ଆଇତିପୁର ପଞ୍ଚାୟତ ହାଇସ୍କୁଲ ବିବାଦ ବଢୁଛି, ଜିଲାପାଳଙ୍କଠାରେ ଫେରାଦ ହେଲେ ଲୋକେ

ହାଟଡିହୀ,୧୨।୧୦(ଡି.ଏନ୍‌.ଏ.) : କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଆଇତିପୁର ପଞ୍ଚାୟତ ହାଇସ୍କୁଲକୁ ନେଇ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଫଳରେ ପଞ୍ଚାୟତବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଉଥିବାବେଳେ ଅଭିଯୋଗ ହୋଇଛି। ଅଭିଯୋଗରୁ ଜଣାଯାଇଛି ଯେ, ପଞ୍ଚାୟତ ମଧ୍ୟ ଇଂରାଜୀ ବିଦ୍ୟାଳୟ ଜମି ଖାତା ନଂ.୧୪୯ ଓ ପ୍ଲଟ୍‌ ନଂ ୬୯ରେ ୩୬ ଡେସିମିଲି ଜାଗା ରହିଛି। ଏଥିରୁ ୧୬ ଡେସିମିଲି ଜାଗା ହାଇସ୍କୁଲ ନାମରେ କବଲା କରାଯାଇ ପଟ୍ଟା ପ୍ରସ୍ତୁତ ନିମନ୍ତେ ବ୍ୟବସ୍ଥା କରାଯାଉଥିଲା। ଯାହାର ଦାଖଲ ଖାରଜ କେସ୍‌ ନଂ. ୩୯୩୭/୧୯ ଅଟେ। ଏହାକୁ ବିରୋଧ କରି ପଞ୍ଚାୟତବାସୀ ଡଅଁର ଆରଆଇ ଓ କେନ୍ଦୁଝର ଜିଲାପାଳଙ୍କଠାରେ ଫେରାଦ ହେବା ସହ ଲିଖିତ ଅଭିଯୋଗ କରିଛନ୍ତି। ଜିଲାପାଳ ଏ ଦିଗରେ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଥିବା ଅଭିଯୋଗକାରୀମାନେ କହିଛନ୍ତି। ପୂର୍ବରୁ ମଧ୍ୟ ହାଇସ୍କୁଲରେ ବିଭିନ୍ନ ବେନିୟମ କାର୍ଯ୍ୟକୁ ନେଇ ମାନ୍ୟବର ହାଇକୋର୍ଟଙ୍କ ନିକଟରେ ମାମଲା ଦାୟର ହୋଇଥିଲା। ଅଭିଯୋଗ ଦିଗରେ ଅନୁଧ୍ୟାନ କରାଯାଉଥିବା ଡଅଁର ଆରଆଇ ଅଫିସ କର୍ତ୍ତୃପକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମହାପ୍ରଭୁଙ୍କ ବନକଲାଗି ନୀତି: ୫ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ,୨୯ା୭(ଅଜିତ୍‌ କୁମାର ମହାନ୍ତି): ଆଷାଢ଼ ଶୁକ୍ଳ (ବ୍ୟାସ ପୂର୍ଣ୍ଣିମା) ତିଥି ବୁଧବାର ଶ୍ରୀବିଗ୍ରହଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଦ୍ୱିତୀୟ ଭୋଗମଣ୍ଡପ ଶେଷ…

ଓଡ଼ିଶାରେ ଧର୍ମେନ୍ଦ୍ର ପ୍ରଧାନ: ଆସୁ ଆସୁ କହିଦେଲେ ଏମିତି…ରାଜନୀତିରେ ଖେଳିଗଲା ହଇଚଇ

ଭୁବନେଶ୍ୱର, ୨୯।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିଛନ୍ତି। ମଙ୍ଗଳବାର…

‘ସୁପ୍ରିମ କୋର୍ଟଙ୍କ ସର୍ତ୍ତ ଗ୍ରହଣୀୟ ନୁହେଁ,’ ସରକାରଙ୍କୁ ସମାଲୋଚନା ସହ ଅଲଟିମେଟମ ଦେଲା CJP

ନୂଆଦିଲ୍ଳୀ,୨୯।୭: କକ୍ରୋଚ ଜନତା ପାର୍ଟି (CJP) ମଙ୍ଗଳବାର କହିଛି ଯେ ସୁପ୍ରିମକୋର୍ଟଙ୍କ ମଧ୍ୟବର୍ତ୍ତୀକାଳୀନ ଆଦେଶ ପ୍ରତିବାଦ ସମୟରେ ପଞ୍ଜିକୃତ FIR ଗୁଡ଼ିକର ତଦନ୍ତ ଜାରି ରଖିବା ପାଇଁ…

ବରଗଡ଼ ଜଳାର୍ଣ୍ଣବ: ଗ୍ରାମାଞ୍ଚଳଠୁ ସହରାଞ୍ଚଳ ଜନଜୀବନ ପ୍ରଭାବିତ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ଲଗାଣ ବର୍ଷାରେ ବରଗଡ଼ ଜଳାର୍ଣ୍ଣବ ହୋଇ ପଡ଼ିଛି। ଜିଲାର ଗ୍ରାମାଞ୍ଚଳଠୁ ସହରାଞ୍ଚଳ ପର୍ଯ୍ୟନ୍ତ ଜନଜୀବନ ପ୍ରଭାବିତ ହୋଇଛି। ଗଳିକନ୍ଦି ରାସ୍ତା ଜଳମଗ୍ନ ହୋଇପଡ଼ିଛି ।…

ଭାଙ୍ଗିଲା ରିଙ୍ଗ ରୋଡ଼ : ୨୦ ଫୁଟ୍‌ ଘାଇ କରି ପଶିଲା ପାଣି, ୫୦ରୁ ଅଧିକ ପରିବାର ସ୍ଥାନାନ୍ତର

ବଞ୍ଚୋ,୨୯।୭ (ପ୍ରଦୋଷ ବିଶ୍ୱାଳ/ସୁଶାନ୍ତ ସାହୁ ): ଲଗାଣ ବର୍ଷା ଓ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପରେ ଆଜି ଭୋର ପ୍ରାୟ ୪ଟାରୁ ଆନନ୍ଦପୁର ସହରରେ ବନ୍ୟା…

କାଳୀ ମନ୍ଦିରରୁ ଚୋରି ଘଟଣା: ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ମନ୍ଦିର ପରିଚାଳନା କମିଟି ସଦସ୍ୟ, କହିଲେ…

ଛତ୍ରପୁର, ୨୮।୭ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟନାୟକ ) : ଚଳିତ ବର୍ଷ ଜୁଲାଇ ୪ ତାରିଖ ମଧ୍ୟ ରାତ୍ରରେ ଗଞ୍ଜାମ ଜିଲା ତାରାସିଂ ଥାନା ଅନ୍ତର୍ଗତ ଗାଲେରି…

ଶାରୀରିକ ସମ୍ପର୍କ ନ ରଖିଲେ ମାରିଦେବି ସ୍ବାମୀକୁ, ଧମକ ଦେଇ ବିବାହିତା ମହିଳାଙ୍କୁ…

ଦେବଗଡ, ୨୯।୭ (ଶଶାଙ୍କ ଶେଖର ଝାଙ୍କର): ବିଭିନ୍ନ ଧମକ ଚମକ ଦେଇ ଜନୈକା ବିବାହିତା ମହିଳାଙ୍କୁ ବଳାତ୍କାର ଅଭିଯୋଗରେ ଦେବଗଡ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟଚାଲାଣ…

ସାର-ବିହନ ବିକ୍ରି ଅନିୟମିତତା: ୯ ଡିଲରଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ ଚାଷକାର୍ଯ୍ୟ ଚାଲିଛି। ତେବେ ଚାଷ କାର୍ଯ୍ୟ ଆରମ୍ଭରୁ ସାର, ବିହନ ବିକ୍ରିରେ କଳାବଜାର ସମେତ ବିଭିନ୍ନ ଅନିୟମିତତା ଚାଷୀମାନଙ୍କୁ ଚିନ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri