ଆଇଏମ୍‌ପିଏସ୍‌କୁ ଶୁଳ୍କମୁକ୍ତ କଲା ଏସ୍‌ବିଆଇ

ନୂଆଦିଲ୍ଲୀ,୧୩।୭: ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଏସ୍‌ବିଆଇ ଇମିଡିଏଟ୍‌ ପେମେଣ୍ଟ ସର୍ଭିସ୍‌(ଆଇଏମ୍‌ପିଏସ୍‌) ଉପରେ ଲାଗୁ ଥିବା ଚାର୍ଜ ଅଥବା ଶୁଳ୍କକୁ ସମ୍ପୂର୍ଣ୍ଣ ଛାଡ କରିଦେଇଛି। ଏବେ ଗ୍ରାହକ ଅନ୍‌ଲାଇନରେ ଆଇଏମ୍‌ପିଏସ୍‌ ମାଧ୍ୟମରେ ଟଙ୍କା ପଠାଇବା ଉପରେ କୌଣସି ଶୁଳ୍କ ଦେବେ ନାହିଁ। ଏହି ନୂଆ ନିୟମ ଅଗଷ୍ଟ ପହିଲାରୁ ଲାଗୁ ହେବ। ଏଥିପୂର୍ବରୁ ଏସ୍‌ବିଆଇ ସମେତ ଦେଶର ସମସ୍ତ ବ୍ୟାଙ୍କ ଜୁଲାଇ ପହିଲାରୁ ଆର୍‌ଟିଜିଏସ୍‌ ଏବଂ ଏନ୍‌ଇଏଫ୍‌ଟି ମାଧ୍ୟମରେ ଅନ୍‌ଲାଇନରେ ଟଙ୍କା ପଠାଇବା ଉପରେ ଶୁଳ୍କ ଆଦାୟକୁ ପ୍ରତ୍ୟାହାର କରିନେଇଥିଲେ। ଏସ୍‌ବିଆଇ ପକ୍ଷରୁ ଏକ ବିବୃତି ଜାରି କରି କୁହାଯାଇଛି ଯେ, ଏହା ସାରା ଦେଶରେ ଡିଜିଟାଲ ପ୍ଲାଟଫର୍ମ ୟୋନୋ, ଇଣ୍ଟରନେଟ ବ୍ୟାଙ୍କିଙ୍ଗ ଏବଂ ମୋବାଇଲ ବ୍ୟାଙ୍କିଙ୍ଗ ଗ୍ରାହକଙ୍କ ଲାଗି ଜୁଲାଇ ପହିଲାରୁ ଉକ୍ତ ଦୁଇଟି ପେମେଣ୍ଟ ବ୍ୟବସ୍ଥାକୁ ଶୁଳ୍କମୁକ୍ତ କରିଛି। ଜୁଲାଇ ପୂର୍ବରୁ ଏସ୍‌ବିଆଇ ଏନ୍‌ଇଏଫ୍‌ଟି ପାଇଁ ୧ରୁ ୫ ଟଙ୍କା ଏବଂ ଆର୍‌ଟିଜିଏସ୍‌ ପାଇଁ ୫ରୁ ୫୦ ଟଙ୍କା ଶୁଳ୍କ ଆଦାୟ କରୁଥିଲା। ଚଳିତ ବର୍ଷ ମାର୍ଚ୍ଚ ସୁଦ୍ଧା ୬ କୋଟି ଏସ୍‌ବିଆଇ ଗ୍ରାହକ ଇଣ୍ଟରନେଟ ବ୍ୟାଙ୍କିଙ୍ଗ ଏବଂ ୧.୪୧ କୋଟି ମୋବାଇଲ ଫୋନ ବ୍ୟାଙ୍କିଙ୍ଗ ସେବା ବ୍ୟବହାର କରୁଛନ୍ତି। ମୋବାଇଲ ବ୍ୟାଙ୍କିଙ୍ଗ ନେଣଦେଣରେ ଏସ୍‌ବିଆଇର ବଜାର ଅଂଶ ୧୮ ପ୍ରତିଶତ ରହିଛି। ସେହିପରି ୟୋନୋ(ୟୁ ଓନ୍‌ଲି ନିଡ୍‌ ଓ୍ବାନ୍‌)ରେ ୧ କୋଟି ଗ୍ରାହକ ଟ୍ରାଞ୍ଜାକସନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri