ଆଇଏଫ୍‌ଏଫ୍‌ଏମ୍‌ରେ ପ୍ରଦର୍ଶିତ ହେବ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’

ମେଲବୋର୍ନ,୧୧ା୭: ଅଗଷ୍ଟ ୮ରେ ହେବାକୁ ଥିବା ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ୍‌ ଅଫ ମେଲ୍‌ବୋର୍ନ (ଆଇଏଫ୍‌ଏଫ୍‌ଏମ୍‌)ର ଉଦ୍‌ଘାଟନୀ ମହୋତ୍ସବରେ ରିମା ଦାସଙ୍କ ଦ୍ୱାରା ନିର୍ମିତ ଅହମିୟା ଫିଲ୍ମ ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’ ପ୍ରଦର୍ଶିତ ହେବ। ୨୦୧୯ରେ ଉକ୍ତ ଫିଲ୍ମ ଫେଷ୍ଟିଭାଲ୍‌ର ୧୦ବର୍ଷ ପୂର୍ତ୍ତି ପାଳିତ ହେବାକୁ ଯାଉଛି। ଏ ସମ୍ପର୍କରେ ରିମା ଏକ ବିବୃତିରେ କହନ୍ତି, ‘ବୁଲ୍‌ବୁଲ୍‌ କ୍ୟାନ୍‌ ସିଙ୍ଗ୍‌’ ଭାରତୀୟ ଫିଲ୍ମ ଫେଷ୍ଟିଭାଲ୍‌ର ଉଦ୍‌ଘାଟନୀ ସଂଧ୍ୟାରେ ପ୍ରଦର୍ଶିତ ହେବାକୁ ଯାଉଥିବାରୁ ଅତ୍ୟନ୍ତ ଉତ୍ସାହିତ। ଜଣେ ନିର୍ମାତା ହିସାବରେ ଏହି ଫିଲ୍ମ ମୋ ପାଇଁ ସ୍ବତନ୍ତ୍ରତା ବହନ କରେ। ଯେଉଁଠାରେ ଏହି ଫିଲ୍ମ ପ୍ରଦର୍ଶିତ ହୋଇଛି ସବୁଠି ଦର୍ଶକଙ୍କ ପ୍ରଶଂସା ମିଳିଛି। ଅଷ୍ଟ୍ରେଲିଆରେ ଉକ୍ତ ଫିଲ୍ମର ପ୍ରଦର୍ଶନକୁ ଅପେକ୍ଷା କରାଯାଇଛି। ଫିଲ୍ମ ପ୍ରଦର୍ଶନ ପରେ ସେଠିକା ଦର୍ଶକଙ୍କ ସହିତ ବାର୍ତ୍ତାଳାପ କରି ସେମାନଙ୍କ ମତାମତ ସଂଗ୍ରହ କରିବୁ। ରିମା ଦାସ ‘ଭିଲେଜ ରକ୍‌ଷ୍ଟାର୍ସ’ ଫିଲ୍ମ ନିର୍ମାଣ ପାଇଁ ବେଶ୍‌ ଚର୍ଚ୍ଚିତ। ଏହା ଏକ ଅହମିୟା ଭାଷାର ଫିଲ୍ମ। ୨୦୧୮ରେ ଏହା ବେଷ୍ଟ ଫିଚର ଫିଲ୍ମ ଭାବରେ ଜାତୀୟ ପୁରସ୍କାର ପାଇଥିଲା। ଓସ୍କାର୍ସ ପାଇଁ ମଧ୍ୟ ଏହାକୁ ଚୟନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

ମର୍ମନ୍ତୁଦ ଦୁର୍ଘଟଣା; କାମସାରି ଘରକୁ ଫେରୁଥିବା ବେଳେ ଓଲଟିଲା ପିକଅପ୍ ଭ୍ୟାନ, ୨…

ରାଜନଗର, ୨୭ା୫ (ଭାସ୍କର ରାଉତରାୟ): ରାଜନଗର ବ୍ଲକ ରାଜନଗର ଗୁପ୍ତି ମୁଖ୍ୟ ରାସ୍ତାର ହାତୀନା ଗ୍ରାମ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏହି ଦୁର୍ଘଟଣାରେ ଦୁଇ…

ରାଜ୍ ପ୍ରସାଦ ରାୟଗଡ଼ାର ନୂଆ ଏସ୍ପି; ଦାୟିତ୍ବ ଗ୍ରହଣ କରୁକରୁ କହିଦେଲେ ଏହି କଥା, ଛାନିଆ…

ଗୁଣପୁର,୨୭।୫(ସୁଜାତା ପାଢ଼ୀ): ରାୟଗଡ଼ା ଜିଲାର ନୂତନ ଏସପି ଭାବେ ରାଜ୍ ପ୍ରସାଦ ବୁଧବାର କାର୍ଯ୍ୟରେ ଯୋଗଦାନ କରିଛନ୍ତି । ପୂର୍ବତନ ଏସପି ସ୍ୱାତି ଏସ କୁମାରଙ୍କ ଠାରୁ…

କର୍ନାଟକରେ ସତ୍ତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଶେଷ! କାଲି ଏହି ସମୟରେ ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୨୭।୫: କର୍ନାଟକରେ ଆଗାମୀ ଦୁଇ ଦିନ ମଧ୍ୟରେ କ୍ଷମତା ପରିବର୍ତ୍ତନ ନେଇ କଳ୍ପନାଜଳ୍ପନା ତୀବ୍ର ହେଉଥିବା ବେଳେ, କଂଗ୍ରେସ ବିଧାୟକ ଆର.ଭି. ଦେଶପାଣ୍ଡେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri