ରାଇରଙ୍ଗପୁର,୧୦ା୧(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଆଇଟିଡିଏ କାର୍ଯ୍ୟାଳୟର ପ୍ରକଳ୍ପ ପ୍ରଶାସକ (ପିଏ)ଙ୍କ କାର୍ଯ୍ୟକଳାପରେ ଅସନ୍ତୋଷ ପ୍ରକାଶ କରି ମୟୂରଭଞ୍ଜ ଏମ୍ପି ଇଂ.ବିଶ୍ୱେଶ୍ୱର ଟୁଡୁ ଏବଂ ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀଙ୍କ ଉପସ୍ଥିତିରେ ଗୁରୁବାର ସମର୍ଥକଗଣ କାର୍ଯ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଥିଲେ। ଏନେଇ ଆଇଟିଡିଏ ପିଏ ଅନନ୍ତ ନାରାୟଣ ସିଂ ଲାଗୁରୀଙ୍କ ଅଭିଯୋଗ କ୍ରମେ ଟାଉନଥାନା ପୋଲିସ ଏମ୍ପି ଓ ବିଧାୟକଙ୍କ ସହ ତାଙ୍କର କେତେକ ସମର୍ଥକଙ୍କ ନାମରେ ଏକ ମାମଲା(ନଂ.୮/୨୦) ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି।
ସୂଚନା ଅନୁଯାୟୀ, ଏମ୍ପି ଟୁଡୁ ଏବଂ ମାଝୀଙ୍କ ନେତୃତ୍ୱରେ କେତେକ ଜିଲାପରିଷଦ ସଦସ୍ୟ ଓ ଯୁବକର୍ମୀ ଆଇଟିଡିଏ କାର୍ଯ୍ୟାଳୟ ପିଏଙ୍କ ଅଫିସ ଚାମ୍ବରକୁ ଯାଇ ରାଇରଙ୍ଗପୁର ସବ୍ଡିଭିଜନ୍ର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଉପରେ ଆଲୋଚନା କରିଥିଲେ। ୨୦୧୮-୧୯ ଆର୍ଥିକ ବର୍ଷରେ ରାଇରଙ୍ଗପୁର ସବ୍ଡିଭିଜନର ବିଭିନ୍ନ ବ୍ଲକ୍ ଅଞ୍ଚଳରେ ଉନ୍ନୟନ କାର୍ଯ୍ୟ ସମ୍ପର୍କରେ ତଥ୍ୟ ମାଗିବା ବେଳେ ସେ ଅସହଯୋଗ କରି ବିଶୋଇ ଅଞ୍ଚଳକୁ ଯିବାକୁ ବାହାରିଥିଲେ। ଏଥିରେ ଏମପି ଟୁଡୁ ଓ ତାଙ୍କ ସମର୍ଥକ କ୍ଷୋଭ ପ୍ରକାଶ କରିଥିଲେ। ଏହା ପରେ ଉପସ୍ଥିତ ସମସ୍ତ କର୍ମଚାରୀଙ୍କୁ କାର୍ଯ୍ୟାଳୟରୁ ବାହାର କରି ତାଲା ପକାଇଥିଲେ। ଖବର ପାଇ ରାଇରଙ୍ଗପୁର ସର୍କଲ ଏସ୍ଡିପିଓ ସ୍ନେହାଶିଷ ସାହୁ ଏବଂ ସ୍ଥାନୀୟ ଟାଉନ୍ଥାନା ଅଧିକାରୀ ରେଣୁବାଳା ସାହୁ ସଦଳବଳ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଥିଲେ। ପରେ ରାଇରଙ୍ଗପୁର ଉପଜିଲାପାଳ ଧର୍ମାନନ୍ଦ ବେହେରା, ଆଇଟିଡିଏ ପିଏ ସିଂ ଲାଗୁରୀଙ୍କ ଉପସ୍ଥିତିରେ ପୋଲିସ ଆଇଟିଡିଏ କାର୍ଯ୍ୟାଳୟ ଗ୍ରିଲ୍ ଭାଙ୍ଗିବା ପରେ ଲାଗୁରୀ ଓ ଅନ୍ୟ କର୍ମଚାରୀ କାର୍ଯ୍ୟାଳୟକୁ ପଶିଥିଲେ। ଏନେଇ ପୋଲିସ ମାମଲା ରୁଜୁ କରିବା ସମ୍ପର୍କରେ ବିଧାୟକ ମାଝୀଙ୍କୁ ପଚାରିବାରୁ ସେ ତାଲା ପକାଇବା ଘଟଣାକୁ ସ୍ବୀକାର କରିଥିଲେ ମଧ୍ୟ ତାଙ୍କ ନାମରେ ମିଥ୍ୟା ମାମଲା ରୁଜୁ କରାଯାଇଥିବା କହିଛନ୍ତି।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…
ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…
ଭାଜପା ରାଜ୍ୟ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମନୋନୀତ ହେଲେ ବିପିନ,ସମର୍ଥକଙ୍କ ମଧ୍ୟରେ…
ଦିଗପହଣ୍ଡି,୧୦|୪(ଅଶେଷ ନାଥ ମିଶ୍ର): ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଅନୁମୋଦନ କ୍ରମେ ଶୁକ୍ରବାର ଦିଗପହଣ୍ଡି ବ୍ଳକର ପୂର୍ବତନ ଅଧ୍ୟକ୍ଷ ତଥା ୨୬ ନଂ…
ଥୁଆମୂଳ ରାମପୁର ବ୍ଲକରେ ବିକାଶ କାର୍ଯ୍ୟର ସମୀକ୍ଷା; ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ଚେତାବନୀ ଦେଲେ ପ୍ରଦୀପ ଦିଶାରୀ
ଥୁଆମୂଳ ରାମପୁର, ୧୦/୦୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଭାଗୃହରେ ଶୁକ୍ରବାର ଅନୁଷ୍ଠିତ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ପ୍ରଶାସନିକ ଅବହେଳାର ଏକ ନଗ୍ନ…
ଏଲ୍ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…
କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…
ପୁରୀ ରଥଯାତ୍ରା: ଘୋଗଡରୁ ଟ୍ରକ ଯୋଗେ ପୁରୀ ଗଲା ରଥକାଠ
ଭଞ୍ଜନଗର,୧୦।୪(ବାବୁଲା ପ୍ରଧାନ)-ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ ଆବଶ୍ୟକ ହେଉଥିବା ରଥ କାଠ ରାଜ୍ୟର ବିଭିନ୍ନ ଜଙ୍ଗଲରୁ ଯାଉଛି। ବିଗତ କିଛି ବର୍ଷ ହେବ ଗଞ୍ଜାମ ଜିଲା…
ଲୋକକଳା ପାଇଁ ଦିନଟିଏ
ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…
ହାତୀ ଆକ୍ରମଣରେ ଜଣେ ଗୁରୁତର
ରୁପ୍ରାରୋଡ୍,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…
ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…
ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…
Archives

