Posted inଖେଳ

ଆଉଟ୍‌ଡୋର୍‌‌ରେ ପ୍ରଥମେ ଟ୍ରେନିଂ ଆରମ୍ଭ କଲେ ଶାର୍ଦ୍ଦୁଳ

ପାଲ୍‌ଘର୍‌ (ମହାରାଷ୍ଟ୍ର), ୨୪ା୫: ପେସ୍‌ ବୋଲର ଶାର୍ଦ୍ଦୁଳ ଠାକୁର ଶନିବାର ଆଉଟ୍‌ଡୋର୍‌ ଟ୍ରେନିଂ ଆରମ୍ଭ କରିଛନ୍ତି। କରୋନାଭାଇରସ୍‌ଯୋଗୁ ଲକ୍‌ଡାଉନ୍‌ରେ ଦୁଇମାସ ଘରେ ରହିବା ପରେ ପ୍ରଥମ ଭାରତୀୟ କ୍ରିକେଟର ଭାବେ ସେ ଟ୍ରେନିଂ ଆରମ୍ଭ କରିଛନ୍ତି। ଠାକୁର ଭାରତ ତରଫରୁ ଗୋଟିଏ ଟେଷ୍ଟ, ୧୧ ଅନ୍ତର୍ଜାତୀୟ ଦିନିକିଆ ଓ ୧୫ ଟି୨୦ ଖେଳିଛନ୍ତି। ମହାରାଷ୍ଟ୍ରର ପାଲ୍‌ଘର୍‌ ଜିଲା ଅନ୍ତର୍ଗତ ସ୍ଥାନୀୟ ବୈସାର ଗ୍ରାଉଣ୍ଡରେ କେତେଜଣ ଘରୋଇ ଖେଳାଳିଙ୍କ ସହ ଟ୍ରେନିଂ ଆରମ୍ଭ କରିଛନ୍ତି। ଗ୍ରୀନ ଓ ଅରେଞ୍ଜ ଜୋନ୍‌ରେ ବିନା ଦର୍ଶକଙ୍କ ଉପସ୍ଥିତିରେ ଷ୍ଟାଡିୟମରେ ଖେଳାଳିମାନଙ୍କୁ ବ୍ୟକ୍ତିଗତ ଭାବେ ଟ୍ରେନିଂ ପାଇଁ ଅନୁମତି ଦେଇଛନ୍ତି ମହାରାଷ୍ଟ୍ର ସରକାର। ବୈସାରେ ନେଟ୍‌ ସେସନ ଆରମ୍ଭ କରାଯାଇଥିବା ପାଲ୍‌ଘର ଦାହାନୁ ତାଲୁକା ସ୍ପୋଟର୍‌ସ ଆସୋସିଏଶନର ଜଣେ ଅଫିସିଆଲ କହିଛନ୍ତି। ବୈସାର ହେଉଛି ମହାରାଷ୍ଟ୍ରଠାରୁ ପାଖାପାଖି ୧୧୦ କିଲୋମିଟର ଦୂରରେ। ଏଠାରେ ପ୍ରୋଟୋକଲକୁ କଡାକଡ଼ି ଭାବେ ଅନୁପାଳନ କରାଯାଉଛି। ପ୍ରତ୍ୟେକ ବୋଲରଙ୍କୁ ନିଜସ୍ବ କୀଟାଣୁମୁକ୍ତ ବଲ୍‌ ବ୍ୟବହାର କରିବା ଲାଗି କୁହାଯାଇଛି। ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଅଭ୍ୟାସ କରିବାକୁ ଆସୁଥିବା ବୋଲରମାନେ କୀଟାଣୁମୁକ୍ତ ବଲ୍‌ ଆଣୁଛନ୍ତି କି ନା ତାହା ପରୀକ୍ଷା କରାଯାଉଛି। ଖେଳାଳିମାନଙ୍କ ଶରୀର ତାପମାତ୍ରା ମଧ୍ୟ ଯାଞ୍ଚ କରାଯାଉଛି ବୋଲି ଅଫିସିଆଲ ଜଣକ କହିଛନ୍ତି। ଗତ ଘରୋଇ ସିଜନରେ ରଣ୍‌ଜୀ ପଦାର୍ପଣ କରିଥିବା ମୁମ୍ବାଇ ବ୍ୟାଟ୍ସମ୍ୟାନ ହାର୍ଦ୍ଦିକ ତାମୋରେଙ୍କୁ ମଧ୍ୟ ଏହି ଗ୍ରାଉଣ୍ଡରେ ଟ୍ରେନିଂ ନେଉଥିବା ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି-୨୦ ବିଶ୍ୱକପ ପାଇଁ ବମ୍ଫର ପୁରସ୍କାର ରାଶି ଘୋଷଣା କଲା ICC, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୧୩।୪: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ ୨୦୨୬ ମହିଳା ଟି୨୦ ବିଶ୍ୱକପ ପାଇଁ ଏକ ରେକର୍ଡ ପୁରସ୍କାର ରାଶି ଘୋଷଣା କରିଛି। ICC ଘୋଷଣା କରିଛି ଯେ ବିଜେତା…

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

‘ତୁମେ ଆମ ଟିମର ସବୁଠାରୁ ବଡ଼ ପ୍ରେରଣା’, ଏମିତି କହି ରୋହିତଙ୍କୁ ଅଭିନନ୍ଦନ ଜଣାଇଲେ ହାର୍ଦ୍ଦିକ

ନୂଆଦିଲ୍ଲୀ,୧୩।୪: ମୁମ୍ବାଇ ଇଣ୍ଡିଆନ୍ସ (ଏମଆଇ) ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଦଳର ପୂର୍ବତନ ଅଧିନାୟକ ରୋହିତ ଶର୍ମାଙ୍କୁ ଫ୍ରାଞ୍ଚାଇଜ ସହିତ ୧୫ ବର୍ଷ ପୂରଣ କରିବା ପାଇଁ ଅଭିନନ୍ଦନ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

ନୀତୀଶ ରାଣାଙ୍କୁ ବଡ଼ ଜରିମାନା, କାହିଁକି ଜାଣନ୍ତୁ…

ଚେନ୍ନାଇ,୧୨ା୪:ଦିଲ୍ଲୀ କ୍ୟାପିଟାଲ୍ସ ବ୍ୟାଟର ନୀତୀଶ ରାଣାଙ୍କୁ ତାଙ୍କ ମ୍ୟାଚ୍‌ ଫି’ର ୨୫ ପ୍ରତିଶତ ଜରିମାନା କରାଯାଇଛି। ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ବିପକ୍ଷ ଇଣ୍ଡିଆନ ପ୍ରିମିୟର ଲିଗ୍‌…

ଭିନ୍ନ ଢଙ୍ଗରେ ଆଶା ଭୋସଲେଙ୍କୁ ଶ୍ରଦ୍ଧାଞ୍ଜଳି ଦେଲା RCB, ସଙ୍ଗୀତ ସବୁବେଳେ….

ନୂଆଦିଲ୍ଲୀ,୧୨ା୪: ‘ମେଲୋଡି କ୍ୱିନ୍’ ଆଶା ଭୋସଲେଙ୍କର ରବିବାର ଦେହାନ୍ତ ହୋଇଛି । ତାଙ୍କ ବିୟୋଗରେ ସମଗ୍ର ଭାରତରେ ଶୋକର ଛାୟା ଖେଳିଯାଇଥିଲା। ତେବେ କ୍ରୀଡା ଜଗତ ମଧ୍ୟ…

ପତ୍ନୀ ନୁହନ୍ତି, ଏ ହେଉଛନ୍ତି ମୋର ଲକି ଚାର୍ମ; ଶତକ ମାରିବା ପରେ ଏମିତି କହି…

ଚେନ୍ନାଇ,୧୨।୪: ଚେନ୍ନାଇର ଐତିହାସିକ ଏମ୍‌.ଏ. ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୬ର ୧୮ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଚେନ୍ନାଇ ସୁପର କିଙ୍ଗସର ଉଇକେଟ କିପର ବ୍ୟାଟର…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri