Posted inଜାତୀୟ

ଆଇଏନ୍‌ଏସ୍‌ ଖଣ୍ଡେରୀ ନୌସେନାରେ ସାମିଲ୍‌: ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି; ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଜବାବ

ମୁମ୍ବାଇ,୨୮।୯: ଆଇଏନ୍‌ଏସ୍‌ ଖଣ୍ଡେରୀକୁ ଭାରତୀୟ ନୌସେନାରେ ସାମିଲ୍‌ କରାଯାଇଛି। ଏହାଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବୃଦ୍ଧି ପାଇବ ବୋଲି କୁହାଯାଉଛି। ଖଣ୍ଡେରୀକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମୁମ୍ବାଇଠାରେ ନୌସେନାରେ ସାମିଲ୍‌ କରିଛନ୍ତି। ସମୁଦ୍ରରେ ଗଭୀର ପାଣି ତଳେ ୧୨ ହଜାର କିମି ଯାତ୍ରା କରିବାର କ୍ଷମତା ଆଇଏନ୍‌ଏସ୍‌ ଖଣ୍ଡେରୀର ରହିଛି। ଏହାକୁ ନୌସେନାରେ ସାମିଲ୍‌ କରି ରାଜନାଥ ସିଂ କହିଛନ୍ତି ଯେ, ଏହାଦ୍ୱାରା ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଜବାବ ଦିଆଯାଇ ପାରିବ। ଆଇଏନ୍‌ଏସ୍‌ ଖଣ୍ଡେରୀରେ ୩୬୦ ବ୍ୟାଟେରୀ ସେଲ୍‌ ରହିଛି। ପ୍ରତି ସେଲ୍‌ର ଓଜନ ୭୫୦ କିଲୋଗ୍ରାମ୍‌। ଏହା ସହିତ ଏଥିରେ ୧୨୫୦ କେଡବ୍ଲ୍ୟୁ ଡିଜେଲ୍‌ ଇଞ୍ଜିନ୍‌ ରହିଛି। ଏହା ଏକକାଳୀନ ୪୫ ଦିନ ଧରି ଯାତ୍ରା କରିବାକୁ ସକ୍ଷମ। ଏହି ବ୍ୟାଟେରୀ ସହାୟତାରେ ଆଇଏନ୍‌ଏସ୍‌ ଖଣ୍ଡେରୀ ଏକକାଳୀନ ୧୨ ହଜାର କିମି ଯାତ୍ରା କରିପାରିବ। ଗଭୀର ସମୁଦ୍ରରେ ୩୫୦ ମିଟର ତଳେ ଥିବା ଏହା ଶତ୍ରୁଙ୍କୁ ଏହା ସନ୍ଧାନ କରିପାରିବ। ଏହା ସର୍ବାଧିକ ୨୨ ନୋଟସ୍‌ ଗତିରେ ଯାତ୍ରା କରିବାକୁ ସକ୍ଷମ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଦିବସରେ ବଡ଼ କଥା କହିଦେଲେ ମୋଦି, ଗୌରବ ଫେରି ଆସୁଛି…

ନୂଆଦିଲ୍ଲୀ,୨୦।୬: ପଶ୍ଚିମବଙ୍ଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଦିଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ବଙ୍ଗଳାର ବାୟୁମଣ୍ଡଳରେ ଏବେ ଏକ ନୂତନ ସତେଜତା…

ସେକେଣ୍ଡ ହ୍ୟାଣ୍ଡ ଗାଡ଼ି କିଣୁଥିଲେ ସାବଧାନ ! କେବଳ ଲୁକ୍‌ ନୁହେଁ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ ଜରୁରୀ ଡକ୍ୟୁମେଣ୍ଟ

ନୂଆ କାର୍‌ ତୁଳନାରେ କମ ଦାମ୍‌ରେ ଗାଡ଼ି ବା ସେକେଣ୍ଡ ହ୍ୟାଣ୍ଡ କାର୍‌ (Used Car) କିଣିବାକୁ ପସନ୍ଦ କରୁଛନ୍ତି। ତେବେ ବ୍ୟବହୃତ କାର୍‌ କିଣିବା ସମୟରେ…

ଗ୍ୟାସ୍‌ ସିଲିଣ୍ଡର ଲିକ୍‌ ହେଲେ ଭୁଲରେ ବି କରନ୍ତୁ ନାହିଁ ଏହି ୫ କାମ, ସାମାନ୍ୟ ଅସାବଧାନତା ଯୋଗୁ…

ଆଜିର ସମୟରେ ଏଲପିଜି ଗ୍ୟାସ ସିଲିଣ୍ଡର (LPG Gas Cylinder) ପ୍ରାୟ ସମସ୍ତଙ୍କ ରୋଷେଇ ଘରର ଏକ ଅପରିହାର୍ଯ୍ୟ ଅଂଶ ପାଲଟିଛି। କିନ୍ତୁ ଏହାର ବ୍ୟବହାରରେ ସାମାନ୍ୟ…

ଆନ୍ତର୍ଜାତୀୟ ଯୋଗ ଦିବସରେ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ସହ ଏଥର ଯୋଗ କରିବେ ମୋଦି, ଭାଗନେବେ ୩୫ ହଜାର ଲୋକ

କୋଲକାତା,୨୦।୬: କୋଲକାତାର ଐତିହାସିକ ରେଡ ରୋଡ – ଯେଉଁଠାରେ ‘ଦିଦି’ଙ୍କ ରାଜନୈତିକ କସରତ ଏବଂ ବାମପନ୍ଥୀ ବିରୋଧର ସାକ୍ଷୀ ରହିଛି, ଆସନ୍ତାକାଲି ସକାଳେ ‘କେଶର ଯୋଗ’ ରଙ୍ଗରେ…

ମୋଦିଙ୍କୁ ପ୍ରଶଂସା କଲେ ଶଶି ଥରୁର, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨୦।୬: କଂଗ୍ରେସ ଏମପି ଶଶି ଥରୁର, ଯିଏ ତାଙ୍କ ବେକାବୁ ଏବଂ ସ୍ପଷ୍ଟ ବୟାନ ପାଇଁ ଜଣାଶୁଣା, ପୁଣି ଥରେ ଏପରି କିଛି କରିଛନ୍ତି ଯାହା ଭାଜପାକୁ…

ବୈଭବ ସୂର୍ଯ୍ୟବଂଶୀ ବିବାଦ ଉପରେ ଶ୍ରୀଲଙ୍କା ଅଧିନାୟକଙ୍କ ଆଶ୍ଚର୍ଯ୍ୟଜନକ ବୟାନ, ଫାଇନାଲ ପୂର୍ବରୁ କହିଲେ, ‘ଆମେ କରିନାହୁଁ…’

ନୂଆଦିଲ୍ଲୀ,୨୦।୬: ଭାରତ ଏବଂ ଶ୍ରୀଲଙ୍କା ଦଳ ତ୍ରି-ସିରିଜ ଫାଇନାଲରେ ସେମାନଙ୍କର ସ୍ଥାନ ପକ୍କା କରିଛନ୍ତି। ଭାରତ ଏ ଏବଂ ଶ୍ରୀଲଙ୍କା ଏ ମଧ୍ୟରେ ଟାଇଟଲ ମୁକାବିଲା ଜୁନ…

କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ସହ ନଗଦ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଜଗନ୍ନାଥପ୍ରସାଦ,୨୦ା୬(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥପ୍ରସାଦ ପୁଣି କାୟା ମେଲାଇଲେଣି ଚୋର ନିଦ ହଜାଇଲାଣି ଚୋରି ଖବର ବଡ଼ଦାଣ୍ଡ ସାହିରୁ କବାଟ ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନାଗହଣା ଓ…

ଆଜି ଆସିବ ପିଏମ୍‌ କିଷାନର ୨୩ କିସ୍ତି, ୯ କୋଟିରୁ ଅଧିକ କୃଷକଙ୍କ ଖାତାକୁ ଆସିବ ଟଙ୍କା

ନୂଆଦିଲ୍ଲୀ,୨୦।୬: ଦେଶର କୋଟି କୋଟି କୃଷକଙ୍କ ପାଇଁ ଆଜି ଏକ ବଡ଼ ଖୁସିର ଦିନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (ଶନିବାର, ୨୦ ଜୁନ) ପଶ୍ଚିମବଙ୍ଗର ହୁଗୁଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri