ଆଇଏସ୍‌ଆଇର ନୂଆ ଯୋଜନା: ନେପାଳ ସୀମାରେ ଲଶ୍କର ମଡ୍ୟୁଲରେ ତିଆରି ହେଉଛନ୍ତି ସ୍ଲିପର ସେଲ୍‌

ନୂଆଦିଲ୍ଲୀ/କାଠମାଣ୍ଡୁ, ୧୩।୬: ଆତଙ୍କବାଦ ବିରୋଧରେ ଭାରତ ସ୍ବତନ୍ତ୍ର ଯୋଜନା ଉପରେ କାର୍ଯ୍ୟଧାରା ଜାରି ରଖିଛି। ଏହାକୁ ଦୃଷ୍ଟିରେ ରଖି ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଏବେ ଜମ୍ମୁ-କଶ୍ମୀର ବାଟେ ଆତଙ୍କବାଦୀଙ୍କୁ ଭାରତରେ ଅନୁପ୍ରବେଶ ନ କରି ନେପାଳ ସୀମାରେ ଲଶ୍କର ମଡ୍ୟୁଲ୍‌ ଉପରେ ନୂଆ ଯୋଜନା କରୁଥିବା କୁହାଯାଉଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଭାରତ-ନେପାଳ ସୀମାରେ ଆଇଏସ୍‌ଆଇ ପକ୍ଷରୁ ସ୍ଲିପର ସେଲ୍‌ ଗଠନ ପାଇଁ କମାଣ୍ଡର ଓମାର ସମସ ଓରଫ୍‌ ଓମର ମଦନିଙ୍କୁ ଦାୟିତ୍ୱ ଦିଆଯାଇଛି। ନେପାଳର ତରାଇ ଅଞ୍ଚଳରେ ମୁସଲମାନ୍‌ ଯୁବକଙ୍କ ବ୍ରେନ୍‌ଓ୍ବାଶ୍‌ କରାଯାଇ ସେମାନଙ୍କୁ ପାକିସ୍ତାନରେ ଟ୍ରେନିଂ ଦେବାକୁ ପଠାଇବାର ଯୋଜନା କରାଯାଉଛି। ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନ ସହିତ ଜଡିତ ଥିବା ମଦନି ଏଠାରେ ନେପାଳ ଏଜୁକେଶନ୍‌ ଆଣ୍ଡ୍‌ ଓ୍ବେରଫେୟାର ସୋସାଇଟି ସହାୟତାରେ ଭାରତ ବିରୋଧୀ କାର୍ଯ୍ୟ କଳାପ ଜାରି ରଖିଛି। ଭାରତ ନେପାଳ ମଧ୍ୟରେ ଥିବା ଏକ ହଜାର ୭ଶହ ୫୧ କିଲୋମିଟରର ଦୀର୍ଘ ସୀମାର ଉପଯୋଗ କରିବା ପାଇଁ ଆଇଏସ୍‌ଆଇ ଯୋଜନା କରିଥିବା ଗୋଇନ୍ଦା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରିୟଙ୍କା-ରାହୁଲଙ୍କ ବିରୋଧରେ FIR; ଲାଗିଲା ଗୁରୁତର ଅଭିଯୋଗ!

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଉଦ୍ଦେଶ୍ୟରେ ଆୟୋଜିତ ଏକ ଶୋଭାଯାତ୍ରା ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆକାଶବାଣୀ ଭବନରେ…

କେବେ ଭାବି ନ ଥିଲି ଏମିତି ଦିନ ଆସିବ: ଭାବବିହ୍ବଳ ହୋଇପଡ଼ିଲେ ମୋଦି

ନୂଆଦିଲ୍ଲୀ,୭।୧୦: ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ମୁଖ୍ୟ ଭାବେ ୨୫ ବର୍ଷ ପୂରଣ କରିଛନ୍ତି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ପ୍ରଥମଥର ପାଇଁ ଗୁଜରାଟର…

ବଡ଼ ଉପଲବ୍ଧି ହାସଲ କଲେ ମୋଦି: ଛୁଟୁଛିୁ ଶୁଭେଚ୍ଛାର ସୁଅ, ଜାଣନ୍ତୁ ପୂରା ରାଜନୈତିକ ଘଟଣା

ନୂଆଦିଲ୍ଲୀ,୭।୧୦: ଭାରତୀୟ ରାଜନୀତିରେ ନରେନ୍ଦ୍ର ମୋଦିଙ୍କ ଶାସନ ଯାତ୍ରାକୁ ୨୫ ବର୍ଷ ପୂରିଛି। ୨୦୦୧ ମସିହା ଅକ୍ଟୋବର ୭ରେ ସେ ଗୁଜରାଟର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଥିଲେ।…

ମୋଦିଙ୍କ ୨୫ ବର୍ଷର ସଫଳତାକୁ ପ୍ରଶଂସା: କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ,ଅଶ୍ୱିନ ବୈଷ୍ଣବ କହିଲେ…

ନୂଆଦିଲ୍ଲୀ,୭ା୧୦(ପି.ଟି.):ଗୁଜରାଟ ମୁଖ୍ୟମନ୍ତ୍ରୀ ଏବଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦିଙ୍କ ଗତ ୨୫ ବର୍ଷର ସଫଳତାକୁ ପ୍ରଶଂସାକରି ମଙ୍ଗଳବାର କେନ୍ଦ୍ର କ୍ୟାବିନେଟ୍‌ରେ ପ୍ରସ୍ତାବ ଗୃହୀତ ହୋଇଛି। ଏହି…

ପ୍ରଶଂସା ନୁହେଁ ପ୍ରୋତ୍ସାହନ

ଜାପାନର ଆଇଚି-ନାଗୋୟାରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଚାଇନା, ଜାପାନ, ଦକ୍ଷିଣ କୋରିଆ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି। ଏହା ୨୧ ସ୍ବର୍ଣ୍ଣ, ୨୭ ରୌପ୍ୟ…

ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍‌ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌

କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍‌ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି…

ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି

ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?