାଖଲ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଯଦି ସୁମରିଓ୍ବାଲା ଉପ ସଭାପତି ପଦରେ ବିଜୟୀ ହୁଅନ୍ତି, ତେବେ ତାଙ୍କୁ କାର୍ଯ୍ୟକାରୀ ବୈଠକରେ ବସିବାକୁ ମିଳିବ। ହାରିଲେ ସେ ବ୍ୟକ୍ତିଗତ କାଉନ୍ସିଲ ସଦସ୍ୟତା ପାଇଁ ନିର୍ବାଚନ ଲଢ଼ିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Commonwealth Games: ଭାରତ ପାଇଁ ପ୍ରଥମ ପଦକ ଜିତିଲେ ଝଣ୍ଡୁ କୁମାର

ନୂଆଦିଲ୍ଲୀ,୨୫।୭: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ଦ୍ୱିତୀୟ ଦିନରେ, ପାରା ଭାରୋତ୍ତୋଳକ ଝଣ୍ଡୁ କୁମାର କାଂସ୍ୟ ପଦକ ଜିତି ଭାରତ ପାଇଁ ଏକ ପ୍ରମୁଖ ମାଇଲଖୁଣ୍ଟ ହାସଲ କରିଛନ୍ତି…

ଚମକାଇଲା ECBର ନିଷ୍ପତ୍ତି: ଜୋ ରୁଟ୍ ପୁଣି ହେବେ ଇଂଲଣ୍ଡର ଷ୍ଟେଟ୍ କ୍ୟାପଟେନ୍

ଲଣ୍ଡନ,୨୪।୭: : ଇଂଲଣ୍ଡ କ୍ରିକେଟ୍ ଦଳକୁ ମିଳିବାକୁ ଯାଉଛି ଜଣେ ନୂତନ ଟେଷ୍ଟ କ୍ୟାପଟେନ୍। ବରିଷ୍ଠ ବ୍ୟାଟ୍ସମ୍ୟାନ୍ ଜୋ ରୁଟଙ୍କୁ ପୁଣି ଥରେ ଇଂଲଣ୍ଡ ଟେଷ୍ଟ ଦଳର…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣ, ନଟରାଜ ସେମିରେ

ଗ୍ଲାସ୍‌ଗୋ, ୨୪ା୭:ଭାରତୀୟ ସନ୍ତରଣକାରୀ ଶ୍ରୀହରି ନଟରାଜ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସନ୍ତରଣର ୫୦ମିଟର ବ୍ୟାକ୍‌ଷ୍ଟ୍ରୋକ୍‌ ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଶୁକ୍ରବାର ଅନୁଷ୍ଠିତ ହିଟ୍‌ରଗୁଡ଼ିକରୁ ଶ୍ରେଷ୍ଠ ୧୬ଜଣ ଏହି…

ଡୋପିଙ୍ଗ ମାମଲା, ରାଜ୍ୟଗୋଷ୍ଠୀ କ୍ରୀଡ଼ାରୁ ବାଦ୍‌ ପଡ଼ିଲେ ଜୁଡୋକା ମାନ୍‌

ନୂଆଦିଲ୍ଲୀ,୨୪ା୭: ବର୍ମିଂହାମ୍‌ ରାଜ୍ୟଗୋଷ୍ଠୀ କ୍ରୀଡ଼ା ରୌପ୍ୟ ପଦକ ବିଜୟିନୀ ଜୁଡୋକା ତୁଲିକା ମାନ୍‌ଙ୍କୁ ଚଳିତ ଗ୍ଲ୍‌ାସ୍‌ଗୋ ସଂସ୍କରଣରୁ ପ୍ରତ୍ୟାହାର କରି ନିଆଯାଇଛି। ଗତ ୧୨ ମାସ ମଧ୍ୟରେ…

ଭାଇରାଲ ସେଲିବ୍ରେଶନକୁ ନେଇ ମୁହଁ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୪।୭: ଇଂଲଣ୍ଡ ଗସ୍ତର ବିଫଳତାକୁ ପଛରେ ପକାଇ, ବୈଭବ ସୂର୍ଯ୍ୟବଂଶୀ ଗୁରୁବାର ଜିମ୍ବାୱେ ବିପକ୍ଷରେ ପ୍ରଥମ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଅର୍ଦ୍ଧଶତକ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri