Posted inଖେଳ

ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ: ମନୁ, ଇଲାଭେନିଲ, ଦିବ୍ୟାଂଶୁଙ୍କୁ ସ୍ବର୍ଣ୍ଣ

ପୁଟାନ(ଚାଇନା),୨୧।୧୧(ପି.ଟି.)- ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ଗୋଟିଏ ଦିନରେ ଭାରତୀୟ ଶୁଟରମାନେ ସର୍ବାଧିକ ସଫଳତା ପାଇଛନ୍ତି। ଯୁବ ଶୁଟର ମନୁ ଭାକର, ଇଲାଭେନିଲ ଭାଲରିଭାନ ଓ ଦିବ୍ୟାଂଶୁ ପାନ୍ବାର ନିଜ ନିଜ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ପ୍ରଥମ ଥର ପାଇଁ ଆଇଏସ୍‌ଏସ୍‌ଏଫ୍‌ ବିଶ୍ୱକପ୍‌ର ଗୋଟିଏ ଦିନରେ ଭାରତୀୟ ଶୁଟରମାନେ ଏତେ ସଂଖ୍ୟକ ସ୍ବର୍ଣ୍ଣ ପଦକ ହାତେଇଛନ୍ତି। ୧୭ ବର୍ଷୀୟ ଭାକର ମହିଳା ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟରେ ସର୍ବାଧିକ ସଫଳତା ପାଇଛନ୍ତି। ସେହିଭଳି ଇଲାଭନେିଲ (୨୦) ୧୦ ମି. ଏୟାର ରାଇଫଲ ପ୍ରତିଯୋଗିତାରେ ପୋଡିୟମର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ଏମାନଙ୍କ ଭଳି ୧୭ ବର୍ଷୀୟ ଦିବ୍ୟାଂଶୁ ପୁରୁଷ ୧୦ ମି. ଏୟାର ରାଇଫଲ ଇଭେଣ୍ଟର ଫାଇନାଲରେ ସର୍ବାଧିକ ୨୫୦.୧ ସ୍କୋର କରି ସମାନ ସଫଳତା ହାତେଇଛନ୍ତି। ପ୍ରତିଯୋଗିତାରେ ଏପର୍ଯ୍ୟନ୍ତ ଭାରତୀୟ ୩ ସ୍ବର୍ଣ୍ଣ ପଦକ ସହ ତାଲିକା ଶୀର୍ଷରେ ରହିଛି। ଆୟୋଜକ ଚାଇନା ଦ୍ୱିତୀୟ ସ୍ଥାନ ଅଧିକାର କରିଛି। ଚାଇନା ନିକଟରେ ୨ ସ୍ବର୍ଣ୍ଣ, ଗୋଟିଏ ଲେଖାଏ ରୌପ୍ୟ ଓ ବ୍ରୋଞ୍ଜ ରହିଛି।
ଚଳିତ ସିଜନର ଅନ୍ତର୍ଜାତୀୟ ଶୁଟିଂ ସ୍ପୋର୍ଟ ଫେଡେରେଶନ (ଆଇଏସ୍‌ଏସ୍‌ଏଫ୍‌) ଅନ୍ତିମ ପ୍ରତିଯୋଗିତାର ୧୦ ମିଟର ଏୟାର ପିସ୍ତଲ ଇଭେଣ୍ଟ ଫାଇନାଲରେ ଭାକର ୨୪୪.୭ ସ୍କୋର କରିଥିଲେ। ଏଥିରେ ଅଂଶଗ୍ରହଣ କରିଥିବା ଅନ୍ୟ ଭାରତୀୟ ଶୁଟର ଯଶସ୍ବିନୀ ସିଂ ଦେଶ୍ୱାଲ ଫାଇନାଲରେ ୬ଷ୍ଠ ସ୍ଥାନରେ ରହି ଅଭିଯାନ ଶେଷ କରିଥିଲେ। ସର୍ବିଆର ଜୋରାନା ଅରୁନୋଭିକ୍‌ (୨୪୧.୯) ଓ ଚାଇନାର କ୍ୱିଆନ ଓ୍ବାଙ୍ଗ (୨୨୧.୮) ଦ୍ୱିତୀୟ ଓ ତୃତୀୟ ସ୍ଥାନରେ ରହି ରୌପ୍ୟ ଓ ବ୍ରୋଞ୍ଜ ପଦକ ଜିତିଥିଲେ। ୧୦ ମି. ଏୟାର ରାଇଫଲ ପ୍ରତିଯୋଗିତାରେ ତାଇଓ୍ବାନର ଲିନ ୟିଙ୍ଗ ଶିନ(୨୫୦.୭)ଙ୍କୁ ମାତ୍ର ଦଶମିକ ଏକ ପଏଣ୍ଟରେ ପଛରେ ପକାଇ ଇଲାଭେନିଲ (୨୫୦.୮) ସ୍ବର୍ଣ୍ଣ ପଦକ ହାତେଇଥିଲେ। ମେହୁଲ ଘୋଷ ଫାଇନାଲରେ ପ୍ରବେଶ କରିଥିଲେ ମଧ୍ୟ ପଦକ ଜିଣିବାକୁ ସଫଳ ହୋଇ ନ ଥିଲେ। ୧୦ ମି. ଏୟାର ପିସ୍ତଲ ଇଭେଣ୍ଟରେ ଅଭିଷେକ ବର୍ମା ଓ ସୌରଭ ଚୌଧାରୀ ଫାଇନାଲରେ ପ୍ରବେଶ କରି ଥିଲେ ମଧ୍ୟ ପଦକ ହାତେଇବାରେ ବିଫଳ ହୋଇଥିଲେ। ଯୋଗ୍ୟତା ପର୍ଯ୍ୟାୟର ସଫଳ ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଥିବା ବର୍ମା (୧୭୯.୪) ୫ମ ସ୍ଥାନରେ ଓ ଚୌଧାରୀ (୧୫୯.୮) ୬ଷ୍ଠ ସ୍ଥାନରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

T20Iରେ ସବୁଠୁ ଦ୍ରୁତ ଅର୍ଦ୍ଧଶତକ କାହା ନାଁରେ? ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ, ବୈଭବ-ଅଭିଷେକଙ୍କ ପାଇଁ ବି ରେକର୍ଡ ଭାଙ୍ଗିବା କଷ୍ଟକର

ନୂଆଦିଲ୍ଲୀ,୧୫।୯: ଭାରତୀୟ କ୍ରିକେଟ୍ର ନୂଆ ବିସ୍ଫୋରକ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ତାଙ୍କ ଆକ୍ରମଣାତ୍ମକ ବ୍ୟାଟିଂ ଦେଖି କ୍ରିକେଟ୍‌ପ୍ରେମୀଙ୍କ ମନରେ ଗୋଟିଏ ପ୍ରଶ୍ନT20…

ଭାରତୀୟ ଟିମ ନେଲାନି ଟ୍ରଫି, ଏବେ ନକଭିଙ୍କ ପଦ ଉପରେ ସଙ୍କଟ? BCCI ନେବ…

ନୂଆଦିଲ୍ଲୀ,୧୫।୯: ଏସିଆ କପ ଟ୍ରଫି ପ୍ରେଜେଣ୍ଟେସନ୍‌କୁ ନେଇ ପାକିସ୍ତାନ କ୍ରିକେଟ ବୋର୍ଡ (PCB) ମୁଖ୍ୟ ତଥା ଏସିଆନ କ୍ରିକେଟ କାଉନସିଲ (ACC) ଅଧ୍ୟକ୍ଷ ମୋହସିନ ନକଭିଙ୍କୁ ନେଇ…

ପାଣିରେ ପାଦ ଦେଉ ଦେଉ ମହିଳାଙ୍କୁ ଟାଣିନେଲା ବଉଳା କୁମ୍ଭୀର, ଏକ କିଲୋମିଟର ଦୂରରେ ଘଟିଲା…..

ମହାକାଳପଡ଼ା,୧୫।୯(ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡା ଜିଲାର ନଦୀରେ ମାଳ ମାଳ କୁମ୍ଭୀରମାନଙ୍କ ଉପଦ୍ରବ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏଥି ପାଇଁ ବନ ବିଭାଗ ଅଧିକାରୀଙ୍କ…

ପିତୃପକ୍ଷରେ ବଦଳିବ ଭାଗ୍ୟ! ଲକ୍ଷ୍ମୀନାରାୟଣ ଯୋଗରେ ୪ ରାଶିଙ୍କୁ ମିଳିବ ଫାଇଦା ହିଁ ଫାଇଦା, ବ୍ୟବସାୟରେ ଲାଭ ସହ ଧନବର୍ଷା

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଯୁତିକୁ ବେଶ ଗୁରୁତ୍ୱ ଦିଆଯାଏ। ଦୁଇଟି ଶୁଭ ଗ୍ରହ ଏକାଠି ଆସିଲେ ଏହାର ପ୍ରଭାବ ବିଭିନ୍ନ ରାଶିର ଜାତକଙ୍କ ଜୀବନରେ ପଡ଼ିପାରେ।…

ସୁନା କିଣୁଥିବା ଗ୍ରାହକଙ୍କ ପାଇଁ ବଡ଼ ଭବିଷ୍ୟବାଣୀ!

ନୂଆଦିଲ୍ଲୀ,୧୫।୯: ଗତ କିଛି ଦିନ ମଧ୍ୟରେ ସୁନା ଓ ରୂପା ଦରରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦୀର୍ଘ ସମୟ ଧରି ଦର ବୃଦ୍ଧି ପରେ…

ଭାରତ ସରକାରଙ୍କ ପଦକ୍ଷେପ ଆଗରେ ମୁଣ୍ଡ ନୁଆଁଇଲା ମେଟା (Meta), ପିଲାମାନଙ୍କ ସମ୍ବନ୍ଧୀୟ ବିସ୍ତୃତ ସୂଚନା ପ୍ରଦାନ କରିବାକୁ ସହମତ

ନୂଆଦିଲ୍ଲୀ,୧୫।୯: ଭାରତ ସରକାର ପିଲାମାନଙ୍କୁ ଅନଲାଇନ ଯୌନ ଶୋଷଣ ଏବଂ କ୍ଷତିକାରକ ବିଷୟବସ୍ତୁରୁ ସୁରକ୍ଷା ଦେବା ପାଇଁ ସୋସିଆଲ ମିଡିଆ କମ୍ପାନୀଗୁଡ଼ିକ ଉପରେ ନିୟମାବଳୀ କଠୋର କରିବାକୁ…

ବିଏସଏଫ ଯବାନ ତୁଷାର ବାଗଙ୍କୁ ଥୁଆମୂଳ ରାମପୁରରେ ଭବ୍ୟ ସମ୍ବର୍ଦ୍ଧନା

ଥୁଆମୂଳ ରାମପୁର,୧୫।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଜଣେ ଶ୍ରମିକ ଦିନ ମଜୁରିଆଙ୍କ ପୁଅ ତୁଷାର ବାଗ ଭାରତୀୟ ସୀମା ସୁରକ୍ଷା ବଳ (ବିଏସ୍‌ଏଫ୍‌)ରେ…

ଦେଶର ପଞ୍ଚମ ସର୍ବାଧିକ ମହଙ୍ଗା ରାଜ୍ୟରେ ପରିଣତ ହୋଇଛି ଓଡ଼ିଶା; ଚିନ୍ତା ବଢ଼ାଇଛି ଚିନି-ପିଆଜର ଦର ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୧୫।୯: ଓଡ଼ିଶା ଦେଶର ଅନ୍ୟତମ ମହଙ୍ଗା ବଜାର ଭାବରେ ଉଭା ହୋଇଛି। କ୍ରମାଗତ ଭାବେ ବୃଦ୍ଧି ପାଉଥିବା ମୂଲ୍ୟ ଯୋଗୁ, ଅଗଷ୍ଟ ମାସରେ ରାଜ୍ୟର ଖୁଚୁରା ମୁଦ୍ରାସ୍ଫୀତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?