ଆଇନଜୀବୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ମାମଲା:୨୯ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୫ା୧୧: ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ତଥା ରାଜ୍ୟର ଅନ୍ୟ ବାର୍‌ ଆସୋସିଏଶନର କୋର୍ଟ ବର୍ଜନ ଆନ୍ଦୋଳନକୁ ନେଇ ହୋଇଥିବା ଅଦାଲତ ଅବମାନନା ମାମଲାର ଶୁଣାଣି ସୋମବାର ହାଇକୋର୍ଟରେ ହୋଇଥିଲା। ହାଇକୋର୍ଟଙ୍କ ଫୁଲ୍‌ ବେଞ୍ଚ ବସି ଏହି ମାମଲାର ଶୁଣାଣି କରିଥିବାବେଳେ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନର ସଭାପତି ଗୋପାଳକୃଷ୍ଣ ମହାନ୍ତି ଓ ସମ୍ପାଦକ ସଞ୍ଜୟ କୁମାର ଦାସ ବ୍ୟକ୍ତିଗତ ହାଜର ହୋଇଥିଲେ। ଶୁଣାଣି ସମୟରେ ଆସୋସିଏଶନ ସଭାପତି ଓ ସମ୍ପାଦକ ହାଇକୋର୍ଟ ପକ୍ଷରୁ ଦିଆଯାଇଥିବା କାରଣ ଦର୍ଶାଅ ନୋଟିସର ଜବାବ ସତ୍ୟପାଠ ଆକାରରେ ଦାଖଲ କରିଥିଲେ। ସେହିପରି ଶନିବାର ବାର୍‌ ଆସୋସିଏଶନର ସାଧାରଣ ପରିଷଦ ବୈଠକର ରିଜୋଲ୍ୟୁସନ୍‌ କପି ଏବଂ ସୋମବାରଠାରୁ ବାର୍‌ ଆସୋସିଏଶନର ସମସ୍ତ ଆଇନଜୀବୀ କାର୍ଯ୍ୟରେ ଯୋଗଦେବା ନେଇ ସତ୍ୟପାଠ ଦାଖଲ କରାଯାଇଥିଲା। ଏହାପରେ ବାର୍‌ ଆସୋସିଏଶନ ସଭାପତି ଓ ସମ୍ପାଦକଙ୍କୁ ଏହି ମାମଲାରେ ଆଗକୁ ଶୁଣାଣି ନ ହେବା ପାଇଁ ହାଇକୋର୍ଟ ସ୍ଥଗିତ ରଖିଛନ୍ତି ବୋଲି ସମ୍ପାଦକ ଦାସ କହିଛନ୍ତି। ଆନ୍ଦୋଳନ ସମୟରେ ଅଦାଲତଙ୍କ କୌଣସି କାର୍ଯ୍ୟରେ ବାର୍‌ ଆସୋସିଏଶନ ପକ୍ଷରୁ ବାଧା ଦିଆଯାଇନାହିଁ, ବାହାର ଆଇନଜୀବୀ କିମ୍ବା ମାମଲାର ପକ୍ଷଭୁକ୍ତ ବ୍ୟକ୍ତିଙ୍କୁ ଅଦାଲତରେ ହାଜର ହେବା ପାଇଁ ଆନ୍ଦୋଳନ ସମୟରେ ବାଧା ଦିଆଯାଇ ନ ଥିଲା ବୋଲି ଶୁଣାଣି ସମୟରେ ଅଦାଲତଙ୍କୁ ଆସୋସିଏଶନ ସଭାପତି ଓ ସମ୍ପାଦକ କହିଥିଲେ। ଏହି ଆନ୍ଦୋଳନ ସମ୍ପୂର୍ଣ୍ଣ ଶାନ୍ତିପୂର୍ଣ୍ଣ ହୋଇଥିଲା ବୋଲି ଶୁଣାଣି ସମୟରେ ହାଇକୋର୍ଟଙ୍କୁ ଅବଗତ କରାଯାଇଥିଲା। ତେବେ ଏହି ମାମଲାରେ ପକ୍ଷଭୁକ୍ତ ଅନ୍ୟ ୬୭ଟି ବାର୍‌ ଆସୋସିଏଶନ ସଭାପତି ଓ ସମ୍ପାଦକ ଆସନ୍ତା ୨୯ରେ ହେବାକୁ ଥିବା ପରବର୍ତ୍ତୀ ଶୁଣାଣି ପୂର୍ବରୁ ସତ୍ୟପାଠ ଦାଖଲ କରିବାକୁ ହାଇକୋର୍ଟ ଆଦେଶ ଦେଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ଏକାଧିକ ଦାବି ନେଇ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ପକ୍ଷରୁ ପ୍ରଥମେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କ ଅଦାଲତ ବର୍ଜନ କରାଯାଇଥିଲା। ପରେ ଅର୍ଥାତ୍‌ ଗତ ଅକ୍ଟୋବର ୧୪ରେ ବାର୍‌ ଆସୋସିଏଶନ ପକ୍ଷରୁ ହାଇକୋର୍ଟଙ୍କ ସମସ୍ତ ଅଦାଲତକୁ ବର୍ଜନ କରାଯାଇଥିଲା। ଏ ନେଇ ହାଇକୋର୍ଟଙ୍କ ରେଜିଷ୍ଟ୍ରାର୍‌ ଜେନେରାଲ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ। ଅକ୍ଟୋବର ୧୫ରେ ପ୍ରଥମ ଥର ହାଇକୋର୍ଟଙ୍କ ଫୁଲ୍‌ ବେଞ୍ଚ ଏହି ମାମଲାର ଶୁଣାଣି କରି ୧୩୬ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଧୋଇଗଲା ନିର୍ମାଣାଧୀନ ରିଂ ରୋଡ୍‌: କାମ ନସରୁଣୁ ରାସ୍ତାର ସ୍ଥାୟିତ୍ୱକୁ ନେଇ ଉଠିଲା ପ୍ରଶ୍ନବାଚୀ

ବରଗଡ଼, ୭।୭ (ପ୍ରେମାନନ୍ଦ ଖମାରୀ): ପ୍ରଥମ ବର୍ଷାରେ ହିଁ ଖୋଲିଯାଇଛି ବିକାଶର ଅସଲ ଚେହେରା। ବରଗଡ଼ ସହର ଉପକଣ୍ଠ ଜୀରା ନଦୀ ପାର୍ଶ୍ୱରେ ଚାଲିଥିବା ବହୁ ପ୍ରତୀକ୍ଷିତ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri