ଆଇନଜୀବୀଙ୍କ ଘରୁ ଚୋରି : ୮ ଭରି ଗହଣା, ୫୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୮ା୬ : ସହରରେ ପୁଣି ଥରେ ଲୁଟେରାଦଳ ସକ୍ରିୟ ହୋଇ ଉଠିଛନ୍ତି। ଶୁକ୍ରବାର ରାତିରେ ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡାସିଂ ରାମକୃଷ୍ଣ ନଗର ୪ର୍ଥ ଲେନ୍‌ରେ ରହୁଥିବା ଆଇନଜୀବୀ କେଶବ ଚନ୍ଦ୍ର ମହାନ୍ତିଙ୍କ ଘର ତାଲା ଭାଙ୍ଗି ଦୁର୍ବୃତ୍ତମାନେ ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି। ପ୍ରକାଶ ଯେ, ଶୁକ୍ରବାର ରାତିରେ ଆଇନଜୀବୀଙ୍କ ସ୍ତ୍ରୀ ନିଜ ପୁଅକୁ ଟିଉସନରୁ ଆଣିବା ପାଇଁ ଘରେ ତାଲା ପକାଇ ବାହାରକୁ ଯାଇଥିଲେ । ରାତି ପ୍ରାୟ ୯ଟା ବେଳେ ଘରକୁ ଫେରି ତାଲା ଭଙ୍ଗା ଯାଇଥିବା ଦେଖିବାକୁ ପାଇଥିଲେ। ଘର ଭିତରକୁ ଯାଇ ଆଲମିରା ଭଙ୍ଗାଯାଇଥିବା ଦେଖିଥିବା ବେଳେ ସେଥିରେ ଥିବା ୮ ଭରି ଗହଣା ଓ ନଗଦ ୫୦ ହଜାର ଟଙ୍କା ଗାଏବ ହୋଇଥିବା ଜାଣିବାକୁ ପାଇଥିଲେ। କୌଣସି କାମରେ କେଶବ ଜାମସେଦପୁର ଯାଇଥିଲେ। ଶନିବାର ସକାଳେ ଆଇନଜୀବୀ ମହାନ୍ତି ଘରେ ପହଞ୍ଚି ଚୋରି ସମ୍ପର୍କରେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ କରିଥିଲେ। ୧୧୩/୧୯ରେ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅନୁସନ୍ଧାନ ଚଳାଇଛି। ଅଞ୍ଚଳରେ ଖଞ୍ଜାଯାଇଥିବା ସିସି ଟିଭି ଫୁଟେଜ୍‌ ସଂଗ୍ରହ କରି ଚୋରଙ୍କୁ ଧରିବା ପାଇଁ ପ୍ରୟାସ ଜାରି ରଖିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Watch: ଏମିତି ସିକ୍ସ ମାରିଲେ ବୈଭବ ସୂର୍ଯ୍ୟବଂଶୀ ଫାଟିଗଲା ପାଣି ପାଇପଲାଇନ, ଦେଖନ୍ତୁ ଭାଇରାଲ ଭିଡିଓ

ନୂଆଦିଲ୍ଲୀ,୧୯।୨: ଯେତେ ପ୍ରତିଭାବାନ ବୋଲରଙ୍କ ସାମ୍ନା କରନ୍ତୁ ନା କାହିଁକି, ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟ ସମସ୍ତଙ୍କୁ ସହଜରେ ପରାସ୍ତ କରିପାରିବ। 2026 ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ…

ସେରୁବନ୍ଧ ବକ୍ସାଇଟ ପାହାଡ଼ ରାସ୍ତା ନିର୍ମାଣକୁ ବିରୋଧ: କମ୍ପାନୀର ଭୂମିପୂଜାକୁ ରୋକିଲେ ଅଞ୍ଚଳବାସୀ,ଫେରିଗଲା…

ପଟ୍ଟାଙ୍ଗି,୧୯ା୨(ଶରତ କୁମାର ଧଳ)- କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ମାଳିପୁଟ ପଞ୍ଚାୟତ ଅଧୀନ ସେରୁବନ୍ଧ ବକ୍ସାଇଟ ପାହାଡ଼କୁ ରାସ୍ତା ତିଆରି କରିବାକୁ ଏକ ଘରୋଇ କମ୍ପାନୀ ପକ୍ଷରୁ…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri