Posted inଖେଳ

ଆଇଏସ୍‌ଏଲ୍‌: ବେଙ୍ଗଲ- ନର୍ଥଇଷ୍ଟ ମ୍ୟାଚ୍‌ ଡ୍ର

ବେଙ୍ଗାଲୁରୁ,୨୨।୧୦(ପି.ଟି.)- ହାଇପ୍ରୋଫାଇଲ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଗତଥରର ଚାମ୍ପିୟନ ବେଙ୍ଗାଲୁରୁ ଏଫ୍‌ସି ଓ ନର୍ଥ ଇଷ୍ଟ ୟୁନାଇଟେଡ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍‌ ଗୋଲ ଶୂନ୍ୟ ଭାବେ ଡ୍ର ରହିଛି। ସୋମବାର ଅନୁଷ୍ଠିତ ଏହି କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚ୍‌ରେ କୌଣସି ଗୋଲ ଦେଇପାରି ନ ଥିଲେ। ଉଭୟ ଦଳ କେତୋଟି ସୁଯୋଗ ହାସଲ କରିଥିଲେ ମଧ୍ୟ ଗୋଲ ଦେବାରେ ସଫଳ ହୋଇ ନ ଥିଲେ। ମ୍ୟାଚ୍‌ ଡ୍ର ରହିଥିବାରୁ ଉଭୟ ଦଳ ପଏଣ୍ଟ ଭାଗ କରିଛନ୍ତି। ରବିବାରଠାରୁ ଆରମ୍ଭ ହୋଇଥିବା ଏହି ଲିଗ୍‌ର ଉଦ୍‌ଘାଟନୀ ମୁକାବିଲାରେ କେରଳ ବ୍ଲାଷ୍ଟର୍ସ ୨-୧ ଗୋଲରେ ଏଟିକେ ହରାଇ ବିଜୟ ଅଭିଯାନ ଆରମ୍ଭ କରିଥିଲା। ୩ ପଏଣ୍ଟ ପାଇ କେରଳ ତାଲିକାର ଶୀର୍ଷ ସ୍ଥାନରେ ରହିଛି। ସେହିପରି ୧ ପଏଣ୍ଟ ପାଇ ବେଙ୍ଗାଲୁରୁ ଦ୍ୱିତୀୟ ଓ ନର୍ଥ ଇଷ୍ଟ ତୃତୀୟ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଅଭିଷେକ କିମ୍ବା ତିଲକ ନୁହଁନ୍ତି, ଏହି ଦୁଇ ବୋଲର୍‌ ଟିମ ଇଣ୍ଡିଆକୁ ଦେଲେ ସ୍ବର୍ଣ୍ଣ ପଦକ, ନାମ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୩।୧୦: ଭାରତୀୟ ପୁରୁଷ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି।…

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

ବୈଭବ ସୂର୍ଯ୍ୟବଂଶୀଙ୍କ ୱିକେଟ ନେବା ପରେ ‘Baby Celebration’ କଲେ ସାଇମ ଆୟୁବ, ଅଭିଷେକ ନେଲେ ପ୍ରତିଶୋଧ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ପୁରୁଷ କ୍ରିକେଟ ଫାଇନାଲ ସମୟରେ, ସାଇମ ଆୟୁବ ବୈଭବ ସୂର୍ଯ୍ୟବଂଶୀଙ୍କୁ ଆଉଟ କରିବା ପରେ ‘Baby Celebration’ (ଶିଶୁକୁ କୋଳରେ ଧରି…

୧୫ ଛକା,୧୩ ଚୌକା, T20 କ୍ରିକେଟରେ ସର୍ବାଧିକ ସ୍କୋର ହାସଲ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପ୍ରଥମେ ବ୍ୟାଟିଂ କରି ଭାରତ ମୋଟ ୨୧୧ ରନ ସଂଗ୍ରହ କରିଛି। ଶେଷ ତିନି ଓଭରରେ ଶିବମ ଦୁବେ ଏବଂ…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?