ଆଇଟିର ଉନ୍ନତି ପାଇଁ ମିଳିତ ଭାବେ କାର୍ଯ୍ୟ କରିବେ ଓଡ଼ିଶା-ୟୁପି, ୨ ରାଜ୍ୟର ଆଇଟି ମନ୍ତ୍ରୀଙ୍କ ସାକ୍ଷାତ

ଭୁବନେଶ୍ୱର,୫।୧(ବ୍ୟୁରୋ): ଇଲେକ୍‌ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଓଡ଼ିଶା ଏବଂ ଉତ୍ତର ପ୍ରଦେଶ ମିଳିତ ଭାବେ କାର୍ଯ୍ୟ କରିବେ। ଉଭୟ ରାଜ୍ୟର ଆଇଟି ବିଭାଗ ମନ୍ତ୍ରୀଙ୍କ ମଧ୍ୟରେ ଏନେଇ ଏକ ସୌଜନ୍ୟମୂଳକ ସାକ୍ଷାତ ଅନୁଷ୍ଠିତ ହୋଇଯାଇଛି। ୟୁପି ଆଇଟି ରାଷ୍ଟ୍ରମନ୍ତ୍ରୀ ଅଜିତ ସିଂ ପାଲ୍‌ ତାଙ୍କର ଓଡ଼ିଶା ପ୍ରତିପକ୍ଷ ତୁଷାରକାନ୍ତିଙ୍କ ସହ ଆଇଟିଇଏସ୍‌ ଏବଂ ଇଏସ୍‌ଡିଏମ୍‌ ଆଦି ବିଷୟ ଉପରେ ଆଲୋଚନା କରିଛନ୍ତି। କିପରି ଭାବେ ଉଭୟ ରାଜ୍ୟ ମିଳିତ ହୋଇ କାର୍ଯ୍ୟ କରିପାରିବେ ସେ ବିଷୟରେ ଉଭୟ ମନ୍ତ୍ରୀ ଆଲୋଚନା କରିଛନ୍ତି। ସାକ୍ଷାତ ପରେ ୟୁପି ଆଇଟି ମନ୍ତ୍ରୀ କହିଛନ୍ତି ଯେ, ଆୟତନ ଦୃଷ୍ଟିରୁ ଛୋଟ ହୋଇଥିଲେ ମଧ୍ୟ ଓଡ଼ିଶା ଖୁବ୍‌ କମ ଦିନ ମଧ୍ୟରେ ଆଇଟି କ୍ଷେତ୍ରରେ ଯଥେଷ୍ଟ ଉଲ୍ଲେଖନୀୟ ପ୍ରଦର୍ଶନ କରିଛି। ଆଇଟି-ଇକୋ ସିଷ୍ଟମ୍‌ର ଉନ୍ନତୀକରଣ, ପୁଞ୍ଜିନିବେଶ, ନିଯୁକ୍ତି ସୁଯୋଗ ସୃଷ୍ଟି, ସମସ୍ତ ସରକାରୀ ଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଇଟିର ଭରପୂର ଉପଯୋଗ ଉପରେ ମିଶିକରି ଆଗକୁ ବଢ଼ିବା ଉପରେ ଅଜିତ ଗୁରୁତ୍ୱାରୋପ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri