ଆଇନଜୀବୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ୫ ଗିରଫ, ୪ ବାଇକ୍‌ ଜବତ

ତାଳଚେର,୧୨ା୩(ନି.ପ୍ର.)-ତାଳଚେର ଓକିଲ ସଂଘର ପୂର୍ବତନ ସଭାପତି ତଥା ଯୁବ ଆଇନଜୀବୀ ଦୟାସାଗର ମିଶ୍ରଙ୍କୁ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ପୋଲିସ ୫ଜଣଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସେମାନେ ହେଲେ ତାଳଚେର ସାମନ୍ତ ସାହିର ରାମ ମହାରଥୀ (୨୨), ମହାଦେବ ବିହାରର ଶାଶ୍ୱତ କୁମାର ଦାସ (୨୬), ପାଇକ ସାହିର ଚିକୁ ଓରଫ ଦିବେଶ କମାର ଥମ୍ବ (୧୯), ତାଳବେଡା ଗ୍ରାମର ପତିଆ ଓରଫ ସାଗର ବେହେରା (୨୨), ବୀରବରପଲ୍ଲିର ମାନସ ଦେବତା। ପୋଲିସ ସେମାନଙ୍କ ଠାରୁ ୪ଟି ବାଇକ୍‌ ଜବତ କରିଛି ।
ପ୍ରକାଶ ଥାଉକି, ମଙ୍ଗଳବାର ହୋଲି ଖେଳ ବେଳେ ଦୟାସାଗର ଅନ୍ୟ ଜଣେ ଓକିଲ ବନ୍ଧୁ ପ୍ରଭାତ କୁମାର ମହାନ୍ତିଙ୍କ ସହ ନିଜ କାର (ନଂ. ଓଡି୩୫-୩୦୬୦) ଯୋଗେ ହାଟତୋଟା ଯାଉଥିଲେ। ଏହି ସମୟରେ ବଜାର ନିକଟ ମଙ୍ଗଳା ମନ୍ଦିର ରାସ୍ତାରେ ୭/୮ ଯୁବକ ତାଙ୍କ ଗାଡ଼ିକୁ ଅଟକାଇ ଭଙ୍ଗାରୁଜା କରିବା ସହ ମିଶ୍ରଙ୍କୁ ଲୁହାଛଡ଼ ଓ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏହି ଖବର ପାଇ ରାତିରେ ତାଳଚେର ଥାନାରେ ଶହଶହ ଲୋକ ରୁଣ୍ଢ ହେବାରୁ ଉତ୍ତେଜନା ଦେଖାଦେଇଥିଲା। ତାଳଚେର ଓକିଲ ସଂଘର ବହୁ ଆଇନଜୀବୀ ଥାନାରେ ପହଞ୍ଚି ଦୁର୍ବୃତ୍ତମାନଙ୍କୁ ଗିରଫ କରିବା ନିମନ୍ତେ ଦାବି କରିଥିଲେ। ଓକିଲ ସଂଘ ପକ୍ଷରୁ ଦୁଇ ଦିନ ପର୍ଯ୍ୟନ୍ତ କୋର୍ଟ ବର୍ଜନ କରାଯାଇଛି। ଆଇନଜୀବୀ ପ୍ରଭାତ ମହାନ୍ତି ତାଳଚେର ସଦର ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ନମ୍ବର ୯୨/୨୦ରେ ମାମଲା ରୁଜୁ କରି କରି ତଦନ୍ତ ଆରମ୍ଭ କରିଥିଲା। ବିଭିନ୍ନ ସ୍ଥାନରେ ଚଢାଉ କରି ସମ୍ପୃକ୍ତ ୫ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ପୋଲିସ ସୂତ୍ରରୁ ପ୍ରକାଶ।
ଫଟୋ- ଗିରଫ ଅଭିଯୁକ୍ତ ଓ ଜବତ ହୋଇଥିବା ବାଇକ୍‌।


Enter your email to get our daily news in your inbox.

All Right Reserved By Dharitri.Com

‘ ଆପଣମାନଙ୍କ ପାଇଁ ଟ୍ରଫି ୬…’, IPL ପୂର୍ବରୁ ପ୍ରଶଂସକମାନଙ୍କୁ ଏମିତି ପ୍ରତିଶ୍ରୁତି ଦେଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୩: ମୁମ୍ବାଇ ଇଣ୍ଡିଆନ୍ସ ୨୯ ମାର୍ଚ୍ଚରେ IPL ୨୦୨୬ ଅଭିଯାନ ଆରମ୍ଭ କରିବ। ଦଳର ପ୍ରଥମ ମ୍ୟାଚ ୱାଙ୍ଖଡେରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ। ସବୁଦିନ ପରି,…

ଘର-ଘର LPG ସିଲିଣ୍ଡର ପହଞ୍ଚାଉଥିବା ବ୍ୟକ୍ତି ମାସକୁ କରନ୍ତି ୭୦ହଜାର ଟଙ୍କା ଯାଏ ରୋଜଗାର! କମିଶନ ବିଷୟରେ ଜାଣିଲେ ହୋଇଯିବେ ତାଜୁବ

ଏଲପିଜି ସିଲିଣ୍ଡର ଡେଲିଭରି କରୁଥିବା ବ୍ୟକ୍ତି କେତେ ରୋଜଗାର କରନ୍ତି? ଏଠାରେ ସେମାନଙ୍କର କମିଶନ ଏବଂ ମାସିକ ଆୟର ସମ୍ପୂର୍ଣ୍ଣ ବିବରଣୀ ଦିଆଯାଇଛି। ସାମ୍ପ୍ରତିକ ଦିନଗୁଡ଼ିକରେ, ଏଲପିଜି…

ଦୂର ହେବ LPG ସଙ୍କଟ: ଭାରତରେ ପହଞ୍ଚିଲା…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ଯୋଗୁ ଏସୀୟ ଦେଶଗୁଡ଼ିକ ଗମ୍ଭୀର ଗ୍ୟାସ ଏବଂ ତୈଳ ଅଭାବର ସମ୍ମୁଖୀନ ହେଉଛନ୍ତି। ଭାରତ ମଧ୍ୟ ଏଲପିଜି ସଙ୍କଟ ଅନୁଭବ କରୁଛି।…

ଘରେ କେବେ ବି ରଖନ୍ତୁ ନି ଏପରି ଗଛ, ବଢ଼ିବ ଦୁର୍ଭାଗ୍ୟ

ଘରର ସୌନ୍ଦର୍ଯ୍ୟ ବୃଦ୍ଧି ସାଙ୍ଗକୁ ପରିବେଶକୁ ଶୁଦ୍ଧି କରିବାରେ ଗଛର ଥାଏ ଅନେକ ଭୂମିକା। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ, ଏମିତି ବି କିଛି ଗଛ ରହିଛି; ଯାହାକୁ…

ଏପ୍ରିଲ ୧ରୁ ମହଙ୍ଗା ହେବ ବିମାନ ଯାତ୍ରା! ସଙ୍କେତ ଦେଲେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ,୨୨।୩: ଯଦି ଆପଣ ଆଗାମୀ ଦିନରେ ବିମାନ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିବ। କେନ୍ଦ୍ର ବେସାମରିକ ବିମାନ…

ଆଲୋଭେରା ଗଛ ଲଗାଇବାରେ କରନ୍ତୁନି ଏପରି ଭୁଲ, ନ ହେଲେ ଘରକୁ ମାଡ଼ିଆସିବ…

ଆଲୋଭେରାର ସ୍ବାସ୍ଥ୍ୟୋପଯୋଗୀ ଗୁଣ ଯଥେଷ୍ଟ ରହିଥିବା ହେତୁ ଅନେକେ ଏହାକୁ ଘରେ ଲଗାଇଥାନ୍ତି। ହେଲେ ଜାଣନ୍ତି କି ବାସ୍ତୁ ଅନୁଯାୟୀ, ଯଦି ଏହି ଗଛକୁ ଠିକ୍‌ ଦିଗରେ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ କରି ଯୁଦ୍ଧ ବନ୍ଦ କରିବାର ସର୍ତ୍ତ ଶୁଣାଇଲେ ଇରାନ ରାଷ୍ଟ୍ରପତି, ଟ୍ରମ୍ପ ଶୁଣିଲେ…

ନୂଆଦିଲ୍ଲୀ,୨୨।୩: ଇରାନ-ଆମେରିକା-ଇସ୍ରାଏଲ ବିବାଦ ମଧ୍ୟରେ, ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ କଲ ମାଧ୍ୟମରେ ଏକ ଗୁରୁତ୍ୱପୂର୍ଣ୍ଣ ଅପିଲ କରିଛନ୍ତି। ଯୁଦ୍ଧ ଆରମ୍ଭ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ? ପରମାଣୁ ଆଟାକ୍‌ ନେଇ ଆମେରିକା-ଇସ୍ରାଏଲକୁ ଖୋଲା ଧମକ ଦେଲେ ପୁଟିନ୍‌!

ମସ୍କୋ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ ନେଇଛି। ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ୟୁରାନିୟମ ସମୃଦ୍ଧି କେନ୍ଦ୍ର ନାଟାଞ୍ଜ ଉପରେ ଏକ ଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri