Posted inଖେଳ

ଆଇଓସି ସଦସ୍ୟ ହେଲେ ବାତ୍ରା

ନୂଆଦିଲ୍ଲୀ, ୨୩।୫- ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି) ଏହାର କାର୍ଯ୍ୟକାରୀ ବୋର୍ଡ ଲାଗି ୧୦ ଜଣ ନୂତନ ସଦସ୍ୟଙ୍କ ନାମ ଘୋଷଣା କରିଛି। ଯେଉଁଥିରେ ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ) ଓ ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ସଭାପତି ତଥା ହକି ଇଣ୍ଡିଆର ପ୍ରାକ୍ତନ ସଭାପତି ନରିନ୍ଦର ବାତ୍ରା ଆଇଓସି ସଦସ୍ୟ ଭାବେ ମନୋନୀତ ହୋଇଛନ୍ତି। ୨୦୭ ଜାତୀୟ ଅଲିମ୍ପିକ କମିଟି (ଏନ୍‌ଓସି) ସଦସ୍ୟଙ୍କ ମଧ୍ୟରୁ ମାତ୍ର ୧୫ଜଣ ଆଇଓସିକୁ ମନୋନୀତ ହୋଇଥାନ୍ତି। ଏଥିସହ ବାତ୍ରା ଏକମାତ୍ର ଭାରତୀୟ ଭାବେ ଏଫ୍‌ଆଇଏଚ୍‌ ଓ ଏନ୍‌ଓସି ସଭାପତି ରହିବା ସହିତ ସମ୍ମାନଜନକ ଆଇଓସି ସଦସ୍ୟ ହେବାର ଗୌରବ ଲାଭ କରିଛନ୍ତି।
ପ୍ରଥମ ଓ ଏକମାତ୍ର ଭାରତୀୟ ଭାବେ ବାତ୍ରା ଅନ୍ତର୍ଜାତୀୟ ହକି ମହାସଂଘର ସଭାପତି ଭାବେ କାର୍ଯ୍ୟ ତୁଲାଇବାର ସୌଭାଗ୍ୟ ଲାଭ କରିଥିଲେ। ସେହିଭଳି ବାତ୍ରା ପ୍ରଥମ ଭାରତୀୟ ଭାବେ କୌଣସି ସମର କିମ୍ବା ଓ୍ବିଣ୍ଟର ଅଲିମ୍ପିକ ବଡିର ସଭାପତି ରହିଛନ୍ତି। ଏଥିସହ ଏକମାତ୍ର ଭାରତୀୟ ଭାବେ ବାତ୍ରା ଗୋଟିଏ ସମୟରେ ଉଭୟ ଅନ୍ତର୍ଜାତୀୟ ମହାସଂଘ ଓ ଜାତୀୟ ଅଲିମ୍ପିକ କମିଟି (ଏନ୍‌ଓସି)ର ସଭାପତି ଭାବେ କାର୍ଯ୍ୟ ତୁଲାଇଥିଲେ। ଆଇଓସିର ସଦସ୍ୟ ଭାବେ ମନୋନୀତ ହୋଇଥିବାରୁ ବାତ୍ରାଙ୍କୁ ହକି ଇଣ୍ଡିଆର ସଭାପତି ମହମ୍ମଦ ମୁସ୍ତାକ ଅହମ୍ମଦ ଅଭିନନ୍ଦନ ଜଣାଇଛନ୍ତି। ‘ଭାରତୀୟ କ୍ରୀଡ଼ା ପ୍ରଶାସନରେ ବାତ୍ରା ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଆସିଛନ୍ତି। ହକି ଇଣ୍ଡିଆର ପ୍ରାକ୍ତନ ସଭାପତି ଭାବେ ସେ ମାର୍ଗ ପ୍ରଶସ୍ତ କରିଛନ୍ତି। ଭାରତୀୟ କ୍ରୀଡ଼ା ଯେତେବେଳେ ବିଶ୍ୱସ୍ତରରେ ଉପରକୁ ଉଠୁଛି ସେତେବେଳେ ବାତ୍ରା ଆଇଓସି ସଦସ୍ୟ ମନୋନୀତ ହୋଇଛନ୍ତି। ଦେଶର କ୍ରୀଡ଼ାର ଉନ୍ନତିରେ ସେ ସହାୟକ ହେବେ’ ବୋଲି ଅହମ୍ମଦ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜିଠୁ ସୁପର-୮ ପର୍ଯ୍ୟାୟ: ନ୍ୟୁଜିଲାଣ୍ଡକୁ ଭେଟିବ ପାକିସ୍ତାନ

କଲମ୍ବୋ, ୨୧ା୨:ଚଳିତ ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ର ସୁପର-୮ ପର୍ଯ୍ୟାୟ ଶନିବାର ଆରମ୍ଭ ହେବ। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ପରସ୍ପରର ସମ୍ମୁଖୀନ ହେବେ ନ୍ୟୁଜିଲାଣ୍ଡ ଓ ପାକିସ୍ତାନ। ନ୍ୟୁଜିଲାଣ୍ଡ…

ଟି-୨୦ ବିଶ୍ୱକପ ମ୍ୟାଚରେ ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ସ୍ଥାପନ ହେଲା ନୂଆ ‘ବିଶ୍ୱ ରେକର୍ଡ’, ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ନୂଆଦିଲ୍ଲୀ,୨୦।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚ ୧୫ ଫେବୃଆରୀରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧ ରନରେ ଏକ ବଡ଼…

ସୁପର ୮ରେ ଟିମ ଇଣ୍ଡିଆର ପ୍ଲେଇଂ ଇଲେଭେନରୁ ବାଦ ପଡିପାରନ୍ତି ଅଭିଷେକ ଶର୍ମାଙ୍କ ସମେତ ଏହି ୩ ଖେଳାଳି, ନାମ ଜାଣିଲେ ବିଶ୍ୱାସ ହେବନି

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପର୍ଯ୍ୟାୟ ଫେବୃଆରୀ ୨୧ରେ ଆରମ୍ଭ ହେଉଛି। ପରବର୍ତ୍ତୀ ପର୍ଯ୍ୟାୟକୁ ଯାଉଥିବା ସମସ୍ତ ଆଠଟି ଦଳକୁ ଚାରିଟି ଦଳରେ ବିଭକ୍ତ…

ଟି-୨୦ ବିଶ୍ୱକପ୍‌ରେ ପୁଣି ହେବ କି ଭାରତ-ପାକିସ୍ତାନ ମ୍ୟାଚ୍‌: ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୦।୨: ଟି୨୦ ବିଶ୍ୱକପର ୨୭ତମ ଲିଗ ମ୍ୟାଚ ଭାରତ ଏବଂ ପାକିସ୍ତାନ ମଧ୍ୟରେ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏହି ମ୍ୟାଚକୁ ୬୧…

ନିଜ ନିଜ ଭିତରେ ଲଢିଲେଣି ପାକିସ୍ତାନ ଖେଳାଳି, ଏବେ ଶାହିଦ ଆଫ୍ରିଦି ଶାଦାବଙ୍କୁ ଗାଳି ଦେଇ କହିଲେ, ‘ପୁଅ, ତୁମେ…’

ନୂଆଦିଲ୍ଲୀ,୨୦।୨: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ ପାଇଁ ଯୋଗ୍ୟତା ଅର୍ଜନ କରିବା ପରେ, ପାକିସ୍ତାନୀ କ୍ରିକେଟର ଶାଦାବ ଖାନ ବ୍ୟଙ୍ଗାତ୍ମକ ମନ୍ତବ୍ୟ ଦେଇଥିଲେ ଏବଂ ନିଜ…

୩ ଥର ଶୂନ୍ୟରେ ଆଉଟ ହେବାରୁ ଅଭିଷେକଙ୍କୁ ଏମିତି କହିଲେ ପାକିସ୍ତାନର ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୦।୨: ପୂର୍ବତନ ପାକିସ୍ତାନ ଖେଳାଳି ମହମ୍ମଦ ଆମିର ଅଭିଷେକ ଶର୍ମାଙ୍କ ବିଷୟରେ କହିଥିଲେ ଯେ ସେ କେବଳ ଜଣେ ଚଳ ଚଞ୍ଚଳ ଖେଳାଳି। ଏହି ବକ୍ତବ୍ୟକୁ ବହୁଳ…

ସେମିଫାଇନାଲରୁ ବାଦ୍‌ ପଡ଼ିବ ଟିମ୍‌ ଇଣ୍ଡିଆ: ଏହି କ୍ରିକେଟର୍‌ କଲେ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୦।୨: ICC ଟି୨୦ ବିଶ୍ୱକପ ୨୦୨୬ର ସୁପର ୮ ରାଉଣ୍ଡ ଫେବୃଆରୀ ୨୧ରେ ଆରମ୍ଭ ହେବାକୁ ଯାଉଛି। ଏଥିରେ ୮ଟି ଦଳ ସେମିଫାଇନାଲରେ ସ୍ଥାନ ପାଇବା ପାଇଁ…

୩୯ ବର୍ଷୀୟ କ୍ରିକେଟର୍‌ କଲେ ବଡ଼ କାରନାମା: ଭାଙ୍ଗିଲା ରୋହିତ ଶର୍ମାଙ୍କ ରେକର୍ଡ

ନୂଆଦିଲ୍ଲୀ,୨୦।୨: ଜିମ୍ବାୱେ ୨୦୨୬ ଟି୨୦ ବିଶ୍ୱକପରେ ଆଉ ଏକ ବଡ଼ ବିପର୍ଯ୍ୟୟ ଘଟାଇବାରେ ସଫଳ ହୋଇଛି। ଜିମ୍ବାୱେ ତା’ର ଶେଷ ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri