Posted inଖେଳ

ଆଇଏସ୍‌ଏଲ୍‌: ଓଡ଼ିଶା ଏଫ୍‌ସିର ପ୍ଲେ-ଅଫ୍‌ ଆଶା ଶେଷ

କୋଲକାତା,୯।୨ (ପି.ଟି.)- ରୟ କ୍ରିଷ୍ଣାଙ୍କ ହ୍ୟାଟ୍ରିକ ବଳରେ ଏଟିକେ ଇଣ୍ଡିଆ ସୁପର ଲିଗ (ଆଇଏସ୍‌ଏଲ୍‌)ରେ ଶନିବାର ଓଡ଼ିଶା ଏଫ୍‌ସିକୁ ୩-୧ ଗୋଲରେ ପରାସ୍ତ କରିଛି। ଘରୋଇ ପରିବେଶରୁ ଫାଇଦା ଉଠାଇ ଏଟିକେ ପ୍ରଭାବୀ ପ୍ରଦର୍ଶନ କରିଥିଲା। ଏଥିସହିତ ଏଟିକେ ୧୬ଟି ମ୍ୟାଚ୍‌ ଖେଳି ୧୦ ବିଜୟ, ୩ ଡ୍ର ଓ ୩ ପରାଜୟ ସହ ମୋଟ ୩୩ ପଏଣ୍ଟ ହାସଲ କରି ତାଲିକାର ଶୀର୍ଷରେ ରହିବା ସହ ପ୍ଲେ- ଅଫ୍‌ରେ ସ୍ଥାନ ପକ୍କା କରିଛି। ଅନ୍ୟପଟେ ଓଡ଼ିଶା ୧୬ଟି ମ୍ୟାଚ୍‌ ଖେଳି ୬ ବିଜୟ, ୩ ଡ୍ର ଓ ୭ ପରାଜୟ ସହ ୨୧ ପଏଣ୍ଟ ପାଇ ତାଲିକାର ଷଷ୍ଠ ସ୍ଥାନରେ ରହିଛି। ଏଥିସହିତ ଓଡ଼ିଶା ପ୍ଲେ-ଅଫ୍‌ ଆଶା ଶେଷ ହୋଇଛି।
ମ୍ୟାଚ୍‌ର ପ୍ରଥମାର୍ଦ୍ଧରେ ଜବରଦସ୍ତ ସଂଘର୍ଷ ଦେଖିବାକୁ ମିଳିଥିଲା ଓ ଏହା ଗୋଲଶୂନ୍ୟ ଭାବେ ଶେଷ ହୋଇଥିଲା। କ୍ରିଷ୍ଣା ୪୯, ୬୦ ଓ ୬୩ତମ ମିନିଟ୍‌ରେ ୩ଟି ଗୋଲ ସ୍କୋର କରିଥିଲେ। ଅନ୍ୟପଟେ ଓଡ଼ିଶା ତରଫରୁ ମାନୁଏଲ ଓନ୍‌ଉକ ୬୭ତମ ମିନିଟ୍‌ରେ ଦଳ ତରଫରୁ ଏକମାତ୍ର ଗୋଲ ସ୍କୋର କରି ପରାଜୟ ବ୍ୟବଧାନକୁ କମାଇଥିଲେ। ଏଟିକେ ଏବେ ତା’ର ପରବର୍ତ୍ତୀ ମ୍ୟାଚ୍‌ରେ ୧୬ ତାରିଖରେ ଚେନ୍ନାଇ ଏଫ୍‌ସିକୁ ଭେଟିବ। ସେହିପରି ଓଡ଼ିଶା ମଧ୍ୟ ତା’ର ପରବର୍ତ୍ତୀ ମୁକାବିଲାରେ ୧୪ ତାରିଖରେ ନର୍ଥଇଷ୍ଟ ୟୁନାଇଟେଡକୁ ହୋମ ଗ୍ରାଉଣ୍ଡ କଳିଙ୍ଗ ଷ୍ଟାଡିୟମରେ ଭେଟିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବୋଲର, ବ୍ୟାଟରଙ୍କ ଖରାପ ପ୍ରଦର୍ଶନ: ଦ୍ୱିତୀୟ T20ରେ ଭାରତର ଶୋଚନୀୟ ପରାଜୟ

ମୁଲାନପୁର,୧୧ା୧୨: ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20 ଅନ୍ତର୍ଜାତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକାଠାରୁ ଭାରତ ୫୧ ରନରେ ଶୋଚନୀୟ ଭାବେ ପରାସ୍ତ ହୋଇଛି। ପ୍ରଥମେ ବୋଲର ଏବଂ...

ପାକିସ୍ତାନ ଖେଳାଳିଙ୍କ ସହ ହାତ ମିଳାଇବେ ବୈଭବ ସୂର୍ଯ୍ୟବଂଶୀ! ଏସିଆ କପ ପୂର୍ବରୁ ICC ରଖିଲା ଏମିତି ଦାବି

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ ଏସିଆ କପ ୨୦୨୫ ଡିସେମ୍ବର ୧୨ ତାରିଖରେ ଆରମ୍ଭ ହେବ। ଭାରତର ୧୯ ବର୍ଷରୁ କମ ଦଳର ନେତୃତ୍ୱ ଆୟୁଷ...

ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ T20I: ଡି’ କକ୍‌ଙ୍କ ବିସ୍ଫୋରକ ଇନିଂସ୍; ଭାରତ ଆଗରେ ବିଶାଳ ଲକ୍ଷ୍ୟ

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଇଥିବା ଦ୍ୱିତୀୟ T20Iରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ୍ କ୍ୱିଣ୍ଟନ୍ ଡି’ କକ୍‌ଙ୍କ ବିସ୍ଫୋରକ ବ୍ୟାଟିଂ...

ଅର୍ଶଦୀପଙ୍କ ପାଇଁ ଭୟଙ୍କର ଦିନ: ଗୋଟିଏ ଓଭରରେ ପକାଇଲେ ୭ ୱାଇଡ୍

ମୁଲାନପୁର,୧୧ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଗୁରୁବାର ମୁଲାନପୁରରେ ଖେଳାଯାଉଥିବା ଦ୍ୱିତୀୟ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ରେ ଭାରତୀୟ ପେସ୍ ବୋଲର ଅର୍ଶଦୀପ ସିଂହ ଏକ...

ଫୁଟବଲ ମ୍ୟାଚ୍‌ ପରେ ପାକିସ୍ତାନ ଖେଳାଳିଙ୍କ ମଧ୍ୟରେ ମାରପିଟ୍‌: ଭିଡିଓ ଭାଇରାଲ

କରାଚୀ,୧୧ା୧୨: ପାକିସ୍ତାନ ଆର୍ମି ଏବଂ ଓ୍ବାପଡା ଦଳ ମଧ୍ୟରେ ଖେଳାଯାଇଥିବା ନ୍ୟାଶନାଲ ଗେମ୍ସ ଫୁଟବଲ ସେମିଫାଇନାଲ ପରେ ଦୁଇ ଦଳର ଖେଳାଳି ଓ ଅଫିସିଆଲ୍ସ ପରସ୍ପରକୁ...

ଗୋଟିଏ ଦଳରେ ସ୍ଥାନ ପାଇଲେ ବିରାଟ କୋହଲି ଓ ଋଷଭ ପନ୍ତ, ଏପଟେ BCCI ଦେଲା ବଡ ଖବର

ନୂଆଦିଲ୍ଲୀ,୧୧।୧୨: ଆଗାମୀ ବିଜୟ ହଜାରେ ଟ୍ରଫି ପାଇଁ ଦିଲ୍ଲୀର ସମ୍ଭାବ୍ୟ ଦଳରେ ଭାରତର ଦୁଇ ଷ୍ଟାର ଖେଳାଳି ବିରାଟ କୋହଲି ଏବଂ ଋଷଭ ପନ୍ତଙ୍କୁ ସାମିଲ...

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri